ପରିବେଶ ସୁରକ୍ଷା, ବୃକ୍ଷ ରୋପଣ ପାଇଁ ଶପଥ ନେଲେ ଛାତ୍ରୀଛାତ୍ର

ମାଲକାନଗିରି, ୫।୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମା କେନ୍ଦ୍ରୀୟ ବିଦ୍ୟାଳୟ ପରିସରରେ ଶୁକ୍ରବାର ଛାତ୍ରୀଛାତ୍ର, ଅଧ୍ୟାପକ, ଅଧ୍ୟାପିକା, ଏନସିସି କ୍ୟାଡେଟ, ଆମ ଜଙ୍ଗଲ ଯୋଜନାର କର୍ମକର୍ତ୍ତା, ବନ ବିଭାଗ କର୍ମଚାରୀ ପ୍ରମୁଖ ବୃକ୍ଷ ରୋପଣ ଓ ପରିବେଶକୁ ଗୁରୁତ୍ୱ ଦେଇ ଶୁକ୍ରବାର ଶପଥ ନେଇଛନ୍ତି। ଏହି ଅବସରରେ ମାଲକାନଗିରି ସଦର ବନାଞ୍ଚଳ ଅଧିକାରୀ ବାସୁଦେବ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମାଲକାନଗିରି ଖଣ୍ଡୀୟ ବନାଧିକାରୀ ପ୍ରଦୀପ ଦେବଦାଶ ମୀରାଶ, କେନ୍ଦ୍ରୀୟ ବିଦ୍ୟାଳୟର ଅଧ୍ୟକ୍ଷ ବିଜୟକେତନ ପ୍ରଧାନ, ସହକାରୀ ବନ ସଂରକ୍ଷକ ଶ୍ରୀକାନ୍ତ ନାୟକ, ସହକାରୀ ବନ ସଂରକ୍ଷକ ଜଗଦୀଶ ପଟ୍ଟନାୟକ ପ୍ରମୁଖ ଯୋଗଦେଇ ୭୦ତମ ବନ ମହୋତ୍ସବ ସପ୍ତାହ ପାଳନର ଉଦ୍ଦେଶ୍ୟ ଓ ବୃକ୍ଷ ରୋପଣ ଦ୍ୱାରା ପରିବେଶ ସହ ସମସ୍ୟା ଏବଂ ଆଗାମୀ ପିଢ଼ିଙ୍କ ପାଇଁ ପ୍ରାକୃତିକ ଅମ୍ଳଜାନ ସମ୍ବନ୍ଧରେ ବକ୍ତବ୍ୟ ପ୍ରଦାନ କରିଥିଲେ। ଡିଏଫ୍‌ଓ ପ୍ରଦୀପ ଦେବଦାଶ ମୀରାଶ ଉପସ୍ଥିତ ଛାତ୍ରୀଛାତ୍ର, ବୁଦ୍ଧିଜୀବୀ, ଅଧ୍ୟାପକ ଅଧ୍ୟାପିକା, ଆମ ଜଙ୍ଗଲ ଯୋଜନାର କର୍ମକର୍ତ୍ତା, ବନ କର୍ମଚାରୀ ଏବଂ ଉପସ୍ଥିତ ଗଣମାଧ୍ୟମ ପ୍ରତିନିଧିଙ୍କୁ ବୃକ୍ଷରୋପଣ ସମ୍ବନ୍ଧରେ ଶପଥ ପାଠ କରାଇଥିଲେ ା ପରେ ବିଦ୍ୟାଳୟ ପରିସରରେ ସାମୂହିକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟଲଣା ଘାଟିରେ ଓଲଟିଲା ପିକ୍ଅପ୍, ୮ ଶ୍ରମିକ….

ଗୁଣପୁର,୨୧।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକର ପୁଟାସିଂ ଥାନା ଅନ୍ତର୍ଗତ ଟଲଣା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ଶ୍ରମିକ ବୋଝୋଇ…

ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….

ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri