ପରିବା ମାର୍କେଟ ଭଙ୍ଗା ପ୍ରତିବାଦରେ ଆନ୍ଦୋଳନ : ଜିଲାପାଳଙ୍କୁ ଫେରାଦ ହେଲେ ବ୍ୟବସାୟୀ

ପୁରୁଷୋତ୍ତମପୁର,୨୨ା୬(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଥିବା ପରିବା ମାର୍କେଟକୁ ଏନ୍‌ଏସି ପ୍ରଶାସନ ଦୋକାନ ଗୃହ ର୍ନିମାଣ କରିବା ଲାଗି ତରବରିଆ ଭାବେ ବୁଧବାର ଭାଙ୍ଗି ଦେଇଛି। ଫଳରେ ପରିବାର ବ୍ୟବସାୟୀ ଜୀବିକା ହରାଇଛନ୍ତି। ଏହାର ପ୍ରତିବାଦରେ ଶୁକ୍ରବାର ବ୍ୟବସାୟୀମାନେ ଏକାଠି ହୋଇ ଆନ୍ଦୋଳନକୁ ଓହ୍ଲାଇବା ସହ ପରିବା ମାର୍କେଟକୁ ସମ୍ପୂର୍ଣ୍ଣ ବନ୍ଦ କରିଦେଇଛନ୍ତି। ଏହାସହ ବ୍ୟସାୟୀମାନେ ଛତ୍ରପୁର ଯାଇ ଜିଲାପାଳଙ୍କୁ ଫେରାଦ ହୋଇଛନ୍ତି। ଜିଲାପାଳ ସମାଧାନ ଲାଗି ବ୍ୟବସାୟୀମାନଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। ମାତ୍ର ଏହାର ସମାଧାନ ପ୍ରଶାସନ ନକରିବା ପର୍ଯ୍ୟନ୍ତ ପରିବା ବିକ୍ରି ସମ୍ପୂର୍ଣ୍ଣ ରୁପେ ବନ୍ଦ ରହିବ ବୋଲି ବ୍ୟବସାୟୀମାନେ କହିଛନ୍ତି।
ସୂଚନାଯୋଗ୍ୟ ଯେ, ଆସିକା-ହୁମ୍ମା ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱରେ ପରିବା ମାର୍କେଟକୁ ଲାଗି ଏନ୍‌ଏସି ପ୍ରଶାସନ କିଛି ଦୋକାନ ଘର ର୍ନିମାଣ କରି ଭଡାରେ ଦେଇଥିଲେ। ମାତ୍ର ରାସ୍ତା ସମ୍ପ୍ରସାରଣ ଯୋଗୁ ଉକ୍ତ ଦୋକାନ ଘର ଗୁଡିକ ଭାଙ୍ଗି ଦିଆଯାଇଥିଲା। ଯାହାକି ଏହି ଦୋକାନ ଘରେ ବ୍ୟବସାୟ କରୁଥିବା ବ୍ୟବସାୟୀମାନଙ୍କୁ ଥଇଥାନ କରିବା ଲାଗି ଏନଏସି ପ୍ରଶାସନ ଗରିବ ପନିପରିବା ବ୍ୟସାୟୀମାନଙ୍କ ଦୋକାନ ଭାଙ୍ଗି ସେହି ସ୍ଥାନରେ ଦୋକାନ ଘର ର୍ନିମାଣ କରିବାକୁ ଯାଉଛନ୍ତି। ଯାହାକି ଏଠାରେ ଏନଏସି ପ୍ରଶାସନର ଝିଣ୍ଟିକା ମାରି ବଣି ପୋଷିବା ନୀତିକୁ ଦର୍ଶାଉଛି। ଆଗୁଆ ନୋଟିସ ନକରି ମଙ୍ଗଳବାର ସନ୍ଧ୍ୟାରେ ପରିବା ମାର୍କେଟର ଏକ ଇଲେକ୍ଟ୍ରି ପୋଲରେ ନୋଟିସ ମାରି ବୁଧବାର ଦୋକାନ ଭାଙ୍ଗି ଦେଇଥିବା ବ୍ୟବସାୟୀମାନେ ଅଭିଯୋଗ କରିଛନ୍ତି। ତିନି ଦିନ ମଧ୍ୟରେ ଯଦି ପ୍ରଶାସନ କୌଣସି ପଦକ୍ଷେପ ନ ନେବ ତେବେ ଆନ୍ଦୋଳନ ତୀବ୍ରତର କରାଯାଇ ରାସ୍ତାକୁ ଓହ୍ଲାଇବୁ ବୋଲି ପରିବା ବ୍ୟବସାୟୀମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

ନାନା ସମସ୍ୟା ଦେଇ ଗତି କରୁଛି ବଳରାମପୁର ଗାଁ, ଅଭିଯୋଗ କରି ଗ୍ରାମବାସୀ…

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ପଞ୍ଚାୟତ ବଳରାମପୁର ଗ୍ରାମ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ରାସ୍ତାଘାଟଠାରୁ ଆରମ୍ଭ କରି ବହୁ କ୍ଷେତ୍ରରେ ଅବହେଳିତ ହୋଇରହିଛି।…

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri