ପରିପୂର୍ଣ୍ଣା ନୃତ୍ୟ ଉତ୍ସବ ‘ନାୟିକା- ୨୦୧୯’: ଆଲୋକା କାନୁନ୍‌ଗୋଙ୍କୁ ‘ପରିପୂର୍ଣ୍ଣା’ ସମ୍ମାନ

ଭୁବନେଶ୍ୱର, ୧୭ା୭(ବ୍ୟୁରୋ): ଗୁରୁ ଦେବପ୍ରସାଦ ଦାସ ଫାଉଣ୍ଡେଶନ ପକ୍ଷରୁ ତୃତୀୟ ପରିପୂର୍ଣ୍ଣା ନୃତ୍ୟ ଉତ୍ସବ ‘ନାୟିକା-୨୦୧୯’ ମଙ୍ଗଳବାର ସ୍ଥାନୀୟ ଭଞ୍ଜକଳା ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ମୁଖ୍ୟଅତିଥିଭାବେ ଯୋଗଦେଇଥିବା ବେଳେ ଜୁଭେନାଇଲ୍‌ ଜଷ୍ଟିସ୍‌ ବୋର୍ଡର ସଦସ୍ୟା ନମ୍ରତା ଚଢ଼ା, ରାଜ୍ୟ ସଂଗ୍ରହାଳୟର ଅଧୀକ୍ଷକ ଜୟନ୍ତୀ ରଥ ପ୍ରମୁଖ ସମ୍ମାନୀତ ଅତିଥିଭାବେ ଯୋଗଦେଇଥିଲେ। ଏହି ଅବସରରେ ଗୁରୁ ଆଲୋକା କାନୁନ୍‌ଗୋଙ୍କୁ ‘ପରିପୂର୍ଣ୍ଣା’ ସମ୍ମାନରେ ସମ୍ମାନିତ କରାଯାଇଥିଲା। ପୁରସ୍କାର ସ୍ବରୂପ ଅର୍ଥରାଶି, ମାନପତ୍ର, ଉପଢୌକନ ଏବଂ ସ୍ମୃତିଫଳକ ପ୍ରଦାନ କରାଯାଇଥିଲା। ପ୍ରାରମ୍ଭିକ ସଭାପରେ ବିଶିଷ୍ଟ ଓଡ଼ିଶୀ ନୃତ୍ୟଗୁରୁ ରୂପଶ୍ରୀ ମହାପାତ୍ର, ଗୁରୁ ମଞ୍ଜୁଶ୍ରୀ ପଣ୍ଡା, ଗୁରୁ ସୋନାଲି ମହାପାତ୍ର ପ୍ରମୁଖ ଚିତ୍ତାକର୍ଷକ ନୃତ୍ୟ ପରିବେଷଣ କରିଥିଲେ। ବିରଞ୍ଚତ୍ ଦାସଙ୍କ ନୃତ୍ୟ ରଚନାରେ ପୁରାତନ କବି ଗୋପାଳକୃଷ୍ଣଙ୍କ ଓଡ଼ିଆ ଗୀତ ‘ହେଟି ମା’ କିଏ ଟି’ରେ ନୃତ୍ୟଶିଳ୍ପୀ ମୂର୍ଚ୍ଛନା ଦାସ ନୃତ୍ୟାଭିନୟ ପରିବେଷଣ କରିଥିଲେ। ଯାହାକି କାର୍ଯ୍ୟକ୍ରମର ପ୍ରମୁଖ ଆକର୍ଷଣ ରହିଥିଲା। ଡ. ମୃତ୍ୟୁଞ୍ଜୟ ରଥ କାର୍ଯ୍ୟକ୍ରମର ସଂଯୋଜନା କରିଥିବା ବେଳେ ଫାଉଣ୍ଡେଶନ୍‌ର ସଭାପତି ସନ୍ତୋଷ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧାହେଲେ କୁଖ୍ୟାତ ଗଞ୍ଜେଇ ମାଫିଆ: ବିଦେଶୀ ମଦ ସହ ଗଞ୍ଜେଇ ଜବତ

ପରଜଙ୍ଗ,୯/୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବାରିହାପୁର ପଇଁନ୍ତିରିଆ ସାହିରେ ଗୁରୁବାର ଭୋର କୁଖ୍ୟାତ ଗଞ୍ଜେଇ ମାଫିଆଙ୍କୁ ଗିରଫ କରିଛି ଅବକାରୀ ଟିମ। ଗିରଫ ଅଭିଯୁକ୍ତ ହେଲେ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଆମେରିକା-ଇସ୍ରାଏଲକୁ ଚେତାବନୀ ଦେଲା ଇରାନ: ହର୍ମୁଜ ପ୍ରଣାଳୀ ପୁଣି ବନ୍ଦ

ଓ୍ବାଶିଂଟନ୍‌,୯।୩: ଯଦିଓ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ସମ୍ପର୍କରେ ଏକ ଚୁକ୍ତି ହୋଇଛି। ତଥାପି ଯୁଦ୍ଧବିରତି ମଧ୍ୟରେ ମଧ୍ୟ ଇସ୍ରାଏଲର ଲେବାନନ ଉପରେ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri