Posted inଜାତୀୟ

ପରମାଣୁ ଆକ୍ରମଣକୁ ନେଇ ପରୋକ୍ଷରେ ପାକିସ୍ତାନକୁ ଚେତାବନୀ ଦେଲେ ରାଜନାଥ

ଜଇପୁର,୧୬।୮: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶୁକ୍ରବାର ରାଜସ୍ଥାନର ପୋଖରାନ ଗସ୍ତ କରିଛନ୍ତି। ଏଠାରେ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କୁ ତାଙ୍କର ପ୍ରଥମ ଶ୍ରାଦ୍ଧ ଦିବସ ଅବସରରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ଏହି ସମୟରେ ପରମାଣୁ ଆକ୍ରମଣକୁ ନେଇ ଖବରଦାତାଙ୍କ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି ଭାରତର ନୀତି ହେଉଛି ସେ କେବେ ପ୍ରଥମେ ପରମାଣୁ ଅସ୍ତ୍ର ପ୍ରୟୋଗ କରିବ ନାହିଁ। ହେଲେ ପରିସ୍ଥିତିକୁ ଦେଖି ଏହି ନୀତିରେ ପରିବର୍ତ୍ତନ କରାଯାଇ ପାରେ ବୋଲି ସେ କହିଛନ୍ତି। ପାକିସ୍ତାନ ସହ ଭାରତର ସମ୍ପର୍କକୁ ନେଇ ସେ ପରୋକ୍ଷରେ ଏକଥା ପାକସ୍ତାନକୁ ଟାର୍ଗେଟ କରି କହିଥିବା କୁହାଯାଉଛି। ସୂଚନାଯୋଗ୍ୟ, ପ୍ରଥମେ ପୋଖରାନରେ ପରମାଣୁ ପରୀକ୍ଷଣ ସମୟରେ ଅଟଳ ବିହାରୀ ବାଜପେୟୀ ପ୍ରଧାନମନ୍ତ୍ରୀ ଥିବାରୁ ରାଜନାଥ ପୋଖରାନରେ ହିଁ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri