ପରବିନ ବାବିଙ୍କ ଚରିତ୍ରରେ ନଜର ଆସିବେ ଏହି ସାଉଥ୍‌ ନାୟିକା

ମୁମ୍ବାଇ: ବଲିଉଡ୍‌ ନିର୍ଦ୍ଦେଶକ ମହେଶ ଭଟ୍ଟ ତାଙ୍କର ପ୍ରଥମ ଓ୍ବେବ ସିରିଜ୍‌ ନିର୍ମାଣ କରିବାକୁ ପ୍ରସ୍ତୁତ ହୋଇଗଲେଣି। ୭୦ ଦଶକର ହିଟ୍‌ ନାୟିକା ପରବିନ ବାବିଙ୍କ ଉପରେ ଓ୍ବେବ ସିରିଜ ନିର୍ମାଣ କରିବାକୁ ଯାଉଛନ୍ତି ମହେଶ। ମଙ୍ଗଳବାର ସେ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏହି ଓ୍ବେବ ସିରିଜର କଳାକାର ଓ ନିର୍ଦ୍ଦେଶକଙ୍କ ସମ୍ପର୍କରେ ଖୋଲାଖୋଲି ଆଲୋଚନା କରିଛନ୍ତି। ସେ ତାଙ୍କ ଟିମ୍‌ ସହ ଏକ ଫଟୋ ଶେୟାର କରି ଏହି ସୂଚନା ଦେଇଛନ୍ତି। ଏହି ଓ୍ବେବ ସିରିଜ୍‌ ୭୦ ଦଶକର ବଲିଉଡ୍‌ ଦୁନିଆ କଥା କହିବ ବୋଲି ସେ କହିଛନ୍ତି। ଏଥିରେ ଅମଲା ପାଲ, ତାହିର ରାଜ ଭସିନ, ଅମୃତା ପୁରି ଆଦି ନଜର ଆସିବେ। ପୁଷ୍ପଦୀପ ଭରଦ୍ୱାଜ ଏହାର ନର୍ଦ୍ଦେଶନା କରିବେ ବୋଲି ମହେଶ କହିଛନ୍ତି। ଏପର୍ଯ୍ୟନ୍ତ ଏହାର ଟାଇଟଲ ଓ ରିଲିଜ୍‌ ଡେଟ୍‌ ସମ୍ପର୍କରେ କୌଣସି ସୂଚନା ଦିଆଯାଇ ନାହିଁ। ଏଥିରେ ସାଉଥ୍‌ ନାୟିକା ଅମଲା ପାଲ, ପରବିନ ବାବିଙ୍କ ଚରିତ୍ରରେ ନଜର ଆସିପାରନ୍ତି ବୋଲି ମହେଶ କହିଛନ୍ତି। ଅନ୍ୟ ଏକ ପ୍ରୋଜେକ୍ଟରୁ ସମୟ ବାହାର କରି ଅମଲା ଏହି ପ୍ରୋଜେକ୍ଟ ପାଇଁ କାମ କରୁଛନ୍ତି। କିଛିଦିନ ତଳେ ଅମଲା ଏ ସମ୍ପର୍କରେ କୌଣସି ସୂଚନା ନ ଦେଇ କେବଳ ଏତିକି କହିଥିଲେ ଯେ ସେ ହିନ୍ଦୀ ସିନେମା ସହ ସମ୍ପର୍କ ଥିବା ଏକ ପ୍ରୋଜେକ୍ଟରେ କାମ କରିବାକୁ ଯାଉଛନ୍ତି। ଯାହାର ଶୁଟିଂ ଖୁବ୍‌ ଶୀଘ୍ର ଆରମ୍ଭ କରାଯିବ। ୭୦ ଦଶକର ନାୟିକା ପରବିନଙ୍କ ସହ ମହେଶଙ୍କର ଘନିଷ୍ଠ ସମ୍ପର୍କ ଥିବାରୁ ଏହି ଓ୍ବେବ ସିରିଜ ମହେଶଙ୍କ ପାଇଁ ଖୁବ୍‌ ଗୁରୁତ୍ୱ ରଖେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri