Posted inଖେଳ

ପରିବାର ପୋଷିବା ପାଇଁ ଦିନେ ଚୋରି କରିଥିଲେ, ଏବେ ଭାଙ୍ଗିଲେ ଲାରାଙ୍କ ରେକର୍ଡ

ପୋର୍ଟ-ଅଫ୍‌-ସ୍ପେନ୍‌,୧୨।୮: ସ୍ଥାନୀୟ କୁଇନ୍ସ ପାର୍କ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ବର୍ଷା ବାଧାପ୍ରାପ୍ତ ମ୍ୟାଚ୍‌ରେ ଭାରତ ୫୯ରନ୍‌ରେ ଓ୍ବେଷ୍ଟଇଣ୍ଡିଜକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜର ଦୁର୍ଦ୍ଧଷ ବ୍ୟାଟ୍ସମ୍ୟାନ୍‌ କ୍ରିସ୍‌ ଗେଲ୍‌ କିମ୍ବଦନ୍ତୀ କ୍ରିକେଟର ବ୍ରାଏନ ଲାରାଙ୍କ ରେକର୍ଡ ଭାଙ୍ଗିଛନ୍ତି। ପୂର୍ବରୁ ଲାରା ଏକଦିବସୀୟ ମ୍ୟାଚରେ ୧୦,୩୫୩ ରନ ସଂଗ୍ରହ କରିଥିବାବେଳେ ଗେଲ୍‌ ତାଙ୍କୁ ପଛରେ ପକାଇ ୧୦,୩୫୩ ରନ୍‌ ସ୍କୋର କରିଛନ୍ତି। ସେହିପରି ଲାରା ଓ୍ବେଷ୍ଟଇଣ୍ଡିଜ୍‌ ପକ୍ଷରୁ ୨୯୯ଟି ମ୍ୟାଚ୍‌ ଖେଳିଥିବାବେଳେ ଗେଲ୍‌ ୩୦୦ଟି ମ୍ୟାଚ୍‌ ଖେଳିବାର ସୌଭାଗ୍ୟ ଲାଭ କରିଛନ୍ତି। କେବଳ ଏତିକି ନୁହେଁ ଗେଲଙ୍କ ନାଁରେ ଆହୁରି ଅନେକ ରେକର୍ଡ ରହିଛି। ସେ ଓ୍ବେଷ୍ଟଇଣ୍ଡିଜର ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ଏକଦିବସୀୟ କ୍ରିକେଟରେ ୨୩ଟି ଶତକ ଲଗାଇଛନ୍ତି। ସେହିପରି ଏକଦିବସୀୟ ମ୍ୟାଚରେ ୩୨୬ଟି ଛକା ମାରିବାର ରେଡର୍କ ବି ତାଙ୍କ ନାଁରେ ରହିଛି। ଆହୁରି ମଧ୍ୟ ଓ୍ବେଷ୍ଟଇଣ୍ଡିଜର ଏକମାତ୍ର ବ୍ୟାଟ୍ସମ୍ୟାନ୍‌ ଭାବେ ସେ ଏକଦିବସୀୟ କ୍ରିକେଟରେ ଦ୍ୱିଶତକ ଅର୍ଜନ କରିଛନ୍ତି। ଖୁବ୍‌ କମ୍‌ ଲୋକ ଜାଣିଥିବେ ଏତେ ସବୁ ରେକର୍ଡର ଅଧିକାରୀ କ୍ରିସ୍‌ ଗେଲ୍‌ଙ୍କୁ ଜୀବନରେ ବହୁ ସଂଘର୍ଷ କରିବାକୁ ପଡିଥିଲା। ପିଲାବେଳେ ମାତାପିତାଙ୍କ ସହ ଏକ ଝୁମ୍ପୁଡି ଘରେ ରହୁଥିଲେ ଗେଲ୍‌। ପରିବାର ପୋଷିବା ପାଇଁ ସେ ରାସ୍ତା କଡକୁ ଅଳିଆ ଉଠାଉଥିଲେ। ଏପରିକି ପେଟ ପୋଷିବା ପାଇଁ ତାଙ୍କୁ ଚୋରି କରିବାକୁ ପଡିଥିଲା ବୋଲି ଗେଲ୍‌ ଏକ ସାକ୍ଷାତକାରରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡିଲା ମୋଡିଫାଏଡ୍ ସାଇଲେନ୍ସର ଲଗାଇବା! ଟାଉନ୍ ଥାନା ପୋଲିସର ଚଢ଼ାଉ, ୭ ବାଇକ୍ ଜବତ

ଭବାନୀପାଟଣା,୩୦।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ବଢ଼ୁଥିବା ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ଏବଂ ମୋଟର ଯାନ ଆଇନର କଡ଼ାକଡ଼ି ପାଳନ ଲକ୍ଷ୍ୟରେ ସ୍ଥାନୀୟ…

ଲିଫ୍ଟ ମାଗି ବାଇକରେ ବସିଲେ; ରାସ୍ତାରେ ମାଡ଼ ମାରି ଟଙ୍କା-ବ୍ରେସଲେଟ୍ ଲୁଟିନେଲେ ଦୁର୍ବୃତ୍ତ, ଥାନାରେ ଏତଲା

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ହାଇସ୍କୁଲ ନିକଟରେ ଲୁଟ୍ ହୋଇଥିବା ନେଇ ଅଭିଯୋଗ ହୋଇଛି । ବୁଗୁଡ଼ା ଥାନା କଞ୍ଚୁରୁ…

କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ

ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ…

ଫସଲ କ୍ଷୟକ୍ଷତି ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି

ଛତ୍ରପୁର,୩୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଲଘୁଚାପଜନିତ ବର୍ଷାରେ ଗଞ୍ଜାମ ଜିଲାର ବହୁ ଚାଷୀ କ୍ଷତିଗ୍ରସ୍ତ ହୋଇଥିବାରୁ କ୍ଷୟକ୍ଷତିର ସଠିକ୍‌ ଆକଳନ ସହ ତୁରନ୍ତ କ୍ଷତିପୂରଣ ପ୍ରଦାନ ଦାବି କରିଛି…

ବାଲିଗୁଡ଼ାରେ ଓଡ଼ିଶା ବନ୍ଦ ଡାକରା ବିଫଳ: ଖୋଲା ରହିଲା ଦୋକାନ ବଜାର, ଗଡ଼ିଲା ଗାଡ଼ିମୋଟର

ବାଲିଗୁଡ଼ା,୩୦ା୯(ସଞ୍ଜୟ କୁମାର ପାଣିଗ୍ରାହୀ): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ବାଲିଗୁଡ଼ାରେ ପରିଲକ୍ଷିତ ହୋଇନାହିଁ। ବନ୍ଦ ସତ୍ତ୍ୱେ ସହରରେ ସ୍ବାଭାବିକ…

ପୋତି ହୋଇଗଲାଣି ଶିଳାନ୍ୟାସ ଫଳକ, ମହାଗୁଡ଼ା-ସରପଡ଼ା ସେତୁ କାମ ସରିବାର ନାଁ ଧରୁନି

ଭଞ୍ଜନଗର,୩୦ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଲୋହରାଖଣ୍ଡି ନଦୀ ଉପରେ ନିର୍ମାଣାଧୀନ ମହାଗୁଡ଼ା-ସରପଡ଼ା ସେତୁ କାମ ମନ୍ଥର ଗତିରେ ଚାଲିଛି। ନିର୍ଦ୍ଧାରିତ…

ପ୍ରଶଂସକଙ୍କ ମନ ଜିତିଲେ ଥଲାଇଭା, ଦାମୀ କାରରେ ନୁହେଁ ବରଂ ଅଟୋରେ ଆସିଲେ ସୁଟିଂସେଟ୍

ନୂଆଦିଲ୍ଲୀ,୩୦।୯: ସାଉଥ ସୁପରଷ୍ଟାର ରଜନୀକାନ୍ତଙ୍କ ପ୍ରଶଂସକ କେତେ ଅଧିକ, ତାହାର ଆଉ ଏକ ଦୃଶ୍ୟ ମୈସୁରରେ ଦେଖିବାକୁ ମିଳିଛି । ରଜନୀକାନ୍ତଙ୍କ ଆଗାମୀ ଫିଲ୍ମ ‘ଧର୍ମନ’ର ଶୁଟିଂ…

ନାଇଆଡିଆ ସେତୁରୁ ବ୍ରାହ୍ମଣୀ ନଦୀକୁ ଡେଇଁପଡ଼ିଲେ ଭିକାରୀ, କାରଣ ଜାଣିଲେ….

ପଟ୍ଟାମୁଣ୍ଡାଇ,୩୦।୯(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ନାଇଆଡିଆ ସେତୁ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଜଣେ ୫୨ ବର୍ଷୀୟ ବ୍ୟକ୍ତି । ନିଖୋଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?