ପରିବାର ସଦସ୍ୟଙ୍କ ମୃତ୍ୟୁ ପରେ ଅନ୍ୟ ୫ ସଦସ୍ୟଙ୍କ ଆତ୍ମହତ୍ୟା ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କ ଜୀବନଗଲା

ଝାରସୁଗୁଡା ଅଫିସ,୩।୬: ଝାରସୁଗୁଡା ଥାନା ବିଟିଏମ୍‌ ଫାଣ୍ଡି ଅଧୀନ ଲହଣ୍ଡାବୁଡ଼ ଅଞ୍ଚଳରେ ପରିବାରର ଜଣେ ସଦସ୍ୟଙ୍କ ମୃତ୍ୟୁ ସହି ନ ପାରି ଅନ୍ୟ ୫ ଜଣ କୀଟନାଶକ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଏହି ଘଟଣାରେ ବୁଧବାର ସକାଳୁ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶ୍ରୀକାନ୍ତ ବିଶ୍ବାଳ।
ପ୍ରକାଶ ଯେ, ସ୍ବର୍ଗତ ଗୋଲକ ବିହାରୀ ବିଶ୍ୱାଳଙ୍କ ପୁଅ ଦୀପକ ଦୀର୍ଘ ୨ ବର୍ଷ ହେବ କୋମାରେ ରହିବା ପରେ ଗତ ସୋମବାର ତାଙ୍କର ମୃତ୍ୟୁ ଘଟିଥିଲା। ଏହାକୁ ପରିବାର ସଦସ୍ୟ ସହି ପାରି ନ ଥିଲେ। ପରେ ଦୀପକଙ୍କ ମା’ଙ୍କ ସମେତ ୩ ଭଉଣୀ ଓ ବଡ଼ ଭାଇ ଶ୍ରୀକାନ୍ତ କୀଟନାଶକ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ସମସ୍ତଙ୍କୁ ଉଦ୍ଧାର କରାଯାଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ଭଉଣୀ ଲିଲିର ସ୍ବାସ୍ଥ୍ୟବସ୍ଥା ଖରାପ ହେବାରୁ ତାଙ୍କୁ ବୁର୍ଲା ମେଡିକାଲକୁ ପଠାଇ ଦିଆଯାଇଥିଲା। କିନ୍ତୁ ଅନ୍ୟମାନଙ୍କ ଅବସ୍ଥା ସ୍ଥିର ରହିଥିଲା। ସୋମବାର ରାତିରେ ହଠାତ୍‌ ବଡଭାଇ ଶ୍ରୀକାନ୍ତର ଅବସ୍ଥା ଖରାପ ହେବାରୁ ତାଙ୍କୁ ବୁର୍ଲା ପଠାଇ ଦିଆଯାଇଥିଲା। ବୁଧବାର ସକାଳୁ ଶ୍ରୀକାନ୍ତର ବୁର୍ଲାରେ ମୃତ୍ୟୁ ଘଟିଛି। ଅନ୍ୟପକ୍ଷରେ ସୋମବାର ରାତିରୁ ମୃତ ଦୀପକର ମୃତଦେହ ସତ୍କାର କରାଯାଇ ପାରି ନ ଥିବା ବେଳେ ଆଜି ଆଉ ଜଣେ ଭାଇର ମୃତ୍ୟୁ ଘଟଣା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ହାତରେ ରାଜଧାନୀର ୧୧୩ ପାର୍କ

ଭୁବନେଶ୍ୱର,୨୦।୪ (ଅନୁରାଧା ମହାରଣା)ରାଜଧାନୀ ଭୁବନେଶ୍ୱରରେ ବନ ବିଭାଗ ଅଧୀନରେ ୭ରୁ ଅଧିକ ଉଦ୍ୟାନ ରହିଛି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ପାଖାପାଖି ୬୦ଟି ଛୋଟ ବଡ଼ ପାର୍କର...

ଭୁଶୁଡିଯିବ ବୈତରଣୀ ସେତୁ

ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ଖରାରେ ଖଟୁଛନ୍ତି ଶ୍ରମିକ

ବାରିପଦା,୨୦ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ପ୍ରଚଣ୍ଡ ରୌଦ୍ରତାପକୁ ନେଇ ନିଦ୍ଦିଷ୍ଟ ସମୟ ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ମୟୂରଭଞ୍ଜ ଜିଲାରରେ...

ଗଞ୍ଜାମ ଜିଲାରେ ମହିଳାଙ୍କୁ ପ୍ରାର୍ଥୀ କରିନି ଭାଜପା

ବ୍ରହ୍ମପୁର,୨୦ା୪(ନରସିଂହ ସାହୁ)ମହିଳା ଭୋଟରଙ୍କୁ ନଜରରେ ରଖି ଭାଜପାର ନିର୍ବାଚନୀ ଇସ୍ତାହାରରେ ନାରୀ ଶକ୍ତି ବନ୍ଧନକୁ ଗୁରୁତ୍ୱ ଦିଆଯାଇଛି। ତେବେ ଗଞ୍ଜାମ ଜିଲାର ୧୩ ବିଧାନସଭା ନିର୍ବାଚନ...

ବଢ଼ୁଛି ଖରା, ପିଇବାକୁ ପାଣି ନାହିଁ

କେନ୍ଦ୍ରାପଡ଼ା, ୨୦ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ଉତ୍ତାପ ୪୨ ଡିଗ୍ରୀ ଉପରେ ଅଛି। ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମ୍‌ରେ ଥିବା ୭ ନଦୀ ଶୁଖିଲା...

ଖଣି ବିଭାଗର ଡ୍ରୋନ୍‌ କ୍ୟାମେରାରେ ମାପଚୁପ

ଯାଜପୁର,୨୦।୪ (ହର୍ଷବର୍ଦ୍ଧନ ବେହେରା)ଦ୍ରୁତ ଶିଳ୍ପାୟନ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରାଜ୍ୟ ସରକାର ଦାବି କରୁଛନ୍ତି।...

ଛାତ୍ରୀଛାତ୍ରଙ୍କ ଦୁର୍ଦ୍ଦଶାର ହେଉନି ଅନ୍ତ

ଡେରାବିଶ, ୨୦ା୪ (ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ୨୦୨୨ରେ ଖୋଲାଯାଇଥିବା ଆଦର୍ଶ ବିଦ୍ୟାଳୟ ଏବେ ବି ସମସ୍ୟା ଘେରରେ। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri