ପରୀକ୍ଷା କେନ୍ଦ୍ରରୁ କ୍ୟାମେରା, ହାର୍ଡଡିକ୍ସ ଚୋରି

ବରୀ,୨୭।୨(ସ୍ବ.ପ୍ର)- ଯାଜପୁର ଜିଲା ବରୀ ବ୍ଲକ ଅଧୀନ କଳାମାଟିଆ ପଞ୍ଚାୟତ କାଇପଡ଼ା ହାଇସ୍କୁଲ ମାଟ୍ରିକ ପରୀକ୍ଷା କେନ୍ଦ୍ରରୁ କ୍ୟାମେରା ଓ ହାର୍ଡଡିକ୍ସ ଚୋରି ହୋଇଯାଇଥିବା ନେଇ ବରୀ ଥାନାରେ ବୁଧବାର ଅଭିଯୋଗ ହୋଇଛି। ବରୀ ପୋଲିସ ପକ୍ଷରୁ ମାମଲା (ନଂ.୫୨/୨୦୨୦) ରୁଜୁ କରାଯାଇ ତଦନ୍ତ କରାଯାଉଛି। ଗୁରୁବାର ସୁଦ୍ଧା ଚୋରକୁ ପୋଲିସ ଠାବ କରି ପାରି ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଜଣାଯାଇଛି ଯେ, ଚଳିତ ମାଟ୍ରିକ ପରୀକ୍ଷାରେ ବରୀ ନୋଡାଲ କୃପାସିନ୍ଧୁ ବିଦ୍ୟାଭବନ ଅଧୀନରେ ବରୀ ଓ ବଡ଼ଚଣାର ୧୫ଟି ପରୀକ୍ଷାକେନ୍ଦ୍ର ରହିଛି। ଏହିସବୁ ପରୀକ୍ଷା କେନ୍ଦ୍ରରେ ୨୫୦୫ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବାର ବ୍ୟବସ୍ଥା ରହିଥିଲାବେଳେ ବୁଧବାର ମୋଟ ୬୪ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିବାବେଳେ କାଇପଡା ହାଇସ୍କୁଲ ପରୀକ୍ଷା କେନ୍ଦ୍ରରେ ଜଣେ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିବା ଜଣାପଡିଛି। ତେବେ କାଇପଡା ହାଇସ୍କୁଲ ପରୀକ୍ଷା କେନ୍ଦ୍ରରୁ ଗୋଟିଏ କ୍ୟାମେରା ଓ ହାର୍ଡଡିକ୍ସ ଚୋରି ହୋଇଥିବାବେଳେ ଏହି ପରୀକ୍ଷା କେନ୍ଦ୍ରର ୭ଟି ଆଲମିରାକୁ ଚୋର ଭାଙ୍ଗି ଦେଇଥିବା ପରୀକ୍ଷା କେନ୍ଦ୍ରର ସୁପରିଟେଣ୍ଡେଣ୍ଟ ତଥା ପ୍ରଧାନ ଶିକ୍ଷକ ସୁରେନ୍ଦ୍ର ମଲ୍ଲିକ ଅଭିଯୋଗରେ ଦର୍ଶାଇଛନ୍ତି। ଏଥିସହିତ ବ୍ଲକ ଶିକ୍ଷାଧିକାରୀ, ଜିଲା ଶିକ୍ଷାଧିକାରୀ, ବିଡିଓଙ୍କ ନିକଟରେ ପ୍ରଧାନ ଶିକ୍ଷକ ମଲ୍ଲିକ ଚୋରି ସଂକ୍ରାନ୍ତରେ ଅଭିଯୋଗ କରିଛନ୍ତି। ବୁଧବାର ଫ୍ଲାଇଂ ସ୍କ୍ବାର୍ଡ ନଂ ୧୦୦୮ ଦ୍ୱାରା ଏହି କେନ୍ଦ୍ରରେ ପରୀକ୍ଷା ପରିଚାଳିତ ହୋଇଯାଇଛି। ଫ୍ଲାଇଂ ସ୍କ୍ବାର୍ଡ ଟିମ୍‌ରେ ବରୀ ବ୍ଲକ ଶିକ୍ଷାଧିକାରୀ ଅଭୟ କୁମାର ବେହେରା, ଧର୍ମଶାଳା ଶିକ୍ଷାଧିକାରୀ ପ୍ରଫୁଲ ବେହେରା, ଜିଲା ବିଜ୍ଞାନ ସୁପରଭାଇଜର ବିଷ୍ଣୁଚରଣ ପଣ୍ଡା ପରୀକ୍ଷା ପରିଚାଳନା କରିଥିଲେ। ଭାରପ୍ରାପ୍ତ ବିଡିଓ ଶାଶ୍ୱତ କୁମାର ଜେନା ଏହି ପରୀକ୍ଷା କେନ୍ଦ୍ରରେ ପହଞ୍ଚତ୍ ପରୀକ୍ଷା ପରିଚାଳନାରେ ସହଯୋଗ କରିଥିଲେ। ଅପରପକ୍ଷରେ ଚୋରି ଘଟଣାର ତଦନ୍ତ କରାଯାଉଛି। ଖୁବ୍‌ଶୀଘ୍ର ଚୋର ଧରାପଡିବ ବୋଲି ଥାନାଧିକାରୀ ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…

ଗୁଡାରିରେ କଡ଼ାକଡ଼ି ଗାଡ଼ି ଯାଞ୍ଚ: ୭ ହଜାର ଟଙ୍କାର ଚାଲାଣ କାଟିଲା…

ଗୁଡାରି, ୧୧।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ପୋଲିସ ସୁପରିଣ୍ଟେଣ୍ଡେଣ୍ଟ (ଏସ୍‌ପି) ରାଜ ପ୍ରସାଦଙ୍କ ନିର୍ଦ୍ଦେଶକ୍ରମେ ଗୁଡାରି ଥାନା ଅଧିକାରିଣୀ ବିଶ୍ୱବନ୍ଦିନୀ ବାଗଙ୍କ ନେତୃତ୍ୱରେ ଶନିବାର…

ରାଜନୈତିକ ରାଲିରେ ସ୍କୁଲ ଛାତ୍ରୀଛାତ୍ରଙ୍କ ସାମିଲ: ୭ ଦିନ ମଧ୍ୟରେ ଜବାବ ତଲବ

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଆୟୋଜିତ ଏକ ରାଜନୈତିକ ପ୍ରତିବାଦ ସଭାରେ ସ୍କୁଲ ସମୟରେ ନାବାଳକ ଓ ନାବାଳିକା ଛାତ୍ରୀଛାତ୍ରଙ୍କୁ ସାମିଲ କରାଯାଇଥିବା…

ରାତିରେ ମହିଳାଙ୍କ ଘରେ ପ୍ରବେଶ କରୁଥିଲେଏଏସଆଇ: ଧରିପକାଇ ପିଟିଦେଇଗଲେ ଲୋକେ, ଭିଡିଓ ଭାଇରାଲ୍

ନୟାଗଡ, ୧୧।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ରଣପୁର ଥାନା ଅଞ୍ଚଳରେ ଜଣେ ଏଏସଆଇଙ୍କୁ ଅଟକ ରଖି ମାଡ଼ ମରାଯିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

କୋରାପୁଟର ଜ୍ୟୋତିରେଖାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା, କହିଲେ ଆର୍ଥିକ ବିକାଶରେ…

ଜୟପୁର,୧୧ା୭(ଅମିତାଭ ବେହେରା): ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ସକ୍ରିୟ ଅଂଶଗ୍ରହଣ ଓ ଗଠନମୂଳକ ପରାମର୍ଶ ପାଇଁ ଜିଲାସ୍ତରୀୟ ମହାସଂଘର ସଭାପତି ଜ୍ୟୋତିରେଖା ଚେଟ୍ଟୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

ଗୁଡ଼ାରୀକୁ ରେଳପଥ ସଂଯୋଗ ପାଇଁ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ଏମ୍‌ପି, ଗୋପାଳପୁର-ରାୟଗଡ଼ା…

ଗୁଡ଼ାରୀ,୧୧ା୭(ପ୍ରମୋଦ କୁମାର ପତି): କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା ଗୋପାଳପୁର-ରାୟଗଡ଼ା ପ୍ରସ୍ତାବିତ ନୂତନ ରେଳପଥର ଫାଇନାଲ ଲୋକେଶନ ସର୍ଭେ(FLS)ରେ ସାମାନ୍ୟ ପରିବର୍ତ୍ତନ କରି ଗୁଡ଼ାରୀକୁ ରେଳ ସଂଯୋଗ…

ରାତିଅଧରେ ଏଟିଏମ୍‌ ତାଡ଼ି ଥାର୍‌ ଗାଡ଼ିରେ ବାନ୍ଧି ନେଉଥିଲେ ଦୁର୍ବୃତ୍ତ, ଭୁକିଲା କୁକୁର, ଆଉ ତା’ ପରେ…

ଖଇରା,୧୧ା୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ ତୁଡ଼ିଗଡିଆ ବଜାରରେ ଥିବା ଇଣ୍ଡିଆ -୧ ଏଟିଏମ୍‌ ମେଶିନ ତାଡ଼ି ଦୃବୁର୍ତ୍ତମାନେ ଥାର୍‌ ଗାଡ଼ି ପଛରେ ବାନ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri