ପରିବାର ସଦସ୍ୟଙ୍କ ମୃତ୍ୟୁ ପରେ ଅନ୍ୟ ୫ ସଦସ୍ୟଙ୍କ ଆତ୍ମହତ୍ୟା ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କ ଜୀବନଗଲା

ଝାରସୁଗୁଡା ଅଫିସ,୩।୬: ଝାରସୁଗୁଡା ଥାନା ବିଟିଏମ୍‌ ଫାଣ୍ଡି ଅଧୀନ ଲହଣ୍ଡାବୁଡ଼ ଅଞ୍ଚଳରେ ପରିବାରର ଜଣେ ସଦସ୍ୟଙ୍କ ମୃତ୍ୟୁ ସହି ନ ପାରି ଅନ୍ୟ ୫ ଜଣ କୀଟନାଶକ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଏହି ଘଟଣାରେ ବୁଧବାର ସକାଳୁ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶ୍ରୀକାନ୍ତ ବିଶ୍ବାଳ।
ପ୍ରକାଶ ଯେ, ସ୍ବର୍ଗତ ଗୋଲକ ବିହାରୀ ବିଶ୍ୱାଳଙ୍କ ପୁଅ ଦୀପକ ଦୀର୍ଘ ୨ ବର୍ଷ ହେବ କୋମାରେ ରହିବା ପରେ ଗତ ସୋମବାର ତାଙ୍କର ମୃତ୍ୟୁ ଘଟିଥିଲା। ଏହାକୁ ପରିବାର ସଦସ୍ୟ ସହି ପାରି ନ ଥିଲେ। ପରେ ଦୀପକଙ୍କ ମା’ଙ୍କ ସମେତ ୩ ଭଉଣୀ ଓ ବଡ଼ ଭାଇ ଶ୍ରୀକାନ୍ତ କୀଟନାଶକ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ସମସ୍ତଙ୍କୁ ଉଦ୍ଧାର କରାଯାଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ଭଉଣୀ ଲିଲିର ସ୍ବାସ୍ଥ୍ୟବସ୍ଥା ଖରାପ ହେବାରୁ ତାଙ୍କୁ ବୁର୍ଲା ମେଡିକାଲକୁ ପଠାଇ ଦିଆଯାଇଥିଲା। କିନ୍ତୁ ଅନ୍ୟମାନଙ୍କ ଅବସ୍ଥା ସ୍ଥିର ରହିଥିଲା। ସୋମବାର ରାତିରେ ହଠାତ୍‌ ବଡଭାଇ ଶ୍ରୀକାନ୍ତର ଅବସ୍ଥା ଖରାପ ହେବାରୁ ତାଙ୍କୁ ବୁର୍ଲା ପଠାଇ ଦିଆଯାଇଥିଲା। ବୁଧବାର ସକାଳୁ ଶ୍ରୀକାନ୍ତର ବୁର୍ଲାରେ ମୃତ୍ୟୁ ଘଟିଛି। ଅନ୍ୟପକ୍ଷରେ ସୋମବାର ରାତିରୁ ମୃତ ଦୀପକର ମୃତଦେହ ସତ୍କାର କରାଯାଇ ପାରି ନ ଥିବା ବେଳେ ଆଜି ଆଉ ଜଣେ ଭାଇର ମୃତ୍ୟୁ ଘଟଣା ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

କଣମଣା ମୁଖ୍ୟ ରାସ୍ତାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଘଟଣାସ୍ଥଳରେ ଚାଲିଗଲା ସୁରେଶଙ୍କ ଜୀବନ, ଅନ୍ୟ ଜଣେ…

ଛତ୍ରପୁର,୨୬।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ଘଟଣାସ୍ଥଳରେ…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

କର୍ନାଟକ ରାଜନୀତିରେ ଭୂକମ୍ପ! ପଦ ଛାଡ଼ିବେ ସିଦ୍ଧାରାମୈୟା; ଡି.କେ ଶିବକୁମାରଙ୍କ ହାତକୁ ଯିବ କ୍ଷମତାର ଚାବିକାଠି?

ବେଙ୍ଗାଲୁରୁ,୨୬।୫: କର୍ନାଟକ ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧାରାମୈୟା ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ତାଙ୍କ ସ୍ଥାନରେ…

ଲେବାନନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ବେରୁଟ୍‌,୨୬ା୫: ଲେବାନନ୍‌ର ଏକ ଗ୍ରାମ ଉପରେ ଇସ୍ରାଏଲୀ ସେନା ଏୟାରଷ୍ଟ୍ରାଇକ୍‌ କରିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେଠାର ସରକାରୀ ଗଣମାଧ୍ୟମ ପ୍ରକାଶ କରିଛି। ଲେବାନନ୍‌କୁ ଇସ୍ରାଏଲ…

ଭାରତ ହାତରେ ଲାଗିଲା ‘କୁବେର ଭଣ୍ଡାର’, ମାଟିତଳୁ ମିଳିଲା କୋଟି କୋଟି ଟଙ୍କାର… ଚୀନର ଉଡ଼ିଗଲା ନିଦ!

ନୂଆଦିଲ୍‌ଲୀ,୨୬।୫: ପଶ୍ଚିମ ରାଜସ୍ଥାନର ବାଲୋତ୍ରା ଜିଲାରେ ପ୍ରାୟ ୭୫୦ ବର୍ଗ କିଲୋମିଟର ପତିତ ଜମି ତଳେ ବିପୁଳ ପରିମାଣର ‘ରେୟାର୍‌ ଆର୍ଥ ଏଲିମେଣ୍ଟସ’ (Rare Earth Elements…

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri