ପରିବେଶ ରକ୍ଷା ଲାଗି ସଚେତନତା ଉପରେ ଗୁରୁତ୍ୱ : ନୀଳଗିରି ଏନଏସିକୁ ମଡ଼େଲ୍‌ ଭାବେ ଗ୍ରହଣ

ବାଲେଶ୍ୱର ଅଫିସ, ୮।୬-ବାଲେଶ୍ୱର ଜିଲା ବର୍ଜ୍ୟବସ୍ତୁ ପରିଚାଳନା କମିଟିର ବର୍ଜ୍ୟବସ୍ତୁ ପରିଚାଳନା ସମ୍ପର୍କିତ ଏକ ବୈଠକ ଜିଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ ଶୁକ୍ର୍ରବାର ଅନୁଷ୍ଠିତ ହୋଇଯାଇଛି ା ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ତ୍ରିଲୋଚନ ପ୍ରଧାନ ଏଥିରେ ଅଧ୍ୟକ୍ଷତା କରିବା ସହ ପରିବେଶ ସୁରକ୍ଷା ପାଇଁ ବର୍ଜ୍ୟବସ୍ତୁ ପରିଚାଳନାର ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ। ବିଶେଷ କରି ପ୍ରତ୍ୟେକ ପରିବାରରୁ ବାହାରୁଥିବା ପରିବାଚୋପା, ଅଇଁଠା ଖାଦ୍ୟ, ପଲିଥିନ ପଭୃତି ବର୍ଜ୍ୟବସ୍ତୁକୁ ଠିକ୍‌ ଭାବେ ପରିଚାଳନା ପାଇଁ ଜନସଚେତନତା ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ବର୍ଜ୍ୟବସ୍ତୁ ପରିଚାଳନା ପ୍ରକ୍ରିୟାକୁ ସମସ୍ତ ଅଞ୍ଚଳରେ ବ୍ୟାପକ କରିବା ପାଇଁ ସେମାନେ ପରାମର୍ଶ ଦେଇଥିଲେ। ସମସ୍ତ ଗ୍ରାମାଞ୍ଚଳ ସହିତ ପୌରାଞ୍ଚଳରେ ଏ ସମ୍ପର୍କରେ ନାଗରିକମାନଙ୍କୁ ସଚେତନ କରାଯାଇ ଠିକ୍‌ ଭାବେ ବର୍ଜ୍ୟବସ୍ତୁ ପରିଚାଳନା ପରେ ସେଥିରୁ ଜୈବିକ ସାର ପ୍ରସ୍ତୁତ ହୋଇ କୃଷି କ୍ଷେତ୍ରରେ ବ୍ୟବହାର ହୋଇପାରିବା ଉପରେ ଗୁରୁତ୍ୱ ପ୍ରକାଶ କରିବା ସହ ନୀଳଗିରି ବିଜ୍ଞାପିତ ଅଞ୍ଚଳକୁ ମଡ଼େଲ୍‌ ଭାବରେ ଗ୍ରହଣ କରାଯିବା ପାଇଁ ନିଷ୍ପତ୍ତି ହୋଇଥିବା ପ୍ରକାଶ କରିଥିଲେ।
ଅନ୍ୟମାନଙ୍କ ମଧ୍ୟରେ ବାଲେଶ୍ୱର ଉପଜିଲାପାଳ ନୀଲୁ ମହାପାତ୍ର, ସଦର ତହସିଲଦାର ପଞ୍ଚାନନ ପାତ୍ର, ସୋର ତହସିଲଦାର ଦେବୀପ୍ରସାଦ ଦାସ, ନୀଳଗିରି ତହସିଲଦାର ସୁଶ୍ରୀତା ଟୁଡୁ, ଜିଲା ଜଳ ଓ ପରିମଳ ମିଶନ କାର୍ଯ୍ୟନିବାହୀ ଯନ୍ତ୍ରୀ ସୁରେଶ ଚନ୍ଦ୍ର ରାଉତ, ବାଲେଶ୍ୱର ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ଡ. ଚିତ୍ରସେନ ରାଉତ, ସୋର ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଏସ୍‌.ଏନ୍‌. ଦଣ୍ଡସେନା, ଜଳେଶ୍ୱର ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ହୃଷିକେଶ ପାଣି ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ପ୍ରତ୍ୟେକ ସହରାଞ୍ଚଳରେ ସଫେଇ କର୍ମଚାରୀଙ୍କୁ ପ୍ରଶିକ୍ଷଣ ପ୍ରଦାନ କରାଯିବା ସହ ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ଜନସଚେତନତା ସୃଷ୍ଟି ନିମନ୍ତେ ବୈଠକରେ ନିଷ୍ପତ୍ତି ନିଆଯାଇଛି। ପ୍ରତ୍ୟେକ ୱାର୍ଡ଼ରେ ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କ ମାଧ୍ୟମରେ ମଧ୍ୟ ବ୍ୟାପକ କରିବା ପାଇଁ ସ୍ଥିର କରାଯାଇଥିଲା। ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ସହର ଉପକଣ୍ଠରେ ଗାରବେଜ ପିଟ୍‌ ଅତିଶୀଘ୍ର ନିର୍ମାଣ ହେବ। ଆଗାମୀ ଦିନରେ ସମଗ୍ର ଜିଲାର ବର୍ଜ୍ୟବସ୍ତୁ ପରିଚାଳନା ପାଇଁ କମଟିର ବୈଠକ ପ୍ରତ୍ୟେକ ୧୫ଦିନରେ ଅନୁଷ୍ଠିତ ହେବ ବୋଲି କୁହାଯାଇଥିଲା।

୧-ବାଲେଶ୍ୱର-ଶୁକ୍ରବାର- ବର୍ଜ୍ୟବସ୍ତୁ ପରିଚାଳନା କମିଟିର ବୈଠକ ଅନୁଷ୍ଠିତ।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ମୁହାଁମୁହିଁ ଧକ୍କା ହୋଇ ବିଳମ୍ବିତ ରାତିରେ ଜଳିଲା ୨ଟି ଟ୍ରକ୍‌, ଦୁଇ ଗୁରୁତର ହସ୍ପିଟାଲରେ ଭର୍ତ୍ତି

ବସ୍ତା, ୧୪।୨(ହରି ଶଙ୍କର ପାଢ଼ୀ) : ବିଳମ୍ବିତ ରାତିରେ ୧୬ ନଂ ଜାତୀୟ ରାଜପଥରେ ଧକ୍କା ଲାଗି ଜଳିଗଲା ଦୁଇଟି ଟ୍ରକ୍‌। ଗୁରୁତର ଆହତ ଅବସ୍ଥାରେ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri