ପରିବେଶ ଓ ଜଙ୍ଗଲ ଅନୁମତି ଅବଧି ଶେଷ: ଜଗନ୍ନାଥ କୋଇଲା ଖଣି କାର୍ଯ୍ୟ ବନ୍ଦ

ତାଳଚେର,୨ା୧୦(ନି.ପ୍ର.)-ତାଳଚେରଠାରେ ଥିବା ଏମ୍‌ସିଏଲ୍‌ ଜଗନ୍ନାଥ କୋଇଲା ଖଣିର ଏନ୍‌ଭାଇରନମେଣ୍ଟାଲ ଓ ଫରେଷ୍ଟ କ୍ଲିୟରାନ୍ସ ଅବଧି ଶେଷ ହୋଇଯାଇଥିବାରୁ ସୋମବାର ରାତି ୧୨ଟାରୁ ଖଣି ଖନନ କାର୍ଯ୍ୟ ବନ୍ଦ କରାଯାଇଛି। ରାଜ୍ୟ ସରକାରଙ୍କ ଖଣି ଉପନିର୍ଦ୍ଦେଶକ କାର୍ଯ୍ୟାଳୟ ପକ୍ଷରୁ ଏ ନେଇ ନୋଟିସ ଜାରି କରାଯିବା ପରେ ଖନନ କାର୍ଯ୍ୟ ବନ୍ଦ ରହିଥିବା ଜଣାପଡ଼ିଛି। ଠିକଣା ସମୟରେ ଉଚିତ ପଦକ୍ଷେପ ନିଆ ନ ଯିବାରୁ ଓ କେତେଜଣ ଅଧିକାରୀଙ୍କ ଦାୟିତ୍ୱହୀନତା ଯୋଗୁ ଏଭଳି ଘଟିଥିବା ଶ୍ରମିକମାନେ ଅଭିଯୋଗ କରିଛନ୍ତି।
ବାର୍ଷିକ ୨୫ ମିଲିୟନ ଟନ ଉପତ୍ାଦନ କ୍ଷମତା ଥିବା ଜଗନ୍ନାଥ କୋଇଲା ଖଣିର ପରିବେଶ ଓ ଜଙ୍ଗଲ ଅନୁମତି ଅବଧି ୩୧ା୩ା୨୦୧୯ରେ ଶେଷ ହୋଇଯାଇଥିଲା। କର୍ତ୍ତୃପକ୍ଷ ୬ ମାସ ପାଇଁ ଏହାର ନବୀକରଣ କରାଇଥିଲେ। ଫଳରେ ୩୦ା୯ା୨୦୧୯ ଯାଏ ଅନୁମତି ଅବଧି ରହିଥିଲା। କିନ୍ତୁ ଏହି ସମୟ ମଧ୍ୟରେ ଏମ୍‌ସିଏଲ୍‌ କର୍ତ୍ତୃପକ୍ଷ କେନ୍ଦ୍ର ସରକାରଙ୍କ ଠାରୁ ଆଉ ଅନୁମତି ଆଣି ପାରି ନ ଥିଲେ। ଫଳରେ ଅକ୍ଟୋବର ୧ ଠାରୁ ଖଣି ଖନନ କାର୍ଯ୍ୟ ସହିତ କୋଇଲା ପରିବହନକୁ ବନ୍ଦ ରଖିବାକୁ ଖଣି ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପକ୍ଷରୁ ସେପ୍ଟେମ୍ବର ୨୩ରେ ପତ୍ରସଂଖ୍ୟା ୧୪୪୭ରେ ନିର୍ଦ୍ଦେଶ ଦିଆଯାଇଥିଲା। ଏହି ଖଣିରୁ ଦୈନିକ ୨୦/୨୫ ହଜାର ଟନ୍‌ କୋଇଲା ଉତ୍ତୋଳନ ହୋଇଥାଏ ଓ ଟିଟିପିଏସ୍‌କୁ ୫/୬ ହଜାର ଟନ ଯୋଗାଇ ଦିଆଯାଇଥାଏ। ଜମି ଅଭାବରୁ କିଛିଦିନ ହେଲା ଉପତ୍ାଦନ ବାଧାପ୍ରାପ୍ତ ହୋଇ ଆସୁଥିଲା। ଏବେ ଖଣି ଖନନ ବନ୍ଦ ରହିଥିବାରୁ ଏହି କ୍ଷତି ପାଇଁ ଏମ୍‌ସିଏଲ୍‌ ପ୍ରବନ୍ଧନ କାହାକୁ ଦାୟୀ କରିବେ ଓ କି ପଦକ୍ଷେପ ନେବେ ବୋଲି କର୍ମଚାରୀମାନେ ପ୍ରଶ୍ନ କରିଛନ୍ତି। ପ୍ରଦୂଷଣ ନିୟନ୍ତ୍ରଣ ବିଭାଗ ପକ୍ଷରୁ କନସେଣ୍ଟ ଟୁ ଅପରେଟ୍‌ (ସିଟିଓ) ନ ମିଳିବା ପର୍ଯ୍ୟନ୍ତ ପୁନଃ ଖଣି କାର୍ଯ୍ୟ ଆରମ୍ଭ ହୋଇପାରିବନି ବୋଲି ଜଣାପଡ଼ିଛି। ଏଥିପାଇଁ ଆହୁରି ୨/୩ ଦିନ ଖଣି ବନ୍ଦ ରହିବ ବୋଲି କୁହାଯାଉଛି। ଏ ସମ୍ପର୍କରେ ଜଗନ୍ନାଥ ପ୍ରକଳ୍ପ ଅଧିକାରୀ ଏସ୍‌. ଚୌଧୁରୀ କହିଛନ୍ତି, ପରିବେଶ ମଞ୍ଜୁରୀ ନ ଥିବାରୁ ଖଣି କାର୍ଯ୍ୟ ବନ୍ଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri