Posted inଭଦ୍ରକ

ପରିବା, ଗ୍ରସୋରି ପାଇଁ ଚାଲି ଚାଲି ଯିବେ ଗ୍ରାହକ

ଭଦ୍ରକ ଅଫିସ, ୭ା୪-ଏଣିକି ହାଟ, ପରିବା ମାର୍କେଟ୍‌ ଓ ଗ୍ରସୋରି ଦୋକାନକୁ ଲୋକେ ଚାଲି ଚାଲି ଯିବେ। ବାଇକ୍‌ ଓ ଚାରିଚକିଆ ଧରି ମାର୍କେଟ୍‌କୁ ଗଲେ ପୋଲିସ ଗାଡ଼ି ଜବତ କରିବା ସହ ଆଇନ ଉଲ୍ଲଂଘନକାରୀଙ୍କୁ ଗିରଫ କରି କୋର୍ଟଚାଲାଣ କରିବ ବୋଲି ପ୍ରଶାସନ ପକ୍ଷରୁ ଚରମବାଣୀ ଜାରି କରାଯାଇଛି। ରବିବାର ରାତି ୮ଟାରେ ୪୮ ଘଣ୍ଟିଆ ଶଟ୍‌ଡାଉନ ସରିବା ପରେ ସୋମବାର ସକାଳେ କଚେରି ବଜାର ତଥା ଅନ୍ୟାନ୍ୟ ପରିବା ବଜାରରେ ପୁଣି ନାହିଁ ନ ଥିବା ଭିଡ଼ ଆରମ୍ଭ ହୋଇଯାଇଥିଲା। ହଜାର ହଜାର ଲୋକ ପରିବା ଓ ଗ୍ରସୋରି ସାମଗ୍ରୀ କିଣିବା ପାଇଁ ବାଇକ୍‌ ଧରି ବଜାରରେ ଭିଡ଼ ଲଗାଇଥିଲେ। ପ୍ରଶାସନ ପକ୍ଷରୁ ସାମାଜିକ ଦୂରତ୍ୱକୁ ନେଇ ଜାରି କରାଯାଇଥିବା କଟକଣା ଫେଲ୍‌ ମାରିଥିଲା। ଭିଡ଼ ନିୟନ୍ତ୍ରଣ ପାଇଁ ପୋଲିସ ଓ ପ୍ରଶାସନକୁ ନାକେଦମ୍‌ ହେବାକୁ ପଡ଼ିଥିଲା।
ଏହି ସମୟରେ ସାମାଜିକ ଦୂରତ୍ୱ ଆଇନକୁ ଉଲ୍ଲଂଘନ କରିଥିବା ୮ଜଣ ବ୍ୟବସାୟୀ ଓ ୨୧ଜଣ ଆଇନ ଉଲ୍ଲଙ୍ଘନକାରୀଙ୍କୁ ପୋଲିସକୁ ଗିରଫ କରିଥିଲା। ଫଳରେ ଜିଲାପାଳ ଡ. ଜ୍ଞାନରଞ୍ଜନ ଦାସ ସୋମବାର ମଧ୍ୟାହ୍ନରେ ଉପରୋକ୍ତ କଟକଣା ଜାରି କରିଛନ୍ତି। ପରିବା ବଜାର, ହାଟ ଓ ଗ୍ରସୋରି ଦୋକାନ ସକାଳ ୬ ରୁ ୧୦ଟା ପରିବର୍ତ୍ତେ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଖୋଲା ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସ୍ଥାୟୀ ଫଳ ଦୋକାନ, କ୍ଷୀର ଦୋକାନ ସକାଳୁ ୬ରୁ ୧୦ଟା ପର୍ଯ୍ୟନ୍ତ ଖୋଲାରହିବ ବୋଲି କୁହାଯାଇଛି। ଗ୍ରସୋରି ସାମଗ୍ରୀ ଘରେ ପହଞ୍ଚାଇବା ପାଇଁ ଚିହ୍ନଟ ଦୋକାନୀମାନଙ୍କୁ ସକାଳ ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସମୟ ଦିଆଯାଇଛି। ଏହି ନିୟମ ଉଲ୍ଲଂଘନ କଲେ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯିବ ବୋଲି ଏସ୍‌ପି ରାଜେଶ ପଣ୍ଡିତ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଣ୍ଡାରିପୋଖରୀରେ ନୂଆ-ପୁରୁଣା

ବନ୍ତ,୧୭।୪ (ହରିନାରାୟଣ ମହାନ୍ତି):ସାଧାରଣ ନିର୍ବାଚନରେ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରରେ ଏଥର ହେବ ନୂଆ-ପୁରୁଣା ଲଢ଼େଇ। ବିଜେଡି ପକ୍ଷରୁ ଭଦ୍ରକ ବିଧାୟକ ସଞ୍ଜୀବ କୁମାର...

ଭଦ୍ରକ ଲୋକ ସଭା କ୍ଷେତ୍ର: ରଣାଙ୍ଗନରେ ଅନନ୍ତ, ଅଭିମନ୍ୟୁ, ମଞ୍ଜୁଲତା

ଭଦ୍ରକ,୧୫ା୪(ସନାତନ ରାଉତ): ଭଦ୍ରକ ଲୋକ ସଭା ଆସନରେ ଭାଜପା ଓ ବିଜେଡି ପୁରୁଣା ପ୍ରାର୍ଥୀଙ୍କୁ ଦୋହରାଇଥିବା ବେଳେ କଂଗ୍ରେସ ଶନିବାର ପୂର୍ବତନ ଏମ୍‌ପି ଅନନ୍ତ ପ୍ରସାଦ...

ଡିଭାଇଡର୍‌ ଉପରେ ଚଢ଼ିଗଲା କାର୍‌, ଚାଲିଗଲା ବାପ-ଝିଅଙ୍କ ଜୀବନ, ୩ ଗୁରୁତର

ଭଦ୍ରକ,୧୪ା୪(ସନାତନ ରାଉତ): ପୁରୀରୁ ଖଡ଼ଗପୁର ଆସୁଥିବା ଏକ କାର୍‌ ରବିବାର ଭାରସାମ୍ୟ ହରାଇ ଡିଭାଇଡର ଉପରେ ଚଢ଼ି ଯିବାରୁ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ...

ବ୍ରିଜ୍‌ରୁ ଖସିଲା କଦଳୀ ବୋଝେଇ ଟ୍ରକ୍‌

ଭଦ୍ରକ,୧୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ଗେଲପୁର ଓଭର ବ୍ରିଜରୁ ତଳକୁ ଶୁକ୍ରବାର ଖସି ପଡ଼ିଛି କଦଳୀ ବୋଝେଇ ଟ୍ରକ୍‌। ଟ୍ରକର ଆଗ...

ସମୂହ ନମାଜ ପାଠ କଲେ ୭ ହଜାରରୁ ଊର୍ଦ୍ଧ୍ୱ ମୁସଲମାନ ଧର୍ମାବଲମ୍ବୀ

ଭଦ୍ରକ,୧୧ା୪(ସନାତନ ରାଉତ): ଶାନ୍ତି, ମୈତ୍ରୀ, ତ୍ୟାଗ ଓ ସମର୍ପଣର ପର୍ବ ଇଦ୍‌ ଅବସରରେ ଗୁରୁବାର ଭଦ୍ରକ ଇଦ୍‌ଗାହାଠାରେ ୭ ହଜାରରୁ ଊର୍ଦ୍ଧ୍ୱ ମୁସଲମାନ ଧର୍ମାବଲମ୍ବୀ ସମୂହ...

ପୋତିହେଲାଣି ଚୁଡ଼ାମଣି ଘାଟ ମୁହାଣ

ବାସୁଦେବପୁର,୧୧ା୪(ନାରାୟଣ ପ୍ରସାଦ ବାରିକ୍‌)ଚୁଡ଼ାମଣୀ ଘାଟ ପୋଲଠାରୁ ବଙ୍ଗୋପସାଗର ମୁହାଣ ପର୍ଯ୍ୟନ୍ତ ପ୍ରାୟ ୩ କି.ମି.ରୁ ଊର୍ଦ୍ଧ୍ୱ ଅଙ୍କାବଙ୍କା ଗମେଈ ନଦୀ ପୋତି ହୋଇ ପଡ଼ିଲାଣି। ଫଳରେ...

ଗୁଲମକ୍କି ଦଳକୁ ଆସିବା ପରେ ଶକ୍ତିଶାଳୀ ହେଉଛି ବିଜେଡି

ଭୁବନେଶ୍ୱର,୧୦ା୪(ଅନିଲ ଦାସ):ଭଦ୍ରକ ପୌରପାଳିକାର ପୌରାଧ୍ୟକ୍ଷା ଗୁଲମକ୍କି ହବିବଙ୍କ ସମେତ ଶତାଧିକ କର୍ମୀ ମଙ୍ଗଳବାର ଶଙ୍ଖଭବନଠାରେ ପୂର୍ବତନ ମନ୍ତ୍ରୀ ତଥା ଭଦ୍ରକ ଜିଲା ପର୍ଯ୍ୟବେକ୍ଷକ ସଞ୍ଜୟ କୁମାର...

ନିର୍ବାଚନ କାର୍ଯ୍ୟରେ ଅବହେଳା ପାଇଁ ଏଆରଆଇ ନିଲମ୍ବିତ

ଭଦ୍ରକ,୧୦।୪(ସନାତନ ରାଉତ ): ନିର୍ବାଚନ କାର୍ଯ୍ୟରେ ଅବହେଳା ଓ ଉଚ୍ଚ କର୍ତ୍ତୃପକ୍ଷଙ୍କ ଆଦେଶ ଅବମାନନା ପାଇଁ ଭଦ୍ରକ ଜିଲା ବନ୍ତ ତହସିଲର ଅତିରିକ୍ତ ରାଜସ୍ବ ନିରୀକ୍ଷକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri