ପଦ୍ମ ଧରିଲେ ସାଇନା ନେହଓ୍ବାଲ

ନୂଆଦିଲ୍ଲୀ, ୨୯।୧: ଭାରତର ପ୍ରସିଦ୍ଧ ବ୍ୟାଡମିଣ୍ଟନ ଖେଳାଳି ସାଇନା ନେହୱାଲ ବୁଧବାର ଭଉଣୀ ଚନ୍ଦ୍ରାଂଶୁ ନେହଓ୍ବାଲଙ୍କ ସହ ଭାଜପାରେ ଯୋଗଦେଇଛନ୍ତି। ଭାଜପାର ଦିଲ୍ଲୀ କାର୍ଯ୍ୟାଳୟଠାରେ ଦଳର ବରିଷ୍ଠ ନେତାଙ୍କ ଉପସ୍ଥିତିରେ ସେ ଦଳରେ ଯୋଗଦେଇଛନ୍ତି। ଅଲିମ୍ପିକ୍ସରେ ୩ ଥର ଦେଶକୁ ପ୍ରତିନିଧିତ୍ୱ କରିଥିବା ନେହୱାଲ ପ୍ରଥମ ମହିଳା ବ୍ୟାଡମିଣ୍ଟନ ତାରକା ଭାବେ ଅଲିମ୍ପକ୍ସରେ ପଦକ ଜିତିଥିଲେ। ୨୦୧୫ ମସିହାରେ ସାଇନା ବିଶ୍ୱର ନମ୍ବର ୧ ବ୍ୟାଡମିଣ୍ଟନ ଖେଳାଳି ହୋଇପାରିଥିଲେ। ୧୧ଟି ସୁପରସିରିଜ ଟାଇଟଲ ସହ ୨୪ ଅନ୍ତର୍ଜାତୀୟ ଟାଇଟଲ ଜିତଥିବା ସାଇନାଙ୍କୁ ପଦ୍ମଭୂଷଣ, ରାଜୀବ ଗାନ୍ଧୀ ଖେଳରତ୍ନ ଏବଂ ଅର୍ଜୁନ ପୁରସ୍କାରରେ ସମ୍ମାନିତ କରାଯାଇଛି। ସାଇନା ଦଳରେ ଯୋଗଦେବା ଗର୍ବର ବିଷୟ ବୋଲି ଭାଜପା ମହାସଚିବ ଅରୁଣ ସିଂ କହିଛନ୍ତି। ସେହିପରି ସାଇନା କହିଛନ୍ତି, ଆଜି ଏକ ଭଲ ଦିନ। ଯେଉଁ ଦଳ ଦେଶ ପାଇଁ ଭଲ କାମ କରୁଛି ଆଜି ସେହି ଦଳରେ ସାମିଲ ହୋଇ ଖୁସି ଲାଗୁଛି। ଆଶା କରୁଛି ଦଳ ମାଧ୍ୟମରେ ଦେଶ ପାଇଁ କିଛି କାମ କରିପାରିବି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri