ପରିବାର ସଦସ୍ୟଙ୍କ ମୃତ୍ୟୁ ପରେ ଅନ୍ୟ ୫ ସଦସ୍ୟଙ୍କ ଆତ୍ମହତ୍ୟା ଘଟଣା: ବଡ ଝିଅଙ୍କ ଜୀବନ ଗଲା

ଝାରସୁଗୁଡା ଅଫିସ,୫।୬: ଝାରସୁଗୁଡା ଥାନା ବିଟିଏମ୍‌ ଫାଣ୍ଡି ଅଧୀନ ଲହଣ୍ଡାବୁଡ଼ର ଜଣେ ଯୁବକଙ୍କ ମୃତ୍ୟୁ ପରେ ଗତ ସୋମବାର ପରିବାରର ୫ ଜଣ କୀଟନାଶକ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଏହି ଘଟଣାରେ ଶୁକ୍ରବାର ବଡ଼ ଝିଅଙ୍କ ମୃତ୍ୟୁ ଘଟିଛି।
ପୂର୍ବରୁ ଅର୍ଥାତ୍‌ ଗୁରୁବାର ମା’ ଓ ସାନ ଝିଅଙ୍କ ମୃତ୍ୟୁ ଘଟିଥିବା ବେଳେ ବୁଧବାର ବଡ଼ ପୁଅଙ୍କ ମୃତ୍ୟୁ ହୋଇଥିଲା।
ପ୍ରକାଶ ଯେ, ଗତ ସୋମବାର ବିଳମ୍ବିତ ରାତିରେ ଦୀର୍ଘ ୨ ବର୍ଷ କୋମାରେ ରହି ସାନ ପୁଅ ଦୀପକ ବିଶ୍ବାଳ ମୃତ୍ୟୁ ବରଣ କରିଥିଲେ। ଏହାକୁ ପରିବାର ଲୋକେ ସହି ନ ପାରି ମା’, ୩ ଭଉଣୀ ଓ ବଡ଼ ଭାଇ କୀଟନାଶକ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଗୁରୁତର ଅବସ୍ଥାରେ ସମସ୍ତଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ ସମସ୍ତଙ୍କ ସ୍ବାସ୍ଥ୍ୟବସ୍ଥା ବିଗିଡିବାରୁ ସେମାନଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଥିଲା। ସେଠାରେ ବର୍ତ୍ତମାନ ଜଣେ ଭଉଣୀ ଚିକିତ୍ସିତ ହେଉଛନ୍ତି। ଗୁରୁବାର ସ୍ଥାନୀୟ ଲୋକଙ୍କ ସହଯୋଗରେ ପୂର୍ବରୁ ମୃତ ୪ ଜଣଙ୍କ ମୃତଦେହକୁ ସତ୍କାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ଦାଦାବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ୨ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୭।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଦାଦାବଟି ମାଗି ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ହତ୍ୟା ଉଦ୍ୟମ ଓ ଟଙ୍କା ଛଡ଼ାଇ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri