ପରଜଙ୍ଗ ଥାନା ଅଞ୍ଚଳରେ ଲୁଟେରା ଆତଙ୍କ; ରାତିକ ଭିତରେ ୫ ଗାଡ଼ିରୁ ଚୋରି

ପରଜଙ୍ଗ, ୫।୮(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଞ୍ଚଳରେ ଲୁଟେରା ଆତଙ୍କ ଦେଖାଦେଇଛି। ଡିହଡୋଳ ଗ୍ରାମ ନିକଟ ୫୩ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ରଖାଯାଇଥିବା ୫ଟି ଗାଡ଼ିରୁ ଶନିବାର ରାତିରେ ଦୁର୍ବୃତ୍ତମାନେ ବହୁ ମୂଲ୍ୟବାନ ସାମଗ୍ରୀ ଚୋରି କରି ନେଇଯାଇଛନ୍ତି। ଏହି ଘଟଣା ପରେ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି।
ଅଞ୍ଚଳର ଗାଡ଼ି ମାଲିକମାନେ ସବୁଦିନ ପରି ୫୩ନଂ. ଜାତୀୟ ରାଜପଥ କଡ଼ରେ ଗାଡ଼ିଗୁଡ଼ିକ ରଖିଥିଲେ। ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଯୋଜନାବଦ୍ଧ ଚୋରି କରିଛନ୍ତି। ଡିହଡୋଳ ଗ୍ରାମର ସଞ୍ଜୟ ଭୂତିଆଙ୍କ ବୋଲେରୋର ଗୋଟିଏ ଚକା, ନଗେନ୍ଦ୍ର ଭୂତିଆଙ୍କ ଇଣ୍ଡିଗୋ ଗାଡ଼ିର ୨ଟି ଚକା, ପିଣ୍ଟୁ ଭୂତିଆଙ୍କ ବୋଲେରୋର ନୂଆ ଷ୍ଟେପିନ୍‌, ବିଷ୍ଣୁ ସାହୁଙ୍କ ୪୦୭ ଗାଡିରୁ ୮୦ ଲିଟରରୁ ଊର୍ଦ୍ଧ୍ୱ ଡିଜେଲ, ଅମୃତାନନ୍ଦ ଦଳବେହେରାଙ୍କ ଟିପ୍ପରରୁ ନୂଆ ବ୍ୟାଟେରି ସହିତ ଡିଜେଲ ଚୋରି ହୋଇଥିବା ଅଭିଯୋଗ ହୋଇଛି। କିଛିଦିନ ପୂର୍ବରୁ ସମାନ ଢଙ୍ଗରେ ବିନୋଦ ସାହୁଙ୍କ ଟିପ୍ପରରୁ ମଧ୍ୟ ଡିଜେଲ ଚୋରି ହୋଇଥିଲା।
ଉଲ୍ଲେଖଯୋଗ୍ୟ, ଚୋରି ହୋଇଥିବା ସ୍ଥାନଠାରୁ ଥାନାର ଦୂରତା ମାତ୍ର ଏକ କିମି। ଘଟଣାସ୍ଥଳ ନିକଟରେ ଷ୍ଟେଟ ବ୍ୟାଙ୍କ ଶାଖା ରହିଛି। ଅଞ୍ଚଳରେ ଚୋରି ବଢୁଥିବାରୁ ପୋଲିସ ପକ୍ଷରୁ ୨ଜଣ ହୋମଗାର୍ଡ ମୁତୟନ କରାଯାଇଥିଲା। ଏହାସତ୍ତ୍ୱେ ଦୁର୍ବୃତ୍ତମାନେ ଘଣ୍ଟା ଘଣ୍ଟା ଧରି ଚୋରି କରିବା ଏବଂ ସୁରକ୍ଷା ଦାୟିତ୍ୱରେ ଥିବା କର୍ମଚାରୀ ଏକଥା ଜାଣି ନ ପାରିବା ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏ ସଂକ୍ରାନ୍ତରେ ଗାଡ଼ି ମାଲିକମାନେ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।
ଏ ନେଇ ଥାନାଧିକାରୀ ଆନନ୍ଦ ଡୁଙ୍ଗ୍‌ଡୁଙ୍ଗ୍‌ କୁହନ୍ତି, ଘଟଣାର ତଦନ୍ତ ଚାଲିଛି। ଖୁବଶୀଘ୍ର ଅଭିଯୁକ୍ତ ଧରାପଡ଼ିବେ। ଏଥିସହ ରାତ୍ରିକାଳୀନ ପାଟ୍ରୋଲିଂରେ ନିୟୋଜିତ ହୋମଗାର୍ଡଙ୍କୁ ତାଗିଦ୍‌ କରାଯିବାସହ ଯାଞ୍ଚ ବ୍ୟବସ୍ଥା କଡ଼ାକଡ଼ି କରାଯିବ ବୋଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ରାମଚଣ୍ଡୀ ପୀଠରେ ‘ସ୍ବଚ୍ଛତା ହିଁ ସେବା’: ପ୍ଲାଷ୍ଟିକମୁକ୍ତ ପାଇଁ ଶପଥ

ଗଞ୍ଜାମ, ୩୦।୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ନୀଳାଦ୍ରିପୁର ପାହାଡ଼ ଶିଖରରେ ଅବସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀ ପୀଠରେ ମଙ୍ଗଳବାର ବିଶାଳ ସଫେଇ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

ଭୟାବହ ଅଗ୍ନିକାଣ୍ଡ: ଶୋ-ରୁମରେ ୫୦ରୁ ଅଧିକ ବାଇକ ଭସ୍ମ

ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ…

ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?