ପରିତ୍ୟକ୍ତ ଅବସ୍ଥାରେ ଡାକ୍ତରଖାନା କୋଠା

ରାଇସୁଆଁ, ୧୮।୧୧(ଡି.ଏନ.ଏ.)-ସରକାର ଗରିବ ଲୋକଙ୍କୁ ମାଗଣା ସ୍ବାସ୍ଥ୍ୟସେବା ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରି ଡାକ୍ତରଖାନା ଗୃହ ନିର୍ମାଣ ଠାରୁ ଆରମ୍ଭ କରି କର୍ମଚାରୀଙ୍କ ରହିବା ପାଇଁ ଗୃହ ନିମାଣ କରାଯାଉଛି। ମାତ୍ର ପ୍ରଶାସନିକସ୍ତରରେ ଏହା କାର୍ଯ୍ୟକ୍ଷମ ହୋଇ ନ ପାରିବାରୁ ଏହା ପରିତ୍ୟକ୍ତ ଅବସ୍ଥାରେ ପଡ଼ିରହିଛି। କେନ୍ଦୁଝର ଜିଲା ବାଂଶପାଳ ବ୍ଲକର ଖଣି କ୍ଷତିଗ୍ରସ୍ତ ଲୋକଙ୍କୁ ମାଗଣା ଚିକିତ୍ସା ପାଇଁ ସରକାର ୧୫ ଲକ୍ଷ ଟଙ୍କାରେ କୁମୁଣ୍ଡି ପଞ୍ଚାୟତର ତଳଜାଗର ଗାଁରେ ୫ବର୍ଷରୁ ଊର୍ଦ୍ଧ୍ୱ ହେବ ଏହି ଡାକ୍ତରଖାନା ଗୃହ ନିର୍ମାଣ ହେବାସହ ଡାକ୍ତରଙ୍କ ରହିବା ପାଇଁ ଗୃହ ବିଜୁଳି ସଂଯୋଗ ବ୍ୟବସ୍ଥା କରିଛନ୍ତି। ମାତ୍ର ଏହି ଡାକ୍ତରଖାନା ଆଜିଯାଏ ଲୋକଙ୍କ ସେବାରେ ଲାଗି ପାରୁନି କି ଫିତା କଟା କାର୍ଯ୍ୟ ସମ୍ପନ୍ନ ହୋଇପାରୁନି। ସ୍ଥାନୀୟ ଅଞ୍ଚଳର ବହୁ ଜନସାଧାରଣ କହିଛନ୍ତି ଯେ, ଏହି ଡାକ୍ତରଖାନା କାର୍ଯ୍ୟକାରୀ ହେଲେ ବହୁ ଗରିବ ଆଦିବାସୀ ଲୋକଙ୍କୁ ସ୍ବାସ୍ଥ୍ୟସେବା ମିଳନ୍ତା। କିନ୍ତୁ ତାହା ହେଉନାହିଁ। ଲୋକମାନେ ଡାକ୍ତରୀ ଚିକିତ୍ସା ନ ପାଇ ଚେରମୂଳି ଚିକିତ୍ସାକୁ ଆଦରି ଅକାଳରେ ଜୀବନ ହରାଉଛନ୍ତି। ଏଥି ପ୍ରତି ଜିଲା ପ୍ରଶାସନ ଦୃଷ୍ଟି ଦେବା ସହ ତୁରନ୍ତ ଡାକ୍ତର ଖାନାକୁ କାର୍ଯ୍ୟକ୍ଷମ କରିବାକୁ ସ୍ଥାନୀୟ ଅଞ୍ଚଳର ଲୋକେ ଜିଲାପ୍ରଶାସନ ନିକଟରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri