ପରକୀୟା ପ୍ରୀତିରୁ ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟା

ବ୍ରହ୍ମପୁର ଅଫିସ,୨୩ା୧- ସଦର ଥାନା ସୁକୁଣ୍ଡା ମଶାଣିପଦର ସାହିରେ ବୁଧବାର ପରକୀୟା ପ୍ରୀତିରୁ ଏକ ହତ୍ୟାକାଣ୍ଡ ଘଟିଛି। ମୃତକ ହେଲେ ପ୍ରଫୁଲ୍ଲ ସାହୁ (୩୨)। ପୋଲିସ ମୃତ ପ୍ରଫୁଲ୍ଲଙ୍କ ଦାଦା ପୁଅ ଭାଇ ମହେନ୍ଦ୍ରଙ୍କ ଅଭିଯୋଗ କ୍ରମେ ଏକ ହତ୍ୟା ମାମଲା (ନଂ.୧୯/୨୦) ରୁଜୁକରି ତଦନ୍ତ ଆରମ୍ଭ କରିଛି। ପ୍ରଫଲ୍ଲଙ୍କୁ ତାଙ୍କ ସ୍ତ୍ରୀ ପ୍ରେମିକ ସହ ମିଶି ହତ୍ୟା କରିଥିବା ତଦନ୍ତରୁ ଜଣାପଡିଛି। ମୃତକଙ୍କ ସ୍ତ୍ରୀ ମିତା ସାହୁ (୨୫) ଓ ତାଙ୍କ ପ୍ରେମିକ ଭବାନୀପାଟଣାର ସରୋଜ ମହାରଣା (୩୧)ଙ୍କୁ ଗିରଫ କରାଯାଇଥିବା ସଦର ଏସ୍‌ଡ଼ିପିଓ ଜୟନ୍ତ ମହାପାତ୍ର ସୂଚନା ଦେଇଛନ୍ତି। ଘଟଣାରୁ ପ୍ରକାଶ, ସ୍ତ୍ରୀ ମିତା ଥାନାରେ କରିଥିବା ଅଭିଯୋଗ ଅନୁଯାୟୀ, ସ୍ବାମୀ ପ୍ରଫୁଲ୍ଲ ଜଣେ ଠିକାଦାର। ମୁଁ ଓ ମୋ ୫ ବର୍ଷର ପୁଅ ଓ ୪ ବର୍ଷର ଝିଅ ସହ ଆମେ ସୁକୁଣ୍ଡାରେ ରହୁଥିଲୁ। ମଙ୍ଗଳବାର ରାତି ପ୍ରାୟ ୮ଟାରେ ସ୍ବାମୀ କାମସାରି ନିଶାସକ୍ତ ଅବସ୍ଥାରେ ଘରକୁ ଫେରିଥିଲେ। ମୋ ସହ ଝଗଡା କରି ଘର କାନ୍ଥରେ ମୁଣ୍ଡ ପିଟିଦେଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ପୋଲିସ ପ୍ରଥମେ ମିତାଙ୍କ ଅଭିଯୋଗ କ୍ରମେ ନଂ.୪/୨୦ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିଲା। ପ୍ରଫୁଲ୍ଲଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଭାଇ ମହେନ୍ଦ୍ର ବୁଧବାର ଥାନାରେ ଅଭିଯୋଗ କରିଥିଲେ। ପଚରାଉଚରା ପରେ ପ୍ରଫୁଲ୍ଲଙ୍କୁ ତଣ୍ଟି ଚିପି ହତ୍ୟା କରାଯାଇଥିବା ନେଇ ପୋଲିସ ଡାକ୍ତରଙ୍କଠାରୁ ସୂଚନା ପାଇଥିଲା। ମିତାଙ୍କ ଉପରେ ପୋଲିସର ସନ୍ଦେହ ହୋଇଥିଲା। ମିତାଙ୍କୁ ପଚାରିବାରୁ ସେ କେତେବେଳେ ତାଙ୍କ ସ୍ବାମୀ ଘର ଭିତରେ ମୁଣ୍ଡ ପିଟିଦେବାରୁ ପ୍ରଚୁର ରକ୍ତସ୍ରାବ ହୋଇଥିବା କହୁଥିଲାବେଳେ ଆଉ କେତେବେଳେ ମଦ ପିଇ ଆସି ବାନ୍ତି କରିଥିଲେ ବୋଲି କହିଥିଲେ। କଥାରେ ତାଳମେଳ ନ ରହିବାରୁ ତାଙ୍କ ଉପରେ ସନ୍ଦେହ ଦୃଢୀଭୂତ ହୋଇଥିଲା। ଅନ୍ୟପଟେ ଘର ଭିତରେ କୌଣସି ସ୍ଥାନରେ ରକ୍ତ ପଡିଥିବା ପୋଲିସ ଦେଖିବାକୁ ପାଇ ନ ଥିଲା। ପାରିପାର୍ଶ୍ୱିକ ସ୍ଥିତିରୁ ପ୍ରଫୁଲ୍ଲଙ୍କୁ ହତ୍ୟା କରାଯାଇଥିବା ପୋଲିସ ଅନୁମାନ କରୁଛି। ଏଣୁ ମିତା ଓ ତାଙ୍କ ପ୍ରେମିକ ସରୋଜ ମହାରଣାଙ୍କୁ ଗିରଫ କରାଯାଇଥିବାବେଳେ ଗୁରୁବାର ସେମାନଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଏସ୍‌ଡ଼ିପିଓ ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ଯୋଗାସନ ପ୍ରତିଯୋଗୀତା ପାଇଁ ୭ ମନୋନୀତ

ଦିଗପହଣ୍ଡି,୧୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ଚିଦାନନ୍ଦ ସରସତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ୨ ଦିନିଆ ରାଜ୍ୟସ୍ତରୀୟ ବାଳିକା ଯୋଗାସନ...

ଗଞ୍ଜାମର ୪୧ ଡିଗ୍ରୀ କଲେଜକୁ ଅର୍ଥ ଅନୁମୋଦନ

ଭଞ୍ଜନଗର,୧୨ା୧୨(ବାବୁଲା ପ୍ରଧାନ): କଲେଜ ପଢୁଆ ଛାତ୍ରୀମାନଙ୍କ ମଧ୍ୟରେ ଆତ୍ମ ବିଶ୍ୱାସ ବଢ଼ିବା ଲକ୍ଷ୍ୟ ନେଇ ସରକାର ସେମାନଙ୍କୁ ଆତ୍ମ ସୁରକ୍ଷା ତାଲିମ ପ୍ରଦାନ କରୁଛନ୍ତି। ଏହିଭଳି...

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ଯୁଦ୍ଧକାଳୀନ ଭିତ୍ତିରେ ନିର୍ମାଣ ହେବ ଶ୍ମଶାନ ଘାଟ

ପୁରୁଷୋତ୍ତମପୁର,୧୨ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ମୃତଦେହ ଦାହ କରିବା ଓ କ୍ରିୟାକର୍ମ କରିବା ସହ ମୃତବ୍ୟକ୍ତିଙ୍କ ଅସ୍ଥି ରଖିବା ଲୋକଙ୍କ ଲାଗି ସମସ୍ୟା ପାଲଟିଥିବାବେଳେ...

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...

ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…

ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...

ସଙ୍କୁଚିତ ହେଉଛି ଉପଜିଲାପାଳ-ଆରଡିସିଙ୍କ କ୍ଷମତା, ଗଞ୍ଜାମ ଜଲାକୁ ୪ ଜିଲା ପାଇଁ ଉଠିଲା ଦାବି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାକୁ ଭାଗଭାଗ କରି ୪ଟି ଜିଲା ଘୋଷଣା କରାଯାଉ। ଉପଜିଲାପାଳ ଏବଂ ଆରଡିସିଙ୍କ କ୍ଷମତା ଦିନକୁ ଦିନ ସରକାର ସଙ୍କୁଚିତ କରୁଛନ୍ତି।...

ପ୍ରଶାସନ ସାଜିଛି ନୀରବଦ୍ରଷ୍ଟା: ନକଲି ଜମି ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କେବେ?

ପୁରୁଷୋତ୍ତମପୁର,୧୧।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବରେଜିଷ୍ଟର ଅଫିସରେ ଜମି ଦୁର୍ନିତିର ପର୍ଦ୍ଦାପାଶ ହୋଇଛି। ଜମିର ପ୍ରକୃତ ମାଲିକ ମୃତ୍ୟୁବରଣ କରିଥିବା ସତ୍ତ୍ବେ ଅନ୍ୟ ଜଣେ...

ଭଞ୍ଜନଗର ଉପଖଣ୍ଡରେ ୨୩ରୁ ଖୋଲିବ ମଣ୍ଡି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ଧାନମଣ୍ଡି ଖୋଲିବ। ଏଥିପାଇଁ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri