Posted inଜାତୀୟ

ପରିବାରର ୫ ସଦସ୍ୟଙ୍କୁ ହତ୍ୟା କରି ଯୁବକ କଲେ ଆତ୍ମହତ୍ୟା: ୧୯ ପୃଷ୍ଠାର ସୁଇସାଇଟ୍‌ ନୋଟ୍‌ ଜବତ

ମୋଗା,୩।୮: ପଞ୍ଜାବର ମୋଗାରେ ଗୋଟିଏ ପରିବାରର ୫ ଜଣ ସଦସ୍ୟଙ୍କୁ ହତ୍ୟା କରିବା ପରେ ଜଣେ ଯୁବକ ଆତ୍ମହତ୍ୟା କରିଥିବା ଜଣାପଡିଛି। ଘଟଣା ସମ୍ପର୍କରେ ସୂଚନା ପାଇ ପୋଲିସ ସମସ୍ତ ମୃତଦେହକୁ ଜବତ କରିବା ସହ ଉକ୍ତ ଘରୁ ୧୯ ପୃଷ୍ଠାର ଏକ ସୁଇସାଇଟ୍‌ ନୋଟ୍‌ ଜବତ କରିଥିବା କହିଛି। ତେବେ ପଡୋଶୀଙ୍କ ସୂଚନା ମୁତାବକ ସନ୍ଦିପ ସିଂଙ୍କ ଘର ଭିତରୁ ହଠାତ୍‌ ପାଟି ଶୁଭିଥିଲା। ଏହାପରେ ଉକ୍ତ ପରିବାରର ୫ ସଦସ୍ୟ ରକ୍ତଜୁଡୁବୁଡୁ ଭାବେ ପଡିଥିବା ଦେଖି ପଡୋଶୀ ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚିବା ବେଳକୁ ସନ୍ଦିପ, ତାଙ୍କ ମାତାପିତା, ଭାଣିଜି, ଭଉଣୀ ଓ ଜେଜେମାଙ୍କ ମୃତ୍ୟୁ ହୋଇ ସାରିଥିଲା। ଗୁରୁତର ଥିବା ତାଙ୍କ ଜେଜେମା’ଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସନ୍ଦିପ ପରିବାରର ସମସ୍ତ ସଦସ୍ୟଙ୍କୁ ଗୁଳିକରି ହତ୍ୟା କରିବା ପରେ ନିଜେ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି। ତେବେ ଯାହା ଆଲୋଚନା ହେଉଛି କି ସନ୍ଦିପଙ୍କର ବିବାହ ସ୍ଥିର ହୋଇଥିଲା। ହେଲେ ସେ ଯୌନ ରୋଗରେ ପୀଡିତ ଥିବାରୁ ଏଥିରେ ସେ ରାଜି ହୋଇ ନ ଥିଲେ ଓ ବହୁ ପରିମାଣରେ ମଦ୍ୟପାନ କରିବା ଆରମ୍ଭ କରିଦେଇଥିଲେ। ତେବେ ସେ ହୁଏତ ନିଶାରେ ଥାଇ ଏମିତି କରିଥିବା ଅନୁମାନ କରାଯାଉଛି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ମୋନାଲିସା ନାବାଳିକା: ଜେଲ୍‌ ଯିବେ ସ୍ବାମୀ ଫରମାନ! ହେଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରଦେଶ ଏବଂ କେରଳ ରାଜ୍ୟ ସହିତ ଜଡିତ ଏକ ହାଇ-ପ୍ରୋଫାଇଲ ମାମଲାରେ ‘ଭାଇରାଲ ଗର୍ଲ’ ଭାବରେ ପରିଚିତ ମୋନାଲିସା ଭୋଁସଲେଙ୍କ ବିଷୟରେ ଏକ ବଡ଼ ଖୁଲାସା…

ରାଜ୍ୟ ସଭା ଏମପି ହେଲେ ନୀତୀଶ କୁମାର, ସଂସଦରେ ନେଲେ ଶପଥ

ନୂଆଦିଲ୍ଲୀ,୧୦।୪:  ଆଜି ବିହାରର ରାଜନୀତିରେ ଏକ ବଡ଼ ଏବଂ ଐତିହାସିକ ପରିବର୍ତ୍ତନ ଘଟିଛି । ଦୀର୍ଘ ସମୟ ଧରି ରାଜ୍ୟର ନେତୃତ୍ୱ ଦେଇଥିବା ନୀତୀଶ କୁମାର ଆଜି…

ଇସ୍ତଫା ଦେଲେ ହାଇକୋର୍ଟ ବିଚାରପତି ଯଶୱନ୍ତ ବର୍ମା: ଆସିଥିଲା ମହାଭିଯୋଗ, ଘରୁ ମିଳିଥିଲା…

ନୂଆଦିଲ୍ଲୀ,୧୦।୬: ଆହ୍ଲାବାଦ ହାଇକୋର୍ଟର ବିଚାରପତି ଜଷ୍ଟିସ ଯଶୱନ୍ତ ବର୍ମା ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଷ୍ଟ୍ରପତିଙ୍କ ନିକଟକୁ ନିଜ ଇସ୍ତଫାପତ୍ର ପଠାଇଛନ୍ତି। ତାଙ୍କୁ ପଦରୁ ହଟାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri