ପରିବା ବିକ୍ରି ବନ୍ଦ କଲେ ବ୍ୟବସାୟୀ

ବାରିପଦା ଅଫିସ, ୧୧ା୪: ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରତିବାଦରେ ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ କଚେରୀ ବଜାର ପରିବା ମାର୍କେଟକୁ ଶନିବାର ବ୍ୟବସାୟୀମାନେ ବନ୍ଦ କରି ଦେଇଥିଲେ। ଫଳରେ ଲୋକେ ପରିବା ପାଇଁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ପରେ ବ୍ୟବସାୟୀ ସଂଘ ସହିତ ପୋଲିସ ଅଧିକାରୀମାନେ ଆଲୋଚନା କରି ରବିବାର ପରିବା ମାର୍କେଟ ଖୋଲିବ ବୋଲି ନିଷ୍ପତ୍ତିି ହୋଇଛି। ପରିବା ବ୍ୟବସାୟୀ ସଂଘର ସଭାପତି ଉତ୍ତମ କୁମାର ଘଡ଼େଇଙ୍କ କହିବାନୁସାରେ ଲକ ଡାଉନ ପର ଠାରୁ ବ୍ୟବସାୟୀମାନେ ପ୍ରଶାସନର ସମସ୍ତ ନିଷ୍ପତ୍ତିକୁ ପାଳନ କରି ବ୍ୟବସାୟ କରି ଆସୁଛନ୍ତି। ହେଲେ ଶୁକ୍ରବାର ସନ୍ଧ୍ୟାରେ କଚେରୀ ବଜାରରେ ପରିବା ବେପାର କରୁଥିବା ବେଳେ ପୋଲିସ କର୍ମଚାରୀମାନେ ଯାଇ ୪ ଜଣ ବ୍ୟବସାୟୀଙ୍କୁ ସାମାଜିକ ଦୂରତ୍ୱ ପାଳନ କରୁ ନ ଥିବା ଅଭିଯୋଗରେ ଉଠାଇ ଆଣିଥିଲେ। ଏହାର ପ୍ରତିବାଦରେ ଶନିବାର ପରିବା ମାର୍କେଟ ବନ୍ଦ ହୋଇଥିଲା। ରବିବାରଠାରୁ ସାମାଜିକ ଦୂରତା ପାଳନ କରାଯାଇ ପରିବା ବିକ୍ରି କରାଯିବ ବୋଲି ସୂଚନା ମିଳିଛି। ସେହିପରି ପରିବା ବେପାରୀମାନଙ୍କ ପାଇଁ ହୋଇଥିବା ପାସ୍‌କୁ ଦେଖି ପୋଲିିସ ସେମାନଙ୍କୁ ହଇରାଣ ନ କରି ଛାଡ଼ି ଦେବା ପାଇଁ ବ୍ୟବସାୟୀ ସଂଘର ସଭାପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିକ୍ସ: ସାମର୍ଥ୍ୟ ଅଛି ଶକ୍ତି ନାହିଁ

ବ୍ରିକ୍ସ କ୍ରମଶଃ ପ୍ରତିଷ୍ଠା ଲାଭ କଲେ ମଧ୍ୟ ଅନ୍ତର୍ଜାତୀୟ ଆହ୍ବାନଗୁଡିକୁ ମୁକାବିଲା କରିବାରେ ସଫଳ ହୋଇପାରୁନାହିଁ। ସେଥିପାଇଁ ଚଳିତ ମାସରେ ନୂଆଦିଲ୍ଲୀରେ ଅନୁଷ୍ଠିତ ବ୍ରିକ୍ସ ବୈଦେଶିକ ମନ୍ତ୍ରୀଙ୍କ…

ନକଲି ଆଇନଜୀବୀ

ଦେଶରେ ଥିବା ଆଇନଜୀବୀଙ୍କ ଶିକ୍ଷାଗତ ଯୋଗ୍ୟତା ଯାଞ୍ଚ ଲାଗି ବାର୍‌ କାଉନ୍‌ସିଲ୍‌ ଅଫ୍‌ ଇଣ୍ଡିଆ (ବିସିଆଇ) ପକ୍ଷରୁ ୨୦୨୫ ଜାନୁଆରୀରେ ଏକ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏଥିରେ…

ବୋମା ତିଆରି ପାଇଁ ଏଆଇ ପ୍ଲାଟ୍‌ଫର୍ମ ବ୍ୟବହାର କରିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୫ା୫(ପି.ଟି.):ଦିଲ୍ଲୀ ଲାଲ୍‌କିଲ୍ଲା ବିସ୍ଫୋରଣ ମାମଲାରେ ଚାର୍ଜଶିଟ୍‌ ହୋଇଥିବା ଅଭିଯୁକ୍ତଙ୍କର ବୈଶ୍ୱିକ ଆତଙ୍କବାଦୀ ସଂଗଠନ ଅଲ୍‌କାଏଦା ସହ ସମ୍ପୃକ୍ତି ରହିଛି ଓ ସେ ବୋମା ପ୍ରସ୍ତୁତି ପାଇଁ ଆର୍ଟିଫିସିଆଲ…

ମୋଦିଙ୍କୁ ପ୍ରଶଂସା କଲେ ଟ୍ରମ୍ପ୍‌

ନୂଆଦିଲ୍ଲୀ,୨୫ା୫: ଭାରତ ଗସ୍ତରେ ଆସିଥିବା ଆମେରିକା ପରରାଷ୍ଟ୍ର ସଚିବ ମାର୍କୋ ରୁବିଓ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା କରୁଥିବାବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ହଠାତ୍‌…

ଭାରତକୁ ଟାର୍ଗେଟ କରାଯାଇନି: ରୁବିଓ

ନୂଆଦିଲ୍ଲୀ,୨୫ା୫(ପି.ଟି.): ଭାରତ ଓ ଆମେରିକା ମଧ୍ୟରେ ବହୁପ୍ରତୀକ୍ଷିତ ବାଣିଜ୍ୟ ଚୁକ୍ତିନାମା ଖୁବ୍‌ଶୀଘ୍ର ଚୂଡ଼ାନ୍ତ ହେବାକୁ ଯାଉଛି, ଯାହା ଉଭୟ ଦେଶ ପାଇଁ ଲାଭଦାୟକ ଏବଂ ସ୍ଥାୟୀ ହେବ…

Petrol-Diesel Price Hike: ଗ୍ରାହକଙ୍କୁ ଜୋରଦାର ଝଟକା, ୧୦ ଦିନରେ ପୁଣିଥରେ ବଢିଳା ତୈଳ ଦର

ନୂଆଦିଲ୍ଲୀ,୨୫।୫: ଆଜି ଅର୍ଥାତ ସୋମବାର ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ୨୫ ମଇ, ୨୦୨୬ ସକାଳ ୬ଟାରୁ ନୂଆ ଦର…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri