Posted inରାଜ୍ୟ

ପରିବାର ନିୟୋଜନ ଅସ୍ତ୍ରୋପଚାରରେ ତ୍ରୁଟି: ମୂତ୍ରନଳୀ କାଟିଦେଲେ ଡାକ୍ତର

ନୟାଗଡ଼ ଅଫିସ,୧୭।୭-ନୟାଗଡ଼ ଜିଲା ଦଶପଲ୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳାଙ୍କ ପରିବାର ନିୟୋଜନ ଅସ୍ତ୍ରୋପଚାର ସମୟରେ ଡାକ୍ତର ମୂତ୍ରନଳୀ କାଟି ଦେଇଛନ୍ତି। ଏହା ଡାକ୍ତର ନିଜେ ମହିଳାଙ୍କ ପରିବାର ସଦସ୍ୟଙ୍କୁ ଜଣାଇଛନ୍ତି। ତେବେ ଡାକ୍ତରଙ୍କ ଖାମଖିଆଲ ମନୋଭାବ ଯୋଗୁ ଏହିଭଳି ତ୍ରୁଟି ହେଲା ବୋଲି ମହିଳାଙ୍କ ସ୍ବାମୀ ଦଶପଲ୍ଲ୍ଲା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।
ହୋଇଥିବା ଅଭିଯୋଗ ଅନୁସାରେ, ଦଶପଲ୍ଲା ବ୍ଲକ ଖଣ୍ଡପଡ଼ା ଗ୍ରାମର ରାମଚନ୍ଦ୍ର ବରାଡ଼ଙ୍କ ସ୍ତ୍ରୀ କାଳିଆ ବରାଡ଼ ସୋମବାର ପୂର୍ବାହ୍ନ ୧୦ଟାରେ ପରିବାର ନିୟୋଜନ ଅସ୍ତ୍ରୋପଚାର ପାଇଁ ଦଶପଲ୍ଲ୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇଥିଲେ। ମଧ୍ୟାହ୍ନ ୧୨ଟାରେ ଡାକ୍ତର କାଳିଆଙ୍କ ଅସ୍ତ୍ରୋପଚାର କରାଇଥିଲେ। ମହିଳାଙ୍କ ଶିରା ଖୋଜି ନ ପାଇବାରୁ ଭୁଲବଶତଃ ମୂତ୍ରନଳୀ କାଟି ଦେଇଥିବା ନେଇ ପରିବାର ଲୋକଙ୍କୁ ଜଣାଇଥିଲେ। ମୂତ୍ରନଳୀ କଟିଯିବା ଫଳରେ କାଳିଆଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା। ବର୍ତ୍ତମାନ ସେ ଦଶପଲ୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ଏ ନେଇ ଚାପା ଉତ୍ତେଜନା ପ୍ରକାଶ ପାଇଛି। ସମ୍ପୃକ୍ତ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ମହିଳାଙ୍କ ସ୍ବାମୀ ଦଶପଲ୍ଲା ଥାନାରେ ଅଭିଯୋଗ କରିଛନ୍ତି। ଏ ନେଇ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ( ସିଡିଏମ୍‌ଓ) ଡା. ଶ୍ୱେତ ମହାପାତ୍ରଙ୍କୁ ପଚାରିବାରୁ ସେ କୁହନ୍ତି, ପରିବାର ନିୟୋଜନ ସମୟରେ ଅନେକ କ୍ଷେତ୍ରରେ ଏହିଭଳି ଘଟିଥାଏ। ଏହି ଘଟଣା ପରେ ସମ୍ପୃକ୍ତ ଡାକ୍ତର ମୂତ୍ରନଳୀର ଚିକିତ୍ସା କରିଛନ୍ତି। ବର୍ତ୍ତମାନ ମହିଳାଙ୍କୁ ଦଶପଲ୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇ ଆଣ୍ଟିବାୟୋଟିକ୍‌ ଦିଆଯାଉଛି। ୭ ଦିନ ଭିତରେ ସେ ସୁସ୍ଥ ହୋଇଯିବେ ବୋଲି ସିଡିଏମ୍‌ଓ ପ୍ରକାଶ କରିଥିଲେ। ଏ ନେଇ ଦଶପଲ୍ଲ୍ଲା ଥାନା ଅଧିକାରୀ ବିଶ୍ୱଜିତ ରାଉତରାୟଙ୍କୁ ପଚାରିବାରୁ ଥାନାରେ ଏହିଭଳି ଅଭିଯୋଗ ହୋଇଥିବା ବେଳେ ଏହାର ତଦନ୍ତ କରାଯାଉଥିବା ସେ ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ଜୁଲାଇ ୧୧ରୁ ୨୪ ତାରିଖ ପର୍ଯ୍ୟନ୍ତ ଜିଲାରେ ପରିବାର ନିୟୋଜନ ଅସ୍ତ୍ରୋପଚାର ଲାଗି ୧୮୪୦ଜଣଙ୍କୁ ଚିହ୍ନଟ କରାଯାଇଛି।
ଘଟଣା ପ୍ରତିବାଦରେ ମହିଳାଙ୍କ ପରିବାର ସଦସ୍ୟଙ୍କ ପକ୍ଷରୁ ଦଶପଲ୍ଲା ଥାନା ଆଗରେ ରାସ୍ତାରୋକୋ କରାଯାଇଛି। ଖବର ଲେଖା ହେବା ଯାଏ ରାତି ୧୧ଟା ସୁଦ୍ଧା ରାସ୍ତାରୋକୋ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri