ପରିବାର ଲୋକେ ଆସିଲେନି, ଶବଦାହ କଲେ ସ୍ବେଚ୍ଛାସେବୀ

ବରଗଡ଼ ଅଫିସ୍,୫।୪- ବରଗଡ଼ ସହରର ଜୀରାନଦୀ କୂଳ ସ୍ଵର୍ଗଦ୍ଵାରରେ ରବିବାର ସନ୍ଧ୍ୟାରେ ସ୍ଥାନୀୟ ସ୍ବେଛାସେବୀମାନେ ଛତିଶଗଡ଼ ଅଞ୍ଚଳର ଜଣେ ମୃତକଙ୍କ ଶବଦାହ କରିଛନ୍ତି। ମୃତକଙ୍କ ନାମ ପୁନିଡ୍ । ସୂଚନା ଅନୁଯାୟୀ, ଶୁକ୍ରବାର ରାତିରେ କେତେକ ଯୁବକ ପୁନିତଙ୍କୁ ବରଗଡ଼ ଖେଦାପାଲିସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାକୁ ଆଣି ଛାଡି ପଳାଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହାପରେ ମୃତଦେହକୁ ଶବ ସଂରକ୍ଷଣ ଗୃହରେ ରଖାଯାଇଥିଲା । ଶବ ଚିହ୍ନଟ ହେବା ପରେ ମୃତକଙ୍କ ପରିବାର ଲୋକଙ୍କୁ ଖବର ଦିଆଯାଇଥିଲା । ମାତ୍ର ପରିବାର ଲୋକେ ଆସି ନଥିଲେ। ଏପରିକି ମୃତକଙ୍କ ବୃଦ୍ଧ ବାପା ଘରେ ଏକାକୀ ଥିବା ଯୋଗୁଁ ବରଗଡ଼ ଆସି ଶବ ନେବାକୁ କିମ୍ବା ଶବଦାହ ପାଇଁ ନିଜର ଅସହାୟତା ପ୍ରକାଶ କରିଥିଲେ। ଏ ନେଇ ସେ ସେଠାକାର ପୋଲିସକୁ ଲେଖି ଦେଇଥିଲେ ଏବଂ ଯେକେହି ଶବ ସଂସ୍କାର କଲେ ମଧ୍ୟ ତାଙ୍କ କୌଣସି ଆପତ୍ତି ଅଭିଯୋଗ ନଥିବା ସେଥିରେ ଉଲ୍ଲେଖ କରିଥିଲେ। ଭଟଲି ପୋଲିସ ଏ ସମ୍ପର୍କିତ ସୂଚନା ପାଇବା ପରେ ବରଗଡ଼ର ସ୍ବେଛାସେବୀମାନଙ୍କୁ ଶବ ସଂସ୍କାର ପାଇଁ ଅନୁମତି ଦେଇଥିଲା। ଏହାପରେ ସ୍ବେଚ୍ଛାସେବୀ ବିକାଶ ଅଗ୍ରୱାଲ, ଟିକେଲାଲ ପଧାନ୍, ଲୋକନାଥ ମେହେର, ବସନ୍ତ ବାଗ, ସୁରଜ୍ ମାଲିକ ପ୍ରମୁଖ ଜୀରାନଦୀ କୂଳ ସ୍ଵର୍ଗଦ୍ଵାରକୁ ଶବ ନେଇ ଦାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣା: ଆଉ ୬ ଗିରଫ, ମୋଟ ଗିରଫ ସଂଖ୍ୟା ୮କୁ ବୃଦ୍ଧି

ଦାରିଙ୍ଗବାଡ଼ି,୨୫।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗ୍ରାମରେ ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣାରେ ପୋଲିସକୁ ବଡ଼…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ପାଟଣା ବ୍ଲକ୍‌ର ୪୧ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ପଦୋନ୍ନତି: ନିଯୁକ୍ତିପତ୍ର ବାଣ୍ଟିଲେ …

ପାଟଣା,୨୫।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧୀନରେ କାର୍ଯ୍ୟରତ ୪୧ ଜଣ ଶିକ୍ଷକ-ଶିକ୍ଷୟିତ୍ରୀ ଚତୁର୍ଥ ବର୍ଗରୁ ତୃତୀୟ ବର୍ଗକୁ ପଦୋନ୍ନତି ପାଇଛନ୍ତି।…

କିରିକୁଟି ସରକାରୀ ଉଚ୍ଚ ବିଦ୍ୟାଳୟରେ ‘ନିଶା ମୁକ୍ତ ଓଡ଼ିଶା’ ଅଭିଯାନ: ଗଞ୍ଜେଇ ଚାଷ-ନିଶାରୁ ଦୂରେଇ ରହିବାକୁ…

ଦାରିଙ୍ଗବାଡ଼ି,୨୫।୮ (ଅରୁଣ ସାହୁ): କନ୍ଧମାଳ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡ଼ା ଏସଡିପିଓ ଶୁଭମ ଭୋସଲେଙ୍କ ନିର୍ଦ୍ଦେଶକ୍ରମେ ମଙ୍ଗଳବାର ଦାରିଙ୍ଗବାଡ଼ି ଥାନା କିରିକୁଟି ସରକାରୀ ଉନ୍ନୀତ ଉଚ୍ଚ…

ସୋନାଲିସା ଓ ମିହିର ରଞ୍ଜନଙ୍କୁ ସମ୍ମାନିତ କଲା ସମ୍ବର୍ଦ୍ଧନା ମଞ୍ଚ

ପାଟଣା,୨୫।୮(ବୀର କିଶୋର ଦାଶ): ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ମଞ୍ଚ, ସ୍ୱାମ ପାଟଣା ପକ୍ଷରୁ ମଙ୍ଗଳବାର ପାଟଣା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବିଶେଷ ସମ୍ବର୍ଦ୍ଧନା…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri