ପରିଚ୍ଛନ୍ନ ରୁହ , ସ୍ବଚ୍ଛତା ବଜାୟ ରଖ

ଢେଙ୍କାନାଳ ଅଫିସ, ୮।୩ – କରୋନା ଚିନ୍ତାରେ ସାରା ବିଶ୍ୱ। ବ୍ୟାପକ ସୁରକ୍ଷା ବ୍ୟବସ୍ଥା ସତ୍ତ୍ୱେ ଦିନକୁ ଦିନ ଏହି ରୋଗ ମହାମାରୀ ରୂପ ଧାରଣ କରିବାରେ ଲାଗିଛି। ଓଡ଼ିଶା ମଧ୍ୟ କରୋନା ଛନକାରୁ ବାଦ୍‌ ପଡ଼ିନି। ଏହାକୁ ନେଇ ରାଜ୍ୟ ସରକାର ମାର୍ଗଦର୍ଶିକା ଜାରି କରିଛନ୍ତି। ଏଥିସହ ଜିଲା ପ୍ରଶାସନକୁ ସମସ୍ତ ପରିସ୍ଥିତିର ମୁକାବିଲା କରିବା ଲାଗି ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଶନିବାର ଅପରାହ୍ନରେ ଢେଙ୍କାନାଳ ଜିଲା କାର୍ଯ୍ୟାଳୟରେ ଟାସ୍କଫୋର୍ସ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଏଥିରେ ଅଧ୍ୟକ୍ଷତା କରି ପରିଷ୍କାର ପରିଚ୍ଛନ୍ନ ରହିବା, ଆବଶ୍ୟକତା ଅନୁଯାୟୀ ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କରିବା, ଯଥାସମ୍ଭବ ଥଣ୍ଡା ପରିବେଶରୁ ଦୂରେଇ ରହିବାକୁ ଜିଲାବାସୀଙ୍କୁ ପରାମର୍ଶ ଦେଇଛନ୍ତି। ଆସବାବପତ୍ରକୁ ଜୀବାଣୁ ନାଶକରେ ବିଶୋଧନ କରିବା, ଆମିଷ ବଜାର, ଜନଗହଳିପୂର୍ଣ୍ଣ ସ୍ଥାନରୁ ଦୂରେଇ ରହିବା, ଥଣ୍ଡା ହେଲେ ମାସ୍କ ବ୍ୟବହାର କରିବା, ଥଣ୍ଡାର ଲକ୍ଷଣ ନ ଥିଲେ ମାସ୍କ ବ୍ୟବହାର ନ କରିବା, ଶରୀରକୁ ଯଥାସମ୍ଭବ ଗରମ ରଖିବାକୁ ଜିଲାପାଳ ଗୁରୁତ୍ୱ ଦେଇଛନ୍ତି। ସେହିପରି ଅଙ୍ଗନଓ୍ବାଡି କେନ୍ଦ୍ର, ଛାତ୍ରାବାସରେ ସ୍ବଚ୍ଛତା ବଜାୟ ରଖିବା ଦିଗରେ ଯତ୍ନବାନ ହେବାକୁ ସେ ପରାମର୍ଶ ଦେଇଛନ୍ତି।
ସିଡିଏମ୍‌ଓ ଡା. ନିରଞ୍ଜନ ମିଶ୍ର ଆଲୋଚନାରେ ଭାଗନେଇ କହିଲେ, କରୋନା ଭୂତାଣୁ ସଂକ୍ରମିତ ରୋଗୀଙ୍କୁ ତ୍ୱରିତ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ଜିଲା ଚିକିତ୍ସାଳୟରେ ୨ଶଯ୍ୟା ବିଶିଷ୍ଟ ସ୍ବତନ୍ତ୍ର ପ୍ରକୋଷ୍ଠ ସଂରକ୍ଷିତ ରହିଛି। ଜିଲାର ସମସ୍ତ ଚିକିତ୍ସାଳୟରେ ସ୍ବତନ୍ତ୍ର ପ୍ରକୋଷ୍ଠ ଖୋଲାଯିବ। ଶିଶୁମାନେ ଥଣ୍ଡାରେ ଶୀଘ୍ର ଆକ୍ରାନ୍ତ ହୋଇଥାନ୍ତି। ଏଥିପ୍ରତି ଅଭାଭାବକ ଯତ୍ନବାନ ହେବା ଜରୁରୀ। ଥଣ୍ଡା, ଜ୍ୱର, କାଶ, ଛିଙ୍କ ଲକ୍ଷଣ ଦେଖାଦେଲେ ତୁରନ୍ତ ଡାକ୍ତରଙ୍କୁ ପରାମର୍ଶ କରିବାକୁ ସିଡିଏମ୍‌ଓ ଆହ୍ବାନ ଦେଇଛନ୍ତି। ସେହିପରି ପୋଷ୍ଟର, ବ୍ୟାନରଏବଂ ଗଣମାଧ୍ୟମ ସହାୟତାରେ ବିଭିନ୍ନ ସ୍ଥାନରେ ଜନସଚେତନମୂଳକ କାର୍ଯ୍ୟକ୍ରମ ହାତକୁ ନିଆଯିବ। କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିରୋଧ କରିବା ଉଦ୍ଦେଶ୍ୟରେ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ଟାସ୍କଫୋର୍ସ କମିଟି ଗଠିତ ହୋଇଛି। ଏଥିରେ ଏସ୍‌ପି, ପିଡି ଡିଆରଡିଏ, ଜିଲା ସମାଜ ମଙ୍ଗଳ ଅଧିକାରୀ, ଶିକ୍ଷା ଅଧିକାରୀ, ମଙ୍ଗଳ ଅଧିକାରୀ, ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଏବଂ ସିଡିଏମ୍‌ଓ ସଦସ୍ୟ ରହିଥିବା ସୂଚନା ଦିଆଯାଇଥିଲା।
ବୈଠକରେ ଅତିରିକ୍ତ ଜିଲାପାଳ ଭବେଶ କୁମାର ନାୟକ, ପ୍ରକଳ୍ପ ନିର୍ଦ୍ଦେଶକ ନରୋତ୍ତମ ବେହେରା, ଡିଏସ୍‌ପି ନାଗାର୍ଜୁନ ପ୍ରଧାନ, ଜିଲା ଶିକ୍ଷାଧିକାରୀ ନିବେଦିତା ପାଣି, ମଙ୍ଗଳ ଅଧିକାରୀ ମାନସ ରଞ୍ଜନ ମିଶ୍ର, ସମାଜ ମଙ୍ଗଳ ଅଧିକାରୀ ଜୟନ୍ତୀ ବେହେରା, ଏଡିଏମ୍‌ଓ ଡା. ଜ୍ୟୋତିଷ ଚନ୍ଦ୍ର ମହାପାତ୍ର, ଯୋଜନା ଓ ସମନ୍ବୟ ବିଭାଗ ଉପନିର୍ଦ୍ଦେଶକ ସରୋଜ କୁମାର ସେଠୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ, ଯୋଗ ଦେଲେ…

ପରଜଙ୍ଗ, ୫।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ବିଶ୍ୱେଶ୍ୱର ବିଦ୍ୟାପୀଠ ମୁଣ୍ଡେଇଲୋଠାରେ ଶୁକ୍ରବାର ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛ। ଏହି ପ୍ରଦର୍ଶନୀ...

ରାସ୍ତା ତଳକୁ ଓଲଟିପଡିଲା ବାଲି ବୋଝେଇ ହାଇୱା, ଭିତରେ ଥିଲେ ଡ୍ରାଇଭର, ତା’ପରେ…

ପରଜଙ୍ଗ, ୪।୧୨(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଭାଲୁମୁଣ୍ଡା – ପରଜଙ୍ଗ ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ରେଳ ଷ୍ଟେଶନ ନିକଟରେ ଗୁରୁବାର...

ସରକାରୀ ଜାଗାରୁ ଜବରଦଖଲ ଉଚ୍ଛେଦ: ଆଗକୁ ଆହୁରି…

ପରଜଙ୍ଗ,୨।୧୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ପ୍ରଶାସନ ତରଫରୁ ସୋମବାର ବାରିହାପୁର ହାଇସ୍କୁଲ ସମ୍ମୁଖରେ ସରକାରୀ ଜାଗାରେ ଥିବା ଏକ ଢାବା ସହ କେତୋଟି ଦୋକାନ...

୫୫ ଜାତୀୟ ରାଜପଥରେ ସ୍କୁଟିକୁ ଧକ୍କା ଦେଲା ଅଜଣା ଗାଡି, ୩ ଯୁବକ ମୃତ

ଢେଙ୍କାନାଳ,୨୮ା୧୧: ଢେଙ୍କାନାଳ ଜିଲା ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୫୫ ର ଗୋବିନ୍ଦପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ...

ଧାନ କାଟୁଥିବାବେଳେ ଚାଷୀଙ୍କୁ କାମୁଡ଼ିଲା ସାପ, ଆଉ ତା’ ପରେ…

ପରଜଙ୍ଗ,୨୭ା୧୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ପଥରଖମ୍ବ ଗ୍ରାମର ଜଣେ ଚାଷୀ ଗୁରୁବାର ବିଲରେ ଧାନ କାଟୁଥିବା ବେଳେ ସାପ କାମୁଡ଼ାରେ...

ପରଜଙ୍ଗ ଅଞ୍ଚଳରେ ମାତିଛନ୍ତି ଡିଜେଲ ଚୋର, ବୋଲେରୋରେ ଆସି ଗାଡ଼ିରୁ କରୁଛନ୍ତି ଚୋରି

ପରଜଙ୍ଗ୨୬।୧୧(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବଜାରରୁ ବାଇପାସ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଚେନ ମେଶିନରୁ ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri