ପରଜଙ୍ଗ ପୋଲିସକୁ ଦୁର୍ବୃତ୍ତଙ୍କ ଖୋଲା ଚ୍ୟାଲେଞ୍ଜ: ଥାନାଠାରୁ ଅନତି ଦୂରରେ ପୁଣି ଲୁଟ୍‌ ଉଦ୍ୟମ, ଅଳ୍ପକେ ବର୍ତ୍ତିଲେ ଯୁବକ

ପରଜଙ୍ଗ,୧୫।୭(ଡି.ଏନ୍‌.ଏ.)- ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ- ଭାଲୁମୁଣ୍ଡା ପୂର୍ତ୍ତ ବିଭାଗ ରାସ୍ତାର ଗଣ୍ଡତଇଲା ଗାଁ ନିକଟରେ ସୋମବାର ପୁଣି ଜଣେ ଯୁବକଙ୍କଠାରୁ ଲୁଟ ଉଦ୍ୟମ ହୋଇଛି। ସେ ହେଲେ ବିଶ୍ୱଜିତ ସାହୁ।

ବିଶ୍ୱଜିତ ପଥରଖମ୍ବ ପଞ୍ଚାୟତର ଆବାସ ମିତ୍ର ଭାବେ କାର୍ଯ୍ୟରତ ଅଛନ୍ତି। ସେ ସୋମବାର ବ୍ଲକକୁ ଆସି ତାଙ୍କର କିଛି ସାର୍ଟିଫିକେଟ୍‌ ପାଇଁ ସାଆନ୍ଦା କଲେଜକୁ ନିଜ ସ୍କୁଟି(ଓଡି ୦୬ ଜି ୭୬୮୬) ଯୋଗେ ଯାଉଥିଲେ। ଏହି ସମୟରେ ପଛରୁ ଏକ ପଲସରରେ ଦୁଇଜଣ ଦୁର୍ବୃତ୍ତ ଆସି ତାଙ୍କୁ ଅଟକାଇଥିଲେ। ସେମାନଙ୍କ ମଧ୍ୟରୁ ପଛରେ ବସିଥିବା ଯୁବକଜଣଙ୍କ ଭୁଜାଲି ଦେଖାଇ ତାଙ୍କୁ ଟଙ୍କା ମାଗିଥିଲେ। ସେ ଟଙ୍କା ନାହିଁ କହିବାରୁ ଉତ୍ତ୍ୟକ୍ତ ହୋଇ ଆକ୍ରମଣ କରିବାକୁ ଚେଷ୍ଟା କରିଥିଲେ। ହେଲେ ଘଟଣାସ୍ଥଳରୁ ବିଶ୍ୱଜିତ ଦୌଡ଼ି ପଳାଇବାକୁ ଉଦ୍ୟମ କରିଥିଲେ। ସେମାନେ ବିଶ୍ୱଜିତଙ୍କ ପିଛା କରିଥିଲେ ସୁୁଦ୍ଧା ସେ ଖସିଯିବାରେ ସଫଳ ହୋଇଥିଲେ। ପରେ ଦୁର୍ବୃତ୍ତମାନେ ସ୍କୁଟିର ଡିକି ଭାଙ୍ଗି ସେଥିରେ ଥିବା କାଗଜପତ୍ର ଫିଙ୍ଗି ଦେଇଥିଲେ। ତେବେ ଦୌଡ଼ିବା ସମୟରେ ବିଶ୍ୱଜିତ୍‌ ଆହତ ହୋଇଥିବା ଯୋଗୁ ତାଙ୍କୁ ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା କରାଯାଉଛି। ଖବର ପାଇ ପରଜଙ୍ଗ ଥାନା ଏସ୍‌ଆଇ ଜନ୍ମେଜୟ ପାତ୍ର, ସସ୍ମିତା ପାଲ ପ୍ରମୁଖ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ସୂଚନାଯୋଗ୍ୟ, ଗତ ୨ ତାରିଖ ମଙ୍ଗଳବାର ଉକ୍ତ ସ୍ଥାନରୁ ଭାରତ ଫାଇନାନ୍ସ କର୍ମଚାରୀ ଆଶିଷ କୁମାର ନାୟକଙ୍କଠାରୁ ଏକ ଲକ୍ଷରୁ ଊଦ୍ଧର୍‌ବ ଟଙ୍କା ଦୁର୍ର୍ବୃତ୍ତ ଲୁଟି ନେଇଥିଲେ। ଏଥିସହ ଉକ୍ତ ଯୁବକଙ୍କଠାରୁ କିଛି ଦିନ ପୂର୍ବେ ୧୪୯ ନଂ ଜାତୀୟ ରାଜପଥର ରାଣା ସ୍ପଞ୍ଜ ଆଇରନ କାରଖାନା ନିକଟରେ ୧ ଲକ୍ଷ ୩୦ ହଜାର ଟଙ୍କା ଲୁଟ ହୋଇଥିଲା। ବର୍ତ୍ତମାନ ପର୍ଯ୍ୟନ୍ତ ପୋଲିସ ଲୁଟେରାଙ୍କୁ ଗିରଫ କରିପାରିନାହିଁ। ଏପରିସ୍ଥଳେ ପୁଣି ଥରେ ପରଜଙ୍ଗ ଅଞ୍ଚଳରେ ଲୁଟ୍‌ ଉଦ୍ୟମ କରାଯାଇଥିବାରୁ ଲୋକମାନେ ଭୟଭୀତ ହୋଇପଡିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

ବୋମାମାଡ଼ କରି ଲୁଟିନେଲେ ୧୪ ଲକ୍ଷ ଟଙ୍କା

କାମାକ୍ଷାନଗର,୫।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜିରାଳ ସାପ୍ତାହିକ ହାଟରୁ ଶୁକ୍ରବାର ସକାଳେ ଏକ ବଡ଼ ଲୁଟ୍‌ ହୋଇଛି। ୫ ଜଣ ଦୁର୍ବୃତ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri