ପରିବାରରେ ନିଆଯିବ ଅନାଥ ଶିଶୁଙ୍କ ଯତ୍ନ

ଛତ୍ରପୁର,୮ା୩(ଡି.ଏନ.ଏ.) – ଅନାଥ ଆଶ୍ରମ କିମ୍ବା ଶିଶୁ ଯତ୍ନ କେନ୍ଦ୍ର ବଦଳରେ ପରିବାରରେ ହିଁ ଅନାଥ ଓ ଏକକ ଅଭିଭାବକ ଶିଶୁମାନଙ୍କର ଯତ୍ନ ସହ ସେମାନଙ୍କର ବିକାଶ କରାଯିବ। ଏ ନେଇ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ପଦକ୍ଷେପ ଆରମ୍ଭ ହୋଇଛି। ଏବେ ଜିଲାରେ ଥିବା ୧୦ ଶିଶୁ ଯତ୍ନ କେନ୍ଦ୍ରରେ ମା’, ବାପା ନ ଥିବା ଓ ଏକକ ଅଭିଭାବକ ଶିଶୁମାନଙ୍କୁ ରଖାଯାଇ ସରକାରୀ ଅନୁଦାନରେ ପାଠପଢିବା ଓ ଖାଇବା ବ୍ୟବସ୍ଥା କରାଯାଉଛି। ଅପରପକ୍ଷରେ କେତେକ ଶିଶୁମାନଙ୍କର ମା, ବାପା ନ ଥିବାବେଳେ ମଧ୍ୟ ସେମାନେ ଅଜା ଆଇ, ଜେଜେବାପା ମା, ମାମୁ ଓ ଦାଦା ଘରେ ରହୁଛନ୍ତିି। ଏପରିକି କେତେକ ଶିଶୁଙ୍କର ଏକକ ଅଭିଭାବକ ଅଛନ୍ତିି। ଉକ୍ତ ଶିଶୁମାନଙ୍କର କିଭଳି ଠିକ୍‌ ଭାବେ ଯତ୍ନ ନିଆଯିବ ଏବଂ ସେମାନେ ପାଠ ପଢିପାରିବେ ସେନେଇ ସରକାରଙ୍କ ନିର୍ଦ୍ଦେଶରେ ପ୍ରଶାସନ ପଦକ୍ଷେପ ନେବାକୁ ସ୍ଥିର କରିଛି। ଜିଲାରେ ଥିବା ଅଙ୍ଗନୱାଡି କର୍ମୀମାନଙ୍କ ଦ୍ୱାରା ସର୍ଭେ କରାଯାଇ ମା’, ବାପା ନ ଥିବା ଶିଶୁ ଓ ଏକକ ଅଭିଭାବକ ଥିବା ଶିଶୁମାନଙ୍କୁ ଚିହ୍ନଟ କରାଯାଇଛି।
ମିଳିଥିବା ସୂଚନା ଅନୁସାରେ, ଏପରି ମୋଟ ୩୫ ହଜାର ୬୮ଜଣ ଶିଶୁ ରହିଛନ୍ତି। ସେଥିମଧ୍ୟରେ ୨୭୨୯ ଜଣ ଅନାଥ (ମା’, ବାପା ନ ଥିବା) ଶିଶୁ ଓ ୩୨ ହଜାର ୩୩୯ ଜଣ ଏକକ ଅଭିଭାବକ ଶିଶୁ ରହିଛନ୍ତି। ଏମାନେ ରହୁଥିବା ଘରର ଆର୍ଥିକ ସ୍ବଚ୍ଛଳ ନ ଥିଲେ ପ୍ରତି ଶିଶୁ ପିଛା ମାସିକ ୨ ହଜାର ଟଙ୍କା ପ୍ରଦାନ କରାଯିବ। ଏଥିସହ ଏ ଗୁଡିକର ସ୍କୁଲ ଓ ଅଙ୍ଗନୱାଡି ଶିକ୍ଷା, ସ୍ବାସ୍ଥ୍ୟର ବିକାଶ କିପରି ହେବ ସେ ଉପରେ ଆଲୋଚନା ପାଇଁ ଏକ ବୈଠକ ଶନିବାର ଛତ୍ରପୁରସ୍ଥିତ ଡିଆରଡିଏ ଋଷିକୁଲ୍ୟା ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଅତିରିକ୍ତ ଜିଲାପାଳ କବୀନ୍ଦ୍ର କୁମାର ସାହୁ ଅଧ୍ୟକ୍ଷତା କରିଥିଲେ। ଏ ନେଇ ବିସ୍ତୃତ ଭାବେ ସ୍ବାସ୍ଥ୍ୟ, ଶିଶୁ ବିକାଶ ବିଭାଗ, ପଞ୍ଚାୟତିରାଜ ବିଭାଗ ଅଧିକାରୀଙ୍କ ସହ ଆଲୋଚନା କରି ସମସ୍ତଙ୍କ ମଧ୍ୟରେ ସମନ୍ବୟ ରଖିବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଆବଶ୍ୟକ ପଡିଲେ ଉକ୍ତ ଶିଶୁମାନଙ୍କ ମଧ୍ୟରୁ କେତେକଙ୍କୁ ଜିଲାରେ ଥିବା ୧୦ ଶିଶୁ ଯତ୍ନ ଗୃହରେ ରଖି ପାଠ ପଢାଯିବ ବୋଲି ସୂଚନା ଦିଆଯାଇଥିଲା। ଏହି ବୈଠକରେ ଡୁଡା ପିଡି ସୁଦାମ ଚରଣ ମଣ୍ଡଳ, ଜିଲା ସମାଜ ମଙ୍ଗଳ ଅଧିକାରୀ ମନୋରମା ରେଡ୍ଡୀ, ସମଗ୍ର ଶିକ୍ଷା ଜିଲା ପ୍ରକଳ୍ପ ସଂଯୋଜିକା ବିନୀତା ସେନାପତି, ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଭି.ସରୋଜିନୀ ଦେବୀ, ଜିଲା ଶିଶୁ ସୁରକ୍ଷା ଅଧିକାରୀ ସୁବୋଧ ଷଡଙ୍ଗୀ, ଅରୁଣା ସମ୍ପାଦିକା ସୌଦାମିନୀ ରଥ, ସୁଶାନ୍ତ କୁମାର ସାହୁ, ସୁଦାମ ପାଣିଗ୍ରାହୀ, ଶିବ ପ୍ରସାଦ ରଥ ଓ ଦେବୀ ରଥ ପ୍ରମୁଖଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ଆତ୍ମସମର୍ପଣ ପରେ ତାରାପ୍ରସାଦ ବାହିନୀପତିଙ୍କୁ ମିଳିଲା ଜାମିନ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ):କୋରାପୁଟ ଜିଲା ବୋରିଗୁମ୍ମାା ଥାନା ଅଞ୍ଚଳରେ ୨୦୧୬ରେ ଦେଶୀ ମଦଭାଟି ପୋଡ଼ି ଓ ଟଙ୍କା ଲୁଟ୍‌ ଘଟଣାରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ...

ସଡ଼କ ଦୁର୍ଘଟଣାରେ ୨ ମୃତ: ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କଲେ

ଗୋପାଳପୁର,୧୮।୪(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା କନିସି-ତୁଳୁ ରାସ୍ତା ମଝିରେ ବୁଧବାର ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁଇଜଣଙ୍କ ମୃତ୍ୟୁ ଘଟିଥିଲା l ମୃତକମାନେ ହେଲେ...

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି।...

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏମ୍‌କେସିଜିରେ ବିରଳ ଅସ୍ତ୍ରୋପଚାର:୯ ବର୍ଷୀୟା ଝିଅଙ୍କ ଆଡ୍ରେନାଲ ଗ୍ରନ୍ଥି ବାହାରିଲା

ବ୍ରହ୍ମପୁର,୧୬ା୪ (ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ପୁଣି ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଡାକ୍ତରଖାନାର ଏଣ୍ଡୋକ୍ରନୋଲୋଜି ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୯ବର୍ଷ...

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରିଥିଲେ ପ୍ରେମିକ: ସୁରଟରୁ ହେଲେ ଉଦ୍ଧାର

ବ୍ରହ୍ମପୁର,୧୪ା୪(ସୁବାସ ଚନ୍ଦ୍ର ପାଢ଼ୀ): ଟାଉନ ଥାନା ପୋଲିସ ରବିବାର ଜଣେ ଅପହୃତା ନାବାଳିକା ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ଅପହରଣକାରୀଙ୍କୁ କାବୁ କରିଛି। ପୀଡିିତାଙ୍କ ବୟାନ...

ମେରୁଯାତ୍ରା ଦେଖିବାକୁ ଆସି ଝାମ୍ପି ନେଇଥିଲେ ସୁନା ହାର

ବ୍ରହ୍ମପୁର,୧୫ା୪(ସୁବାସ ଚନ୍ଦ୍ର ପାଢ଼ୀ): ବିଜିପୁରରେ ଗତ ରବିବାର ମେରୁଯାତ୍ରା ଦେଖିବାକୁ ଆସିଥିବା କେ. ଜୟନ୍ତୀଙ୍କ ବେକରୁ ସୁନା ହାର ଝାମ୍ପି ନେଇଥିବା ଜଣେ ମହିଳାଙ୍କୁ ସ୍ଥାନୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri