ପରୀକ୍ଷାରୁ ବଞ୍ଚିତ ୨୫ ଛାତ୍ରୀଛାତ୍ର

ବାରିପଦା ଅଫିସ/ ଚିତ୍ରଡ଼ା,୨୦ା୨(ଡି.ଏନ୍‌.ଏ.)- ଚଳିତ ବର୍ଷର ମାଟ୍ରିକ୍‌ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହୋଇଛି। ମୟୂରଭଞ୍ଜ ଜିଲାର ୧୮୦ଟି କେନ୍ଦ୍ରରେ ୩୭୧୩୬ ପରୀକ୍ଷାର୍ଥୀ ପରୀକ୍ଷା ଦେବାକୁ ଥିବା ବେଳେ ସେମାନଙ୍କ ମଧ୍ୟରୁ ୩୫୪୩୫ ଜଣ ପ୍ରଥମ ଭାଷା ପରୀକ୍ଷା ଦେଇଥିଲେ। ୧୭୦୧ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ। କିଛି ଛାତ୍ରୀଛାତ୍ରଙ୍କୁ ଛାଡ଼ି ଦେଲେ ସବୁଠି ଉପସ୍ଥାନ ଶତପ୍ରତିଶତ ରହିଥିବା ଜଣାପଡ଼ିଛି। ଅଧିକାଂଶ କେନ୍ଦ୍ରରେ ଶାନ୍ତିଶୃଙ୍ଖଳାର ସହିତ ପରୀକ୍ଷା ହୋଇଥିବା ବେଳେ ଜିଲାର ମୋରଡ଼ା ବ୍ଳକ ଅଧୀନ ଦ୍ୱାରିକାନାଥ ନୂତନ ସରକାରୀ ଉଚ୍ଚ ବିଦ୍ୟାଳୟରେ ଅବ୍ୟବସ୍ଥା ଦେଖିବାକୁ ମିଳିଥିଲା। ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ପାଇଁ ଉକ୍ତ କେନ୍ଦ୍ରରେ ୨୩୮ ପରୀକ୍ଷାର୍ଥୀ ପରୀକ୍ଷା ଦେବାକୁ ଥିବା ବେଳେ ୨୫ ଜଣ ପରୀକ୍ଷା ଦେଇ ପାରି ନ ଥିଲେ। ଇଂରାଜୀ ବଦଳରେ ପ୍ୟାକେଟରୁ ଓଡ଼ିଆ ପ୍ରଶ୍ନପତ୍ର ବାହାରିବାରୁ ସେମାନେ ପରୀକ୍ଷା ଦେବାରୁ ବଞ୍ଚିତ ହୋଇଥିଲେ। ଉଲ୍ଲେଖଯୋଗ୍ୟ ଯେ, ରେଗୁଲାର ଓ ଏକ୍ସରେଗୁଲାର ପିଲାମାନଙ୍କ ବୁଧବାର ଓଡ଼ିଆ ପରୀକ୍ଷା ଥିବା ବେଳେ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପିଲାମାନଙ୍କର ଇଂରାଜୀ ବିଷୟ ପରୀକ୍ଷା ଥିଲା। ଅପରାହ୍ନ ୧ଟା ୩୦ରେ ଏମାନଙ୍କ ପରୀକ୍ଷା ଆରମ୍ଭ ହୋଇଥିଲା। ଗୋଟିଏ ଶ୍ରେଣୀରେ ବସିଥିବା ପରୀକ୍ଷାର୍ଥୀଙ୍କ ପ୍ରଶ୍ନପତ୍ର ପ୍ୟାକେଟ ଖୋଲିବାରୁ ଇଂରାଜୀ ବଦଳରେ ଓଡ଼ିଆ ପ୍ରଶ୍ନପତ୍ର ବାହାରିଥିଲା। ଫଳରେ ୨୫ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବାରୁ ବଞ୍ଚିତ ହୋଇଥିଲେ। ପରେ କେନ୍ଦ୍ର ବାହାରକୁ ଆସି ଫାଟକ ସମ୍ମୁଖରେ ବସି ବୋର୍ଡ଼ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତା ଯୋଗୁଁ ସେମାନେ ପରୀକ୍ଷା ଦେବାରୁ ବଞ୍ଚିତ ହୋଇଥିବା ପ୍ରକାଶ କରିଥିଲେ। ଏ ନେଇ ପରୀକ୍ଷା କେନ୍ଦ୍ର ଦାୟିତ୍ୱରେ ଥିବା ଅଧୀକ୍ଷକ ତଥା ପ୍ରଧାନ ଶିକ୍ଷକ ମୁରଲୀଧର ବାରିକଙ୍କୁ ପଚାରିବାରୁ ପ୍ରଶ୍ନପତ୍ର ବୋର୍ଡରୁ ସେହିଭଳି ଆସିଥିଲା, ଆମେ କ’ଣ କରିପାରିବୁ ବୋଲି କହିଛନ୍ତି। ଦେଖାଯାଉ ଏହି ଗୁରୁତର ତ୍ରୁଟିକୁ ଗଣଶିକ୍ଷା ବିଭାଗ କିପରି ସୁଧାରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri