Posted inରାଜ୍ୟ

ପରିବେଶ ପର୍ଯ୍ୟଟନସ୍ଥଳୀ ସୁନାମୁହିଁ ଅସୁରକ୍ଷିତ: ଦୁର୍ବୃତ୍ତମାନେ ଭାଙ୍ଗିଦେଲେ ମୂଲ୍ୟବାନ୍‌ ସାମଗ୍ରୀ

ଖଣ୍ଡପଡା,୪ା୭(ସ୍ବ.ପ୍ର.): ଖଣ୍ଡପଡା ସହର ଉପକଣ୍ଠ ଖଣ୍ଡପଡା-ନୟାଗଡ ମୁଖ୍ୟ ରାସ୍ତା ପାର୍ଶ୍ୱରେ ଥିବା ସୁନାମୁହିଁ ପରିବେଶ ପର୍ଯ୍ୟଟନସ୍ଥଳୀ ଏବେ ଅସୁରକ୍ଷିତ ହୋଇପଡିଛି। ପର୍ଯ୍ୟଟକଙ୍କ ସୁବିଧା ପାଇଁ ଏଠାରେ ସିମେଣ୍ଟ ବେଞ୍ଚ, ଚୌକି ସହ ଶାରୀରିକ ବ୍ୟାୟାମ ନିମନ୍ତେ ଅନେକ ମୂଲ୍ୟବାନ ଉପକରଣ ସ୍ଥାପନ କରାଯାଇଥିଲା। ହେଲେ କେତେକ ଅସାମାଜିକ ବ୍ୟକ୍ତି ଆଡ୍ଡା ଜମାଇ ଉକ୍ତ ବେଞ୍ଚ, ଚୌକି ଓ ବାହ୍ୟ ସୁରକ୍ଷା ପ୍ରାଚୀର ଭଙ୍ଗାରୁଜା କରିଥିଲେ। ନିକଟରେ ୨ଦିନ ତଳେ ଏହା ପରିସରରେ ଥିବା ବଉଳମାଳିଆ ପଥରରେ ନିର୍ମିତ ଅଶୋକଚକ୍ରକୁ ମଧ୍ୟ କେହି ଭାଙ୍ଗିଦେଇଛନ୍ତି। ସ୍ଥାନୀୟ ପ୍ରଶାସନିକ ଅଧିକାରୀ ଏହାକୁ ନେଇ ନୀରବଦ୍ରଷ୍ଟା ସାଜିଥିବାରୁ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।
ସୁନାମୁହିଁ ପରିବେଶ ପର୍ଯ୍ୟଟନସ୍ଥଳୀର ଉନ୍ନତୀକରଣ ଓ ସୌନ୍ଦର୍ଯ୍ୟକରଣ ନିମନ୍ତେ ରାଜ୍ୟ ସରକାର ଖଣ୍ଡପଡା କ୍ଷୁଦ୍ର ଜଳସେଚନ ବିଭାଗ ମାଧ୍ୟମରେ କୋଟି କୋଟି ଟଙ୍କା ବ୍ୟୟ କରିଛନ୍ତି । ଗତ ୫ବର୍ଷ ମଧ୍ୟରେ ଏଠାରେ ଅନେକ ଉନ୍ନୟନମୂଳକ କାର୍ଯ୍ୟ କରାଯାଇଛି। ପର୍ଯ୍ୟଟକଙ୍କ ନିମନ୍ତେ ବିଭିନ୍ନ ପ୍ରକାର ଦୋଳି ଓ ଖେଳନା ସାମଗ୍ରୀ ସହ ଶାରୀରିକ ବ୍ୟାୟାମ କରିବା ପାଇଁ ମୂଲ୍ୟବାନ ଉପକରଣ ସ୍ଥାପନ କରାଯାଇଛି । ମାତ୍ର ସୁରକ୍ଷା ବ୍ୟବସ୍ଥା ନ ଥିବାରୁ ଅସାମାଜିକ ତଥା ନିଶାଖୋର ବ୍ୟକ୍ତିଙ୍କ ଆଡ୍ଡାସ୍ଥଳୀ ପାଲଟିଛି। ପୋଲିସ ପ୍ରଶାସନ କିମ୍ବା ଏନ୍‌ଏସି କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ନ ନେବା ପରିତାପର ବିଷୟ। ଏନ୍‌ଏସି ଦାୟିତ୍ୱରେ ଥିବା ଅତିରିକ୍ତ ଜିଲାପାଳ ସର୍ବୋପରି ନୟାଗଡ ଜିଲାପାଳ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି। ଏ ସମ୍ପର୍କରେ ଖଣ୍ଡପଡାର ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକଙ୍କ ପ୍ରତିକ୍ରିୟା ନେବାରୁ ସେ କହିଥିଲେ, ଖଣ୍ଡପଡାରେ ଏଭଳି ଏକ ପର୍ଯ୍ୟଟନସ୍ଥଳୀ ତିଆରି କରାଯାଇଥିଲା ଯେଉଁଠିକୁ ପ୍ରତ୍ୟହ ହଜାର ହଜାର ପର୍ଯ୍ୟଟକ ଆସୁଥିଲେ । କିନ୍ତୁ କେତେକ ଖଳ ପ୍ରକୃତିର ଲୋକଙ୍କ ଏପରି କାର୍ଯ୍ୟ ସେମାନଙ୍କ ମନରେ ଗଭୀର ଆଘାତ ଦେଇଛି । ଏହାର ସୁରକ୍ଷା ପାଇଁ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଓ କ୍ଷୁଦ୍ର ଜଳସେଚନ ବିଭାଗ ନିର୍ବାହୀଯନ୍ତ୍ରୀଙ୍କ ସହ ଆଲୋଚନା କରାଯାଇଥିଲା। ଏପରି କି ଏନ୍‌ଏସି କର୍ତ୍ତୃପକ୍ଷଙ୍କୁ ରକ୍ଷଣାବେକ୍ଷଣ ପାଇଁ ଅନୁରୋଧ କରାଯାଇଥିଲା। ଏନ୍‌ଏସି ପକ୍ଷରୁ ଯଦି ଏହି ଦାୟିତ୍ୱ ନିଆଯାଆନ୍ତା ତେବେ ଆଗାମୀ ଦିନରେ ଏହା ଏକ ରାଜ୍ୟସ୍ତରୀୟ ପର୍ଯ୍ୟଟନସ୍ଥଳୀରେ ପରିଣତ ହୋଇପାରନ୍ତା। ଏଠାରେ ପ୍ରାୟ ୨କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ବେଳେ ଆଉ ୩କୋଟି ଟଙ୍କା ପର୍ଯ୍ୟଟନ ବିଭାଗ ପକ୍ଷରୁ ମଞ୍ଜୁର ହୋଇରହିଛି। କିନ୍ତୁ ପ୍ରଶାସନିକ ଅବହେଳା ବିଶେଷ କରି ଏନ୍‌ଏସି କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ଏହି ପ୍ରକଳ୍ପ ନଷ୍ଟ ହେବାକୁ ବସିଛି । ଏହି ପରିପ୍ରେକ୍ଷୀରେ ଖଣ୍ଡପଡାବାସୀ ଏକାଠି ହୋଇ ଏହା ବିରୋଧରେ ସ୍ବର ଉଠାଇବା ଜରୁରୀ ବୋଲି ପଟ୍ଟନାୟକ ମତପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟକେନ୍ଦ୍ର ଉଦ୍‌ଘାଟନ କଲେ ଏମ୍‌ପି-ବିଧାୟକ, ପ୍ରତିଶ୍ରୁତି ଦେଇ କହିଲେ ଖୁବ୍‌ଶୀଘ୍ର ଜିଲାରେ ପ୍ରତିଷ୍ଠା ହେବାକୁ ଯାଉଛି…

ମହାକାଳପଡ଼ା,୨୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଉପକୂଳବର୍ତ୍ତୀ ନଦୀନାଳ ଘେରା ବତୀଘର ପଞ୍ଚାୟତରେ ଏକ ନୂତନ ସ୍ୱାସ୍ଥ୍ୟକେନ୍ଦ୍ରକୁ ଏମ୍‌ପି ବୈଜୟନ୍ତ ପଣ୍ଡା ଓ ମହାକାଳପଡ଼ା ବିଧାୟକ ଡ.…

ଏହି ୪ ଗୁଣ ଥିଲେ ମଣିଷ ହୋଇଥାଏ ଭାଗ୍ୟଶାଳୀ, ମିଳିଥାଏ ଗୋଟିଏ ପରେ ଗୋଟିଏ ସଫଳତା

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିଶାସ୍ତ୍ରରେ ଏପରି କିଛି ବିଶେଷ ଗୁଣ ସମ୍ବନ୍ଧରେ ବର୍ଣ୍ଣନା କରାଯାଇଛି, ଯାହା ଜଣେ ବ୍ୟକ୍ତିକୁ ଜୀବନରେ ସଫଳତା ଏବଂ ପ୍ରସିଦ୍ଧି ଆଣିଦେଇଥାଏ। ଏହି ଗୁଣଗୁଡ଼ିକ…

ନଦୀପଠା ଜମିରେ ବିଲ୍ଡରଙ୍କ ଆଖି: ଏନ୍‌ଜିଟି ନିର୍ଦ୍ଦେଶ ସମ୍ପର୍କରେ ଅବଗତ ନାହିଁ ରାଜସ୍ୱ ବିଭାଗ

କଟକ ସଦର, ୨୫ା୧୦ (ସୁଶାନ୍ତ କୁମାର ଜେନା): ୨୦୨୨ ମସିହାରେ କଟକ ଜିଲା କିଶନନଗର ତହସିଲ ଅନ୍ତର୍ଗତ ରଟିଲୋ ଗ୍ରାମରେ ମହାନଦୀ ପଠାରେ ଥିବା ଏକ ହନୁମାନ…

ନ୍ୟୁଜିଲାଣ୍ଡକୁ ହରାଇବା ପରେ ଏହି ୩ ଖେଳାଳିଙ୍କ ଫ୍ୟାନ୍‌ ହେଲେ ଗମ୍ଭୀର, କଲେ ସ୍ପେଶାଲ ପୋଷ୍ଟ, ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ, ୨୫।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ବିଜୟ ପରେ ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଖେଳାଳିଙ୍କ ପ୍ରଶଂସାରେ ଏକ ସ୍ବତନ୍ତ୍ର…

କୋଟିଆରେ ଆନ୍ଧ୍ର ପୋଲିସକୁ କୋରାପୁଟ ବିଧାୟକଙ୍କ ବିରୋଧ: ‘ଆବଶ୍ୟକ ପଡ଼ିଲେ ଓଡ଼ିଶାର ଅନୁମତି ନେଇ ଆସ

ପଟ୍ଟାଙ୍ଗି, ୨୫ା୧୦ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ଦିନକୁ ଦିନ ସ୍ଥିତି ଜଟିଳ ହେବାରେ ଲାଗିଛି। ଏପରି…

ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା: ୨୮ରେ ଆନ୍ଧ୍ର ଉପକୂଳ ଛୁଇଁବା ଆଶଙ୍କା

ଭୁବନେଶ୍ୱର, ୨୫।୧୦ : ବଙ୍ଗୋପସାଗରରେ ସୃଷ୍ଟ ଅବପାତ କ୍ରମଶଃ ଘନୀଭୂତ ହେଉଛି। ଏହା ଶକ୍ତିଶାଳୀ ହୋଇ ଗଭୀର ଅବପାତ ଏବଂ ପରେ ଘୂର୍ଣ୍ଣିବାତ୍ୟାର ରୂପ ନେବାର ଆଶଙ୍କା…

ନବୀନଙ୍କୁ ଭେଟି ଆଶୀର୍ବାଦ ନେଲେ ବାୟାବାବା କଲେଜ ଛାତ୍ର ସଂସଦ ପ୍ରତିନିଧି , ସୁଜାତାଙ୍କ ସହ ସାକ୍ଷାତ କରି…

ମହାକାଳପଡ଼ା/କେନ୍ଦ୍ରାପଡ଼ା, ୨୫ା୧୦ (ପ୍ରତାପ ଚନ୍ଦ୍ର ସ୍ବାଇଁ/ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାକପଡ଼ା ବ୍ଲକ ବାୟାବାବା କଲେଜ ଛାତ୍ର ସଂସଦ ନିର୍ବାଚନରେ ନିର୍ବାଚିତ ପ୍ରାର୍ଥୀମାନେ ଶନିବାର ନବୀନ ନିବାସରେ…

ଗଛରେ କଣ୍ଟା ପିଟି ବିଜ୍ଞାପନ, ନିରବ ବନ ବିଭାଗ: ବେଧଡ଼କ ଗଛରେ ପୋଷ୍ଟର, ବିପଦରେ ବୃକ୍ଷର ସୁରକ୍ଷା

ଦାରିଙ୍ଗବାଡ଼ି, ୨୫।୧୦ (ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବନାଞ୍ଚଳରେ ଜଙ୍ଗଲ ଓ ଗାଁ ମଧ୍ୟରେ ଥିବା ମୂଲ୍ୟବାନ ବୃକ୍ଷଗୁଡ଼ିକ ଏବେ ଅସୁରକ୍ଷିତ ହୋଇପଡ଼ିଛି। ଗଛରେ କଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?