Posted inରାଜ୍ୟ

ପରଜଙ୍ଗରେ କାଳବୈଶାଖୀ: ବ୍ୟାପକ କ୍ଷତି; ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ, ଉଡ଼ିଲା ଛପର

ପରଜଙ୍ଗ, ୨୮।୫(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୪ଟା ବେଳେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ତୋଫାନରେ ବ୍ୟାପକ କ୍ଷତି ହୋଇଛି। ପ୍ରବଳ ବେଗରେ ପବନ ବହିବାରୁ ବହୁ ଆଜବେଷ୍ଟସ, ଟାଇଲ ଛପର ଉଡ଼ିଯାଇଛି। ଅନେକ ଗୁହାଳ ମଧ୍ୟ ଭାଙ୍ଗିଯାଇଛି। ବହୁ ବଡ଼ ବଡ଼ ଗଛକୁ ଧରାଶାୟୀ କରିଛି କାଳବୈଶାଖୀ। ସେହିପରି କେତେକ ସ୍ଥାନରେ ଖୁଣ୍ଟ ଭାଙ୍ଗି ପଡ଼ିବାରୁ ବିଦ୍ୟୁତ୍‌ ସରବରାହ ବାଧାପ୍ରାପ୍ତ ହୋଇଚି। ବାରିହାପୁର ଢ଼ାବା ନିକଟରେ ଏକ ଚାକୁଣ୍ଡା ଗଛ ଉପୁଡ଼ି ୫୩ନଂ ଜାତୀୟ ରାଜପଥ ଉପରେ ପଡ଼ିଥିଲା। ଫଳରେ ଦୀର୍ଘ ସମୟ ଯାଏ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ପରେ ସ୍ଥାନୀୟ ବାସିନ୍ଦା ଗଛ କାଟିବାରୁ ଯାତାୟାତା ସ୍ବାଭାବିକ ହୋଇଛି। ଝଡ଼ତୋଫାନରେ ଫଳ ବଗିଚାରେ ବ୍ୟାପକ କ୍ଷତି ହୋଇଛି। ବିଶେଷ କରି କଦଳୀ, ଆମ୍ବ ଗଛ ନଷ୍ଟ ହୋଇଯାଇଛି। ଏହା ଚାଷୀଙ୍କ ପାଇଁ ଦୁଃଖ ଆଣିଛି।

ଅନ୍ୟପଟେ ଦୀର୍ଘଦିନ ଧରି ପ୍ରବଳ ଗ୍ରୀଷ୍ମପ୍ରବାହରେ ଅଞ୍ଚଳବାସୀ ସନ୍ତୁଳି ହେଉଥିବାବେଳେ କାଳବୈଶାଖୀ ବର୍ଷା ପରିବେଶରେ ଭରିଛି ଶୀତଳତା। ତାପମାତ୍ରା ମଧ୍ୟ ସାମାନ୍ୟ ହ୍ରାସ ପାଇଛି। ପ୍ରଶାସନ ତୁରନ୍ତ କ୍ଷୟକ୍ଷତି ଆକଳନ କରି କ୍ଷତିଗ୍ରସ୍ତଙ୍କୁ କ୍ଷତିପୂରଣ ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri