ଭଦ୍ରକ ଅଫିସ, ୭ା୪-ଏଣିକି ହାଟ, ପରିବା ମାର୍କେଟ୍ ଓ ଗ୍ରସୋରି ଦୋକାନକୁ ଲୋକେ ଚାଲି ଚାଲି ଯିବେ। ବାଇକ୍ ଓ ଚାରିଚକିଆ ଧରି ମାର୍କେଟ୍କୁ ଗଲେ ପୋଲିସ ଗାଡ଼ି ଜବତ କରିବା ସହ ଆଇନ ଉଲ୍ଲଂଘନକାରୀଙ୍କୁ ଗିରଫ କରି କୋର୍ଟଚାଲାଣ କରିବ ବୋଲି ପ୍ରଶାସନ ପକ୍ଷରୁ ଚରମବାଣୀ ଜାରି କରାଯାଇଛି। ରବିବାର ରାତି ୮ଟାରେ ୪୮ ଘଣ୍ଟିଆ ଶଟ୍ଡାଉନ ସରିବା ପରେ ସୋମବାର ସକାଳେ କଚେରି ବଜାର ତଥା ଅନ୍ୟାନ୍ୟ ପରିବା ବଜାରରେ ପୁଣି ନାହିଁ ନ ଥିବା ଭିଡ଼ ଆରମ୍ଭ ହୋଇଯାଇଥିଲା। ହଜାର ହଜାର ଲୋକ ପରିବା ଓ ଗ୍ରସୋରି ସାମଗ୍ରୀ କିଣିବା ପାଇଁ ବାଇକ୍ ଧରି ବଜାରରେ ଭିଡ଼ ଲଗାଇଥିଲେ। ପ୍ରଶାସନ ପକ୍ଷରୁ ସାମାଜିକ ଦୂରତ୍ୱକୁ ନେଇ ଜାରି କରାଯାଇଥିବା କଟକଣା ଫେଲ୍ ମାରିଥିଲା। ଭିଡ଼ ନିୟନ୍ତ୍ରଣ ପାଇଁ ପୋଲିସ ଓ ପ୍ରଶାସନକୁ ନାକେଦମ୍ ହେବାକୁ ପଡ଼ିଥିଲା।
ଏହି ସମୟରେ ସାମାଜିକ ଦୂରତ୍ୱ ଆଇନକୁ ଉଲ୍ଲଂଘନ କରିଥିବା ୮ଜଣ ବ୍ୟବସାୟୀ ଓ ୨୧ଜଣ ଆଇନ ଉଲ୍ଲଙ୍ଘନକାରୀଙ୍କୁ ପୋଲିସକୁ ଗିରଫ କରିଥିଲା। ଫଳରେ ଜିଲାପାଳ ଡ. ଜ୍ଞାନରଞ୍ଜନ ଦାସ ସୋମବାର ମଧ୍ୟାହ୍ନରେ ଉପରୋକ୍ତ କଟକଣା ଜାରି କରିଛନ୍ତି। ପରିବା ବଜାର, ହାଟ ଓ ଗ୍ରସୋରି ଦୋକାନ ସକାଳ ୬ ରୁ ୧୦ଟା ପରିବର୍ତ୍ତେ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଖୋଲା ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସ୍ଥାୟୀ ଫଳ ଦୋକାନ, କ୍ଷୀର ଦୋକାନ ସକାଳୁ ୬ରୁ ୧୦ଟା ପର୍ଯ୍ୟନ୍ତ ଖୋଲାରହିବ ବୋଲି କୁହାଯାଇଛି। ଗ୍ରସୋରି ସାମଗ୍ରୀ ଘରେ ପହଞ୍ଚାଇବା ପାଇଁ ଚିହ୍ନଟ ଦୋକାନୀମାନଙ୍କୁ ସକାଳ ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସମୟ ଦିଆଯାଇଛି। ଏହି ନିୟମ ଉଲ୍ଲଂଘନ କଲେ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯିବ ବୋଲି ଏସ୍ପି ରାଜେଶ ପଣ୍ଡିତ ସୂଚନା ଦେଇଛନ୍ତି।
ବସ ଡ୍ରାଇଭର-ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ, ରାସ୍ତାରେ ବସ ରଖି ଡ୍ରାଇଭର ଗଲେ ମେଡିକାଲ
ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକ ଆରଡ଼ି ଛକ ନିକଟରେ ଜାତୀୟ ରାଜପଥ ସର୍ଭିସ ରୋଡରେ ଅଭାବନୀୟ ଘଟଣା । ବସ ଡ୍ରାଇଭର ଓ ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ…
ମା’ ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭାଙ୍ଗି ଦୁର୍ବୃତ୍ତ…
ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠରେ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଥିବାର ଅଭିଯୋଗ ହୋଇଛି। ଭୋର୍ ସମୟରେ ମା’ଙ୍କ ପୂଜା ପୂଜା…
ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ
ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…
ବାଇକ୍କୁ ଧକ୍କାଦେଲା ଟ୍ରାକ୍ଟ୍ରର, ଚାଲିଗଲା ୨ ଜଣଙ୍କ ଜୀବନ
ଧାମନଗର,୪ା୪(ସନ୍ତୋଷ କୁମାର ମହାପାତ୍ର/ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ବିଜ୍ଞାପିତ ଅଞ୍ଚଳ ଭଣ୍ଡାରିପଦୀ ଛକ ମୁଖ୍ୟ ରାସ୍ତାରେ ଶନିବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ୨…
୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….
ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…
ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….
ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…
ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ
ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…
ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ
ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…
Archives

