ଭୁବନେଶ୍ୱର,୪।୬: (ବ୍ୟୁରୋ):ବିଶିଷ୍ଟ ସାହିତି୍ୟକ, ପ୍ରାବନ୍ଧିକ ଏବଂ ସମାଲୋଚକ ନିତ୍ୟାନନ୍ଦ ଶତପଥୀ ଆଉ ନାହାନ୍ତି। ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ବୁଧବାର ପୂର୍ବାହ୍ନ ୯ଟା ୧୫ରେ ତାଙ୍କର ପରଲୋକ ଘଟିଛି। ତାଙ୍କୁ ୮୩ ବର୍ଷ ହୋଇଥିଲା। ସେ ଦୀର୍ଘଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥାଇ ଚିକିତ୍ସିତ ହେଉଥିଲେ। ସର୍ଜନାତ୍ମକ ଓ ଆଧୁନିକ ସାହିତ୍ୟ ସମାଲୋଚନା କ୍ଷେତ୍ରରେ ବିଶେଷ ଖ୍ୟାତି ଅର୍ଜନ କରିଥିବା ଶତପଥୀ ଆଧୁନିକ ଓଡ଼ିଆ କବିତାର ପ୍ରଚାର, ପ୍ରସାର କ୍ଷେତ୍ରରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକପ୍ରକାଶ ପାଇଥିବାବେଳେ ସାହିତି୍ୟକ, ବିଶିଷ୍ଟ ବ୍ୟକ୍ତିମାନେ ତାଙ୍କ ଧର୍ମପତ୍ନୀ ତଥା ସୁସାହିତି୍ୟକା ପ୍ରତିଭା ଶତପଥୀ ଏବଂ ଝିଅ ତଥା କେନ୍ଦ୍ର ସାହିତ୍ୟ ଏକାଡେମୀ ବିଜେତା ପାରମିତା ଶତପଥୀଙ୍କୁ ଗଭୀର ସମବେଦନା ଜ୍ଞାପନ କରିଛନ୍ତି।
୧୯୩୭ ଅକ୍ଟୋବର ୨୫ ତାରିଖରେ ଜଗତ୍ସିଂହପୁର ଜିଲାର ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ଗାରେଇ ଶାସନଠାରେ ଜନ୍ମଗ୍ରହଣ କରିଥିଲେ। ୧୯୬୦ରେ ରେଭେନ୍ସା ମହାବିଦ୍ୟାଳୟରୁ ସ୍ନାତକ ଏବଂ ୧୯୬୨ରେ ସ୍ନାତକୋତ୍ତର ଶିକ୍ଷା ସମାପ୍ତ କରିଥିଲେ। ୧୯୭୬ରେ ଉତ୍କଳ ବିଶ୍ୱବିଦ୍ୟାଳୟରୁ ପିଏଚ୍ଡି ଲାଭ କରିଥିଲେ। ୧୯୬୯ରେ ଉତ୍କଳ ବିଶ୍ୱବିଦ୍ୟାଳୟରେ ଓଡ଼ିଆ ବିଭାଗରେ ଅଧ୍ୟାପନା ଆରମ୍ଭ କରିଥିବା ପ୍ରଫେସର ଶତପଥୀ ପରବର୍ତ୍ତୀ ସମୟରେ ସେଠାରେ ପ୍ରତିଷ୍ଠା କରାଯାଇଥିବା ସତ୍ୟବାଦୀ ଚେୟାରର ପ୍ରଫେସର ଭାବେ ଦାୟିତ୍ୱ ନିର୍ବାହ କରି ଅବସର ଗ୍ରହଣ କରିଥିଲେ। ୧୯୬୨ରୁ ୧୯୬୯ ପର୍ଯ୍ୟନ୍ତ ରେଭେନ୍ସା ମହାବିଦ୍ୟାଳୟରେ ଏବଂ ୧୯୭୬ରୁ ୧୯୯୨ ପର୍ଯ୍ୟନ୍ତ ଉତ୍କଳ ବିଶ୍ୱବିଦ୍ୟାଳୟର ଓଡ଼ିଆ ବିଭାଗରେ ଅଧ୍ୟାପନା କରିଥିଲେ। ଗୋପବନ୍ଧୁଙ୍କ ପୂର୍ଣ୍ଣାଙ୍ଗ ଜୀବନୀ ପୁସ୍ତକ ‘ହେ ସାଥୀ, ହେ ସାରଥୀ’ ଥିଲା ତାଙ୍କ ରଚିତ ପ୍ରଥମ ପୁସ୍ତକ। ଏହାପୂର୍ବରୁ ଧର୍ମ ପତ୍ନୀ ପ୍ରତିଭାଙ୍କ ସହ ମିଳିତ ଭାବରେ ‘ଆମ କବିତା’ ନାମକ ଏକ କବିତା ପୁସ୍ତକ ଲେଖିଥିଲେ। ଏହା ପରଠାରୁ ନିତ୍ୟାନନ୍ଦ ନିରବଚ୍ଛିନ୍ନ ଭାବରେ ସାହିତ୍ୟ ସାଧନାରେ ନିମଗ୍ନ ଥିଲେ। ଓଡ଼ିଆ ଭାଷାରେ ସମାଲୋଚନାମୂଳକ ଲେଖାର ଅଭାବକୁ ହୃଦୟଙ୍ଗମ କରି ନିତ୍ୟାନନ୍ଦ ସମାଲୋଚନା ଲେଖିବା ଆରମ୍ଭ କରିଥିଲେ। ୧୯୨୦ ପରବର୍ତ୍ତୀ ଆଧୁନିକ ଓଡ଼ିଆ କବିତା ଚର୍ଚ୍ଚା କ୍ଷେତ୍ରରେ ତାଙ୍କ ରଚିତ ‘ସବୁଜରୁ ସାମ୍ପ୍ରତିକ’ ଓଡ଼ିଆ ସାହିତ୍ୟ କ୍ଷେତ୍ରରେ ଏକ ମାଇଲଖୁଣ୍ଟ ଥିଲା। ତାଙ୍କର ଉଲ୍ଲେଖନୀୟ କୃତି ମଧ୍ୟରେ ‘କବିତା ଯୁଗେ ଯୁଗେ’, ‘ପ୍ରମୁଖ କବି କତିପୟ’, ‘କାବ୍ୟ ପ୍ରକରଣ’, ‘ସାରଳାରୁ ସମ୍ପ୍ରତି’ ଓ ‘ସତୁରିରୁ ସହସ୍ରାବ୍ଦୀ’ ଅନ୍ୟତମ। ସେ ବହୁ ସାରସ୍ବତ ଓ ସାମାଜିକ ଅନୁଷ୍ଠାନ ସହିତ ଜଡିତ ଥିଲେ। ସେ ମଧ୍ୟରୁ ପୂଜ୍ୟପୂଜା ସଂସଦ, ଶାରଳା ପୁରସ୍କାର, ସାମ୍ପ୍ରତିକ, ଓଡ଼ିଶା ସାହିତ୍ୟ ଏକାଡେମୀ ଆଦି ଅନ୍ୟତମ ଥିଲା। ‘ଇସ୍ତାହାର’ ନାମରେ ତ୍ରୈମାସିକ ସର୍ଜନାତ୍ମକ ଓ ଆଧୁନିକ ସାହିତ୍ୟ ସମାଲୋଚନା ପତ୍ରିକା ପ୍ରକାଶନ ଥିଲା ପ୍ରଫେସର ଶତପଥୀଙ୍କ ବଳିଷ୍ଠ କୃତିତ୍ୱ। ସାହିତ୍ୟ କ୍ଷେତ୍ରରେ ଅନବଦ୍ୟ କୃତି ପାଇଁ ସେ ଅନେକ ପୁରସ୍କାର ଓ ସମ୍ମାନରେ ସମ୍ମାନିତ ହେବା ସହ ସମ୍ମାନଜନକ ‘ବିଷୁବ ପୁରସ୍କାର’ରେ ସମ୍ମାନିତ ହୋଇଥିଲେ। ଓଡ଼ିଶା ସାହିତ୍ୟ ଏକାଡେମୀ, ଉତ୍କଳ ସମ୍ମିଳନୀ ସହ ବିଭିନ୍ନ ସାମାଜିକ ଏବଂ ସାଂସ୍କୃତିକ ସଂଗଠନ ପକ୍ଷରୁ ଶତପଥୀଙ୍କ ବିୟୋଗରେ ଶୋକପ୍ରକାଶ କରାଯାଇଛି। ପାରମିତା, ମଧୁବ୍ରତା, ଅସିତା ଓ ଈପ୍ସିତା ନାମରେ ତାଙ୍କର ଚାରି ଝିଅ ଅଛନ୍ତି।
ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍ ବାଲାନ୍ସ
ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...
ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ
ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...
ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି
ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...
ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ
ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...
ସ୍କୁଲ୍ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍ ଭଡ଼ା
ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...
ୟୁନୁସ ସରକାରଙ୍କ କ୍ଲାସ୍ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…
ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...
ମାତ୍ର ୫୬ ବଲରେ କମାଲ୍ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍ ପୂର୍ବରୁ…
ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...
୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!
୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...
Archives


