ପରଲୋକରେ ଗୀତିକାର କୁଳମଣି ଦାସ

କଟକ ଅଫିସ, ୩୧ା୧୨- ଗୀତିକବି, ନୃତ୍ୟ ବିଷାରଦ, ଶିଶୁ ସାହିତି୍ୟକ, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ, ଆକାଶବାଣୀ ଓ ଦୂରଦର୍ଶନର ସ୍ବୀକୃତିପ୍ରାପ୍ତ ଗୀତିକାର ଏବଂ ମର୍ଦ୍ଦଳ ବାଦକ କୁଳମଣି ଦାସ(୬୯)ଙ୍କ କଟକ ତୁଳସୀପୁରସ୍ଥିତ ବାସଭବନରେ ସୋମବାର ପରଲୋକ ଘଟିଛି। ସେ ଦୀର୍ଘଦିନ ଧରି ଅସୁସ୍ଥ ହୋଇ ଚିକିତ୍ସିତ ଥିଲେ। ମୃତ୍ୟୁ ଶଯ୍ୟା ନିକଟରେ ତାଙ୍କ ସ୍ତ୍ରୀ କଲ୍ୟାଣୀ ଦାସ, ତିନି ଝିଅ ଓ ନାତୁଣୀନାତି ଉପସ୍ଥିତ ଥିଲେ। କୁଳମଣିଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସେ ୨୫ରୁ ଊର୍ଦ୍ଧ୍ୱ ନୃତ୍ୟନାଟିକା ଲେଖିଛନ୍ତି। ତାଙ୍କ ଲିଖିତ ବହୁ ଗୀତ ଏବଂ ନୃତ୍ୟ ନାଟିକା ଆକାଶବାଣୀ ଓ ଦୂରଦର୍ଶନରେ ପ୍ରସାରିତ ହୋଇଛି। ଗୁରୁ କେଳୁଚରଣ ମହାପାତ୍ରଙ୍କଠାରୁ ସେ ନୃତ୍ୟ ଶିକ୍ଷା କରି କଳା ବିକାଶ କେନ୍ଦ୍ର ସହ ଜଡ଼ିତ ଥିଲେ। ଜଣେ ସହକାରୀ ଶିକ୍ଷକ ଭାବେ ବିଭିନ୍ନ ସ୍କୁଲରେ କାର୍ଯ୍ୟ କରି ଶେଷରେ ତୁଳସୀପୁର ପୋଲିସ କଲୋନୀସ୍ଥିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଭାବେ ଅବସର ଗ୍ରହଣ କରିଥିଲେ। ଶିକ୍ଷକତା ପାଇଁ ସେ ରାଜ୍ୟପାଳ ପୁରସ୍କାର ଗ୍ରହଣ କରିଥିଲେ। ତାଙ୍କ ଲିଖିତ ଶିଶୁନାଟକ ବିଲୁଆ ନନା, ଦେଶାତ୍ମବୋଧକ ନାଟକ ‘ପୀଠା’, ଲବଣି ଚୋର, ବୁଢା ଶଙ୍ଖାରୀ ଅତି ଲୋକପ୍ରିୟ ହୋଇଥିଲା। ସେ ଜଣେ ଦକ୍ଷ ସଙ୍ଗଠକ ଭାବେ ଚାଚା ଶିଶୁ କିଶୋର ଅନୁଷ୍ଠାନ, ବଉଳ, ଚେତକ କଳା ସଂସଦ ଓ ଧ୍ରୁବତାରା ଅନୁଷ୍ଠାନ ସହ ଜଡ଼ିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ନଦୀ ସ୍ରୋତରେ ଭାସିଯାଇ ଥିଲେ ବୃଦ୍ଧ, ୧୦ ଘଣ୍ଟା ପରେ ଜୀବିତ ହେଲେ ଉଦ୍ଧାର

ହିଞ୍ଜିଳିକାଟୁ,୨୭।୯(ଦ୍ବିତୀକୃଷ୍ଣ ପଣ୍ଡା): ରଖେ ହରି ତ, ମାରେ କି’ଏ। ଏଭଳି ଏକ ଘଟଣାଟି ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଖଣ୍ଡରା ଗ୍ରାମ ନିକଟ ଘୋଡ଼ାହାଡ଼ ନଦୀରେ ଘଟିଛି।…

ହେଲା ସାଂଘାତିକ ଖୁଲାସା: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ୧,୭୪୧ ତ୍ରୁଟି, ଖର୍ଚ୍ଚ ହୋଇଛି ଏତେ କୋଟି, ଜାଣିଲେ…

ଭୁବନେଶ୍ୱର, ୨୭।୯: ଓଡ଼ିଶାର ସରକାରୀ ସ୍କୁଲରେ ପଢ଼ୁଥିବା ପିଲାଙ୍କ ପାଠ୍ୟପୁସ୍ତକକୁ ନେଇ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ…

ପ୍ରସବ ବେଦନାରେ ଛଟପଟ ମହିଳାଙ୍କୁ ୬ କିଲୋମିଟର ଭାରରେ ବୋହିଲେ ପରିବାର ଲୋକେ, ହସ୍ପିଟାଲରେ ପହଞ୍ଚିବା ପରେ…

ମୋହନା,୨୭ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକରେ କେଉଁଠି ବିକାଶର ଚିତ୍ର ତ ଆଉ କେଉଁଠି ଜନନୀ ଯନ୍ତ୍ରଣା। ଆମ୍ବୁଲାନ୍ସ ଅଛି ହେଲେ ରାସ୍ତା ନଥିବା ହେତୁ…

ରବିବାର ଖୋଲିଲା ବ୍ୟାଙ୍କ, କଳା ପୋଷାକ ପିନ୍ଧି କାର୍ଯ୍ୟରେ ଯୋଗଦେଲେ କର୍ମଚାରୀ

ଛତ୍ରପୁର,୨୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଧର୍ମଘଟ ଯୋଗୁ ଲଗାତର ଛୁଟିରେ ବ୍ୟାଙ୍କିଂ ସେବା ପ୍ରଭାବିତ ହେବାର ଆଶଙ୍କା ଥିବାରୁ ଗ୍ରାହକଙ୍କ ସୁବିଧା ପାଇଁ ଆଜି ରବିବାର ଛୁଟିଦିନ ହୋଇଥିଲେ…

ପୂର୍ତ୍ତ ବିଭାଗ ସଚିବଙ୍କ ସମୀକ୍ଷା: କଳିଙ୍ଗା ଘାଟି ରାସ୍ତା ଖୋଲିବାରେ ହେବ ବିଳମ୍ବ

ଭଞ୍ଜନଗର,୨୭ା୯(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରାସ୍ତା ସ୍ବାଭାବିକ ହେବାକୁ ଆହୁରି ମାସ ମାସ ଧରି ସମୟ ଲାଗିପାରେ। ଫଳରେ ଗଞ୍ଜାମ ସହ…

ପିଡିଏସ୍‌ ଚାଉଳ ବଣ୍ଟନରେ ଅନିୟମିତତା ଅଭିଯୋଗ: ହିତାଧିକାରୀଙ୍କୁ ମିଳିନି ପ୍ରାପ୍ୟ ଚାଉଳ, ରେକର୍ଡରେ ବଣ୍ଟନ ଦର୍ଶାଯାଇଥିବା…

ତୁମୁଡ଼ିବନ୍ଧ, ୨୭/୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ଲଙ୍କାଗଡ଼ ପଞ୍ଚାୟତରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌) ଅଧୀନରେ ଚାଉଳ ବଣ୍ଟନକୁ ନେଇ…

ମା ବିରଜାଙ୍କ ପୀଠରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ: ରାଜ୍ୟ ବାହାରୁ ଆସୁଛନ୍ତି ଶ୍ରଦ୍ଧାଳୁ

କଳିଙ୍ଗନଗର, ୨୭।୯ (ଶୁଭାଶିଷ ରାଉତ): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ରବିବାରଠାରୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ ଆରମ୍ଭ ହୋଇଛି। ପ୍ରତିପଦାଠାରୁ ମହାଳୟା ପର୍ଯ୍ୟନ୍ତ ଦୀର୍ଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?