ପରଜଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ୭୪ତମ ଜନ୍ମଦିବସ ପାଳିତ, ଗରିବଙ୍କୁ କମ୍ବଳ ବାଣ୍ଟିଲେ ଏମ୍‌ପି

ପରଜଙ୍ଗ,୧୬।୧୦(ଡି.ଏନ୍‌.ଏ)- ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଆଖୁଆପାଳ ପଞ୍ଚାୟତ ରାମେଶ୍ୱର ହାଇସ୍କୁଲ ପଡିଆଠାରେ ବୁଧବାର ଢେଙ୍କାନାଳ-ଅନୁଗୁଳ ଏମ୍‌ପି ମହେଶ ସାହୁଙ୍କ ତତ୍ତ୍ୱବଧାନରେ ବହୁ ନିରାଡ଼ମ୍ବର ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୪ ତମ ଜନ୍ମ ଦିବସ ପାଳିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଦିବସ ଏକ ନିଆରା ଢଙ୍ଗରେ ପାଳନ କରିଛନ୍ତି ଦଳୀୟ ନେତା ଏବଂ କର୍ମୀ। ଏମ୍‌ପି ସାହୁଙ୍କ ନେତୃତ୍ୱରେ ଜନ୍ମ ଦିବସ ଅବସରରେ ପ୍ରଭୁ ରାମେଶ୍ୱରଙ୍କ ମନ୍ଦିରରେ ପୂଜାର୍ଚ୍ଚନା କରାଯାଇ ଏକ ଶହ ଦୀପ ଦାନ କରାଯାଇଥିଲା। ଏଥି ସହ ଜୀବନ ବିନ୍ଦୁ ଅଧୀନରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଓ ମାଗଣା ସ୍ବାସ୍ଥ୍ୟ ସେବା କାର୍ଯ୍ୟକ୍ରମ ଆୟୋଜିତ କରାଯାଇଥିଲା । ପରେ ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଦିବସ ଉପଲକ୍ଷେ ଆୟୋଜିତ ସଭାରେ ମୁଖ୍ୟଅତିଥି ଭାବେ ସ୍ଥାନୀୟ ବିଧାୟକ ନୃସିଂହ ଚରଣ ସାହୁ ଯୋଗ ଦେଇ ତାଙ୍କର ବକ୍ତବ୍ୟ ରଖିଥିଲେ। ମଞ୍ଚାସିନ ଅତିଥିଭାବେ ପରଜଙ୍ଗ ବ୍ଲକ ଅଧ୍ୟକ୍ଷ ଅକ୍ଷୟ କୁମାର ବେହେରା, ବିଜେଡି ବ୍ଲକ ସଭାପତି କୃଷ୍ଣଚନ୍ଦ୍ର ମହାନ୍ତି, ଯୁବ ବିଜେଡି ସଭାପତି ସୁବ୍ରତ ଦାସ, ଦେବୀପ୍ରସାଦ ପଟ୍ଟନାୟକ, ଇନ୍ଦ୍ରମଣି ଗଡ଼ନାୟକ, ବାସନ୍ତୀ କିଶାନ,ମନୋଜ ସାହୁ, ଦିନେଶ ପ୍ରଧାନ, ମୀନକେତନ ଅମାନ୍ତ, ପ୍ରିୟରଞ୍ଜନ ମାହୁନ୍ତ, ସସ୍ମିତା ବେହେରା, ପବିତ୍ର ଭୁତିଆ, ପ୍ରମୁଖ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିତ୍ୱ ସମ୍ପର୍କରେ ଏମ୍‌ପି ସାହୁ ଆଲୋଚନା କରିବା ସହ ତାଙ୍କ ଜୀବନ ସୁଖମୟ ଓ ନିରୋଗ ରହୁ ବୋଲି ଭଗବାନଙ୍କ ନିକଟରେ କାମନା କରିଥିଲେ । ସଭା ଶେଷରେ ଏମ୍‌ପି ଗରିବ ଲୋକମାନଙ୍କୁ କମ୍ବଳ ଓ ମଶାରୀ ବଣ୍ଟନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଢେଙ୍କାନାଳ ଲୋକ ସଭା ମଣ୍ଡଳୀରୁ ହଜାର ହଜାର ସଂଖ୍ୟକ ଶୁଭେଚ୍ଛୁ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

ବାପାଙ୍କ ବଦଳରେ ଲଢିବେ ଝିଅ: ୨୭ରେ ଘୋଷଣା କରିପାରେ କଂଗ୍ରେସ

କଟକ,୨୬।୪(ଶିଳ୍ପା ପ୍ରିୟଦର୍ଶିନୀ):କଂଗ୍ରେସ ପକ୍ଷରୁ ଆସନ୍ତା ୨୭ ତାରିଖରେ ବାଲିଯାତ୍ରା ଉପର ପଡ଼ିଆରେ ଏକ ବଡ଼ ସଭା ହେବ ଏବଂ ସେଥିରେ ଦଳ ମହମ୍ମଦ ମୋକିମଙ୍କ ବଡ଼...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri