Posted inଜାତୀୟ

ପରିବାର ଲୋକ ଶୁଦ୍ଧିକ୍ରିୟା ସାରିବାର କିଛି ସମୟ ପୂର୍ବରୁ ଘରେ ପହଞ୍ଚିଲେ ମୃତ ଘୋଷିତ କୃଷକ

ହାସନ,୨।୭: କର୍ନାଟକ ହାସନରେ ଏକ ଚକିତ କରିଦେବା ଭଳି ଘଟଣା ସାମ୍ନାକୁ ଆସିଛି। ଜଣେ କୃଷକ ନିଜ ପରିବାର କଳହରୁ ଅତିଷ୍ଠ ହୋଇ ଘରଛାଡ଼ି ନିଜ ସମ୍ପର୍କୀୟଙ୍କ ଘରକୁ ଚାଲିଯାଇଥିଲେ। ୧୫ ଦିନ ପରେ ଘରକୁ ଫେରିବା ପାଇଁ ପ୍ରସ୍ତୃତି କରୁଥିବା ବେଳେ ଗଁାରେ ତାଙ୍କର ଅନ୍ତିମ ସଂସ୍କାର ହୋଇଯାଇଥିବା ସେ ଜାଣିବାକୁ ପାଇଥିଲେ। ସୂଚନାଯୋଗ୍ୟ, ହାସନ ଅନ୍ତର୍ଗତ ଶାଖା ଗଁାର କୃଷକ ଶିବାନ୍ନା(୪୫) ପାରିବାରିକ କଳହରୁ ଅତିଷ୍ଠ ହୋଇ ଘରଛାଡ଼ି ଜୁନ ୧୬ରେ ବେଙ୍ଗାଲୁରରେ ଥିବା ସମ୍ପର୍କୀୟଙ୍କ ଘରକୁ ଚାଲିଯାଇଥିେଲେ। ପରିବାରଲୋକେ ବହୁ ଖୋଜାଖୋଜି ପରେ ଜୁନ ୧୮ରେ ଶିବାନ୍ନା ନିଖୋଜ ନେଇ ଥାନାରେ ଅଭିଯୋଗ କରିଥିଲେ। ଉକ୍ତ ଦିନ ପୋଲିସକୁ ବସ୍‌ଷ୍ଟାଣ୍ଡ ନିକଟରେ ଏକ ଗଳିତ ମୃତଦେହ ମିଳିଥିଲା। ମୃତଦେହଟି ଗଳିତ ହୋଇଥିବାରୁ ଠିକ୍‌ଭାବେ ଚିହ୍ନଟ ହୋଇପାରି ନ ଥିଲା। ହେଲେ ଏହା ଶିବାନ୍ନାଙ୍କ ମୃତ ଶରୀର ବୋଲି କହି ପୋଲିିସ ପରିବାରଲୋକଙ୍କ ଉପରେ ଚାପ ପକାଇବାରୁ ସେମାନେ ମୃତଦେହକୁ ପୋତିଦେଇଥିଲେ। ଜୁନ ୨୮କୁ ଶିବାନ୍ନାଙ୍କ ଶୁଦ୍ଧକ୍ରିୟା ଭୋଜିର ଆୟୋଜନ କରାଯାଇଥିବା ବେଳେ ଗୋଟିଏ ଦିନ ପୂର୍ବରୁ ସେ ବେଙ୍ଗାଲୁରରେ ଥିବା ଜଣାପଡ଼ିଥିଲା। ଏହାପରେ ସମ୍ପର୍କୀୟଙ୍କ ଘରକୁ ଯାଇ ତାଙ୍କୁ ଦେଖିବା ପରେ ସେମାନେ ପ୍ରଥମେ ଆଶ୍ଚର୍ଯ୍ୟ ହୋଇପଡ଼ିଥିବା ବେଳେ ପରେ ଖୁସି ହୋଇଯାଇଥିଲେ। ଗଁାରେ ଶିବାନ୍ନା ଫେରାଇ ଆଣିଥିଲେ। ଏନେଇ ପୋଲିସକୁ ଖବର ମିଳିବା ପରେ ପୋତାଯାଇଥିବା ମୃତଦେହକୁ ପୁଣି ଉଦ୍ଧାର କରି ପୋଲିସ ଏହାର ପରିଚୟ ଖୋଜିବା ପାଇଁ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri