ପନିପରିବା, ଗ୍ରସେରି ଦୋକାନ ଲାଗି ପରିବର୍ତ୍ତିତ ନିୟମ

ଭଦ୍ରକ ଅଫିସ,୨୬ା୩ – ଲକ୍‌ଡାଉନ ପରିପ୍ରେକ୍ଷୀରେ ଭଦ୍ରକ ସହରରେ ସାମାଜିକ ଦୂରତା ଅବଲମ୍ବନ କରିବା ନିମନ୍ତେ ଜିଲା ପ୍ରଶାସନ ଅତ୍ୟାବଶ୍ୟକ ଦୋକାନ ଖୋଲିବା ନିୟମର କେତେକ ପରିବର୍ତ୍ତନ ଆଣିଛନ୍ତି। ଲକ୍‌ଡାଉନ ସମୟ ମଧ୍ୟରେ ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଉଠା ପରିବା ଦୋକାନୀମାନେ ନେହେରୁ ଷ୍ଟାଡିୟମ ଠାରେ ପରିବା ବିକ୍ରୟ କରିପାରିବେ। ସହର ମଧ୍ୟରେ ଅନ୍ୟ କୌଣସି ସ୍ଥାନରେ ଉଠା ଦୋକାନୀ ପରିବା ବିକ୍ରୟ କରିପାରିବେ ନାହିଁ। ଛୋଟ ଗ୍ରସେରି ଦୋକାନ ସହିତ ବଡ଼ ୫ଟି ଗ୍ରସେରି ଦୋକାନ ଯଥା ରିଲାଏନ୍ସ ସ୍ମାର୍ଟ, ବିଶାଲ ମେଗା ମାର୍ଟ, ରବି ଲାହା ଷ୍ଟୋର, ବାସନ୍ତୀ ଭଣ୍ଡାର ଓ ଶ୍ରୀ ସ୍ନାକ୍ସ ସହିତ ମାଛ, କୁକୁଡା ମାଂସ, ଅଣ୍ଡା ଦୋକାନ ସକାଳ ୬ରୁ ପୂର୍ବାହ୍ନ ୧୦ ଟା ପର୍ଯ୍ୟନ୍ତ ଖୋଲା ରହିବ। ମେଡିସିନ, ଫଳ ଓ କ୍ଷୀର ଦୋକାନ ଉପରେ ଅନ୍ୟ କୌଣସି କଟକଣା ଜାରି କରାଯାଇନାହିଁ। ପ୍ରଶାସନ ପକ୍ଷରୁ ଏହି ପରିବର୍ତ୍ତିତ ନିୟମ ସମ୍ପର୍କରେ ଡାକବାଜି ଯନ୍ତ୍ର ଯୋଗେ ବୁଧବାର ସନ୍ଧ୍ୟାରେ ସହରରେ ପ୍ରଚାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

ପ୍ରଧାନ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା; ବାଜିଲା ବାଜା, ଗ୍ରାମ ପରିକ୍ରମା କଲେ ଛାତ୍ରୀଛାତ୍ର

କେସିଙ୍ଗା,୩୦ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ପଞ୍ଚାୟତ ଚିଚର୍ଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ନାୟକଙ୍କୁ ବୁଧବାର ଅବସର କାଳୀନ ବିଦାୟ…

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?