ପରଲୋକରେ ଅଭିନେତା କୁଶଲ ପଞ୍ଜାବୀ

ମୁମ୍ବାଇ,୨୭।୧୨: ଟେଲି କଳାକାର କୁଶଲ ପଞ୍ଜାବୀଙ୍କର ୩୭ବର୍ଷ ବୟସରେ ମୃତ୍ୟୁ ହୋଇଛି। ମୁମ୍ବାଇସ୍ଥିତ ତାଙ୍କ ବାସଭବନରେ ସେ ଆତ୍ମହତ୍ୟା କରିଥିବା କୁହାଯାଉଛି। ଶୁକ୍ରବାର ଦ୍ୱିପ୍ରହରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ ବୋଲି ସୂଚନା ମିଳିଛି। ଗୁରୁବାର ରାତିରେ କୁଶଲଙ୍କ ଘରୁ ତାଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଥିଲା। କୁଶଲଙ୍କ ମୃତ୍ୟୁ ଖବର ନେଇ ପ୍ରଥମେ ଟେଲି ଅଭିନେତା କରନବୀର ବୋହରା ଇନ୍‌ଷ୍ଟାଗ୍ରାମ ଜରିଆରେ ସମସ୍ତଙ୍କୁ ଜଣାଇବା ସହ ଏକ ଭାବପ୍ରବଣ ପୋଷ୍ଟ କରିଥିଲେ। କୁଶଲଙ୍କ ଏହି ଆକସ୍ମିକ ମୃତ୍ୟୁ ପାଇଁ ଟେଲିଜଗତରେ ଶୋକର ଛାୟା ଖେଳିଯାଇଛି। ଏହି ଘଟଣା ସମସ୍ତଙ୍କୁ ଏକ ଶକ୍ତ ଧକ୍କା ଦେଇଛି। ସୂଚନାଯୋଗ୍ୟ, କୁଶଲ ଘରେ ଏକୁଟିଆ ଥିବା ବେଳେ ପରିବାରଲୋକ ତାଙ୍କୁ ଫୋନରେ ସମ୍ପର୍କ କରିବାକୁ ଚେଷ୍ଟା କରିଥିଲେ। ହେଲେ ସେମାନଙ୍କର କୁଶଲଙ୍କ ସହ ସମ୍ପର୍କ ହୋଇପାରି ନ ଥିଲା। ଏହାପରେ ରାତି ସାଢ଼େ ୧୦ଟାରେ ପରିବାରଲୋକେ କୁଶଲ ରହୁଥିବା ବିଲ୍‌ଡିଂରେ ପହଞ୍ଚିଥିଲେ। ଘର କବାଟ ଭାଙ୍ଗି ଭିତରକୁ ପଶିବା ବେଳକୁ ସେମାନେ କୁଶଲଙ୍କୁ ଫ୍ୟାନ୍‌ରେ ଝୁଲନ୍ତା ଅବସ୍ଥାରେ ପାଇଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି। ଏଥିସହ ପୋଲିସ ଘରୁ ଏକ ସୁଇସାଇଡ ନୋଟ ମଧ୍ୟ ଜବତ କରିଛି। ଆର୍ଥିକ ସମସ୍ୟା ଯୋଗୁ ସେ ଆତ୍ମହତ୍ୟା କରିଛନ୍ତି ବୋଲି ଏଥିରେ ଉଲ୍ଲେଖ କରାଯାଇଛି। ଅପରପକ୍ଷେ କୁଶଲଙ୍କ ପାଖରେ କିଛି କାମ ନ ଥିବା ବେଳେ ଶେଷଥର ତାଙ୍କୁ ସିରିୟଲ ‘ଇସ୍କ ମେ ମରଜାଓ୍ବାଁ’ରେ ଦେଖିବାକୁ ମିଳିଥିଲା। ସେ ନିଜ କ୍ୟାରିୟର ପ୍ରଥମେ ଜଣେ ମଡେଲ ଭାବେ ଆରମ୍ଭ କରିଥିଲେ। ଏହାପରେ ଟେଲିଜଗତରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ ତିଆରି କରିଥିଲେ। ସେ କେତେକ ଫିଲ୍ମ ଓ ଶୋ’ରେ ମଧ୍ୟ କାମ କରିସାରିଛନ୍ତି। ତେବେ ତାଙ୍କ ବ୍ୟକ୍ତିଗତ ଜୀବନ କଥା କହିବାକୁ ଗଲେ ସେ ଜଣେ ୟୁରୋପିଆନ ଯୁବତୀଙ୍କୁ ୨୦୧୫ରେ ବିବାହ କରିଥିଲେ। ୨୦୧୬ରେ ତାଙ୍କର ଏକ ପୁତ୍ର ଜନ୍ମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri