ପରଲୋକରେ ସ୍ବାଧୀନତା ସଂଗ୍ରାମୀ ରାହାସ ବିହାରୀ

ବାହାନଗା, ୧।୬(ଡି.ଏନ.ଏ.)-ବାହାନଗା ବ୍ଲକ ପଣପଣା ପଞ୍ଚାୟତର କହଁରାଗୋହିରୀ ଗ୍ରାମର ସ୍ବାଧୀନତା ସଂଗ୍ରାମୀ ରାହାସ ବିହାରୀ ନାୟକ(୯୫)ଙ୍କ ଶନିବାର ସକାଳେ ପରଲୋକ ହୋଇଛି। ସେ ଦୀର୍ଘଦିନ ହେଲା ଆଜମ୍। ରୋଗରେ ଆକ୍ରାନ୍ତ ହୋଇଥିଲେ। କିଛିଦିନ ହେଲା ଘରୋଇ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିଲେ। ଶୁକ୍ରବାର ତାଙ୍କୁ ଚିକିତ୍ସାଳୟରୁ ଘରକୁ ଫେରାଇ ଅଣାଯାଇଥିଲା। ଶନିବାର ପୂର୍ବାହ୍ନ ସାଢେ ୧୧ଟାରେ ନିଜ ବାସଭବନରେ ତାଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କ ପାଖରେ ତାଙ୍କ ଦୁଇ ପୁଅ ଓ ବୋହୂ, ୪ ଝିଅ ଉପସ୍ଥିତ ଥିଲେ। ତାଙ୍କ ମୃତ୍ୟୁ ଖବର ପ୍ରଚାର ହେବା ମାତ୍ର ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ନୀଳଗିର ବିଧାୟକ ଇଂ. ସୁକାନ୍ତ କୁମାର ନାୟକଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ଗ୍ରାମବାସୀ ତାଙ୍କ ବାସଭବନକୁ ଯାଇ ଶେଷଦର୍ଶନ କରିଥିଲେ।
୧୯୨୪ ମସିହାରେ ଜନ୍ମଗ୍ରହଣ କରିଥିବା ରାହାସ ବିହାରୀ ଭାରତଛାଡ଼ ଆନ୍ଦୋଳନ ଓ ଲବଣ ସତ୍ୟାଗ୍ରହରେ ସାମିଲ ହୋଇ କାରାବରଣ କରିଥିଲେ। ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ତାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଗତ ୨୦୧୬ ମସିହାରେ ବାହାନଗା ବ୍ଳକ ସାମ୍ବାଦିକ ସଂଘ ତରଫରୁ ତାଙ୍କୁ ମୁକ୍ତି ସଂଗ୍ରାମ ସମ୍ମାନରେ ସମ୍ବର୍ଦ୍ଧିତ କରାଯାଇଥିଲା। ସେହିପରି ଭାରତର ପ୍ରଧାନମନ୍ତ୍ରୀ, ରାଜ୍ୟ ମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରପତିଙ୍କ ତରଫରୁ ମଧ୍ୟ ତାଙ୍କୁ ସମ୍ମାନିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ଆଦାନୀ ସହ ବଡ଼ ଚୁକ୍ତି ସ୍ବାକ୍ଷର କଲେ ଓଡ଼ିଶା ସରକାର: ସୃଷ୍ଟି ହେବ ୫୩,୫୦୦ ନୂଆ ନିଯୁକ୍ତି

ଭୁବନେଶ୍ୱର,୨।୭: ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ବଡ଼ ଚୁକ୍ତି ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଲୋକସେବା ଭବନରେ…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri