ପରଲୋକରେ ଲୋକପ୍ରିୟ ତବଲା ବାଦକ ରାଧାକାନ୍ତ ନନ୍ଦ

କଟକ ଅଫିସ,୩୦।୧୧: ଲୋକପ୍ରିୟ ତବଲା ବାଦକ ରାଧାକାନ୍ତ ନନ୍ଦଙ୍କ ଶନିବାର ପରଲୋକ ଘଟିଛି। କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ଧରି କର୍କଟ ରୋଗରେ ପୀଡ଼ିତ ଥିଲେ। ଶୁକ୍ରବାର ହଠାତ୍‌ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

କଟକର ଆଲିଶା ବଜାରରେ ରହୁଥିବା ରାଧାକାନ୍ତ ଓଡ଼ିଶାର ପ୍ରମୁଖ ବାଦକମାନଙ୍କ ମଧ୍ୟରୁ ଜଣେ ଥିଲେ। ନିକଟରେ ତାଙ୍କୁ ଓଡ଼ିଶା ସଙ୍ଗୀତ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଥିଲା। ମୃତ୍ୟୁଶର୍ଯ୍ୟା ନିକଟରେ ତାଙ୍କର ଦୁଇ ପୁଅ, ବୋହୁ ଏବଂ ସ୍ତ୍ରୀ ଅଛନ୍ତି। ରାଧାକାନ୍ତଙ୍କ ମୃତ୍ୟୁଖବର ପ୍ରଚାରିତ ହେବା ପରେ ସିନେ ଏବଂ ବାଦ୍ୟ ଜଗତରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ବାଜିଲା ମୋହର: ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ, SC-ST-OBCଙ୍କୁ ମିଳିବ…

ଭୁବନେଶ୍ୱର,୫ା୪(ସୁନିତ୍‌ ମିଶ୍ର): ଓଡ଼ିଶାର ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମ କ୍ଷେତ୍ରରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗମାନଙ୍କ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଯୁଦ୍ଧ ଭିତରେ ବଡ଼ ଖବର, ହସ୍ପିଟାଲରେ ଭର୍ତ୍ତି ହେଲେ ଟ୍ରମ୍ପ? ସାରା ବିଶ୍ୱରେ ଚହଳ, ହ୍ବାଇଟ୍‌ ହାଉସ୍‌…

ୱାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଗତ କିଛି ଦିନ ହେବ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ସେ ଗୁରୁତର ଅସୁସ୍ଥ ହୋଇ…

ଆଉ ଏକ ଆମେରିକୀୟ ବିମାନକୁ ଖସାଇଲା ଇରାନ, ଦାବି କରି କହିଲା….

ତେହେରାନ,୫।୪: ଇରାନ ସହିତ ଚାଲିଥିବା ସଂଘର୍ଷରେ ଆମେରିକୀୟ ସେନା ପ୍ରବଳ କ୍ଷତି ସହୁଛି । ରବିବାର ଦିନ, ଇରାନର ଇସଲାମିକ୍ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଇସଫାହାନ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri