‘ପରୀକ୍ଷା ପେ ଚର୍ଚ୍ଚା’ରେ ଭାଗନେବେ ସାଇଦତ୍ତ

ଅନୁଗୋଳ ଅଫିସ, ୬।୧: ଜାନୁୟାରୀ ୨୦ରେ ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମରେ ଭାଗନେବାକୁ ମନୋନୀତ ହୋଇଛନ୍ତି ଅନୁଗୋଳର ଛାତ୍ର ସାଇଦତ୍ତ ବିଗ୍ନେଶ। ଓଡ଼ିଶାରୁ ମନୋନୀତ ହୋଇଥିବା ୨୮ଜଣଙ୍କ ଭିତରେ ସ୍ଥାନ ପକ୍କା କରି ସେ ଜିଲା ପାଇଁ ଆଣିଛନ୍ତି ଗୌରବ। ଏ ନେଇ ଜିଲା ଶିକ୍ଷାଧିକାରୀଙ୍କ ନିକଟକୁ ଚିଠି ଆସି ପହଞ୍ଚତ୍ଛି। ଏହାପରେ ସାଇଦତ୍ତଙ୍କ ପାଖକୁ ଶୁଭେଚ୍ଛାର ସୁଅ ଛୁଟିଛି।
ଅନୁଗୋଳ କେନ୍ଦ୍ରୀୟ ବିଦ୍ୟାଳୟର ଏକାଦଶ ବିଜ୍ଞାନ ଶ୍ରେଣୀର ଛାତ୍ର ହେଉଛନ୍ତି ସାଇଦତ୍ତ। ବୋର୍ଡ ପରୀକ୍ଷାରେ କିଭଳି ଭଲ ମାର୍କ ରଖିହେବ ସେ ସମ୍ପର୍କରେ ସାଇଦତ୍ତ ପ୍ରଶ୍ନ କରିଥିଲେ। ଓଡ଼ିଶାରୁ ଚୟନ ହୋଇଥିବା ୨୮ଜଣଙ୍କ ଭିତରେ ତାଙ୍କ ପ୍ରଶ୍ନ ଏକ ନମ୍ବରରେ ରହିଛି। ଏହା ହିଁ ତାଙ୍କୁ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମରେ ଭାଗ ନେବାକୁ ରାସ୍ତା କଢ଼ାଇଥିବା କୁହାଯାଉଛି। ଦିଲ୍ଲୀର ତାଲକୋଟ୍ରା ଷ୍ଟାଡ଼ିୟମରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେବ।
ସୂଚନାଯୋଗ୍ୟ, ଡିସେମ୍ବର ୭ରୁ ୨୩ ତାରିଖ ଯାଏ ସାରା ଦେଶରେ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଅନ୍‌ଲାଇନ୍‌ରେ ପରୀକ୍ଷା ହୋଇଥିଲା। ଏଥିରେ ନବମରୁ ଦ୍ୱାଦଶ ଛାତ୍ରୀଛାତ୍ରମାନେ ଅଂଶଗ୍ରହଣ କରିଥିଲେ। ଆଶାୟୀମାନେ ନାମ ରେଜିଷ୍ଟ୍ରେଶନ କରିବା ସହ କମ୍ପ୍ୟୁଟରରେ ଅନ୍‌ଲାଇନ୍‌ ପରୀକ୍ଷା ଦେଇଥିଲେ। ଏଥିରେ ୫ଟି ବିଷୟରେ ପ୍ରଶ୍ନ ପଚରା ଯାଇଥିଲା। ରେଜିଷ୍ଟ୍ରେଶନ୍‌ କରିଥିବା ଛାତ୍ରୀଛାତ୍ରଙ୍କ ପ୍ରଶ୍ନ ଲକି ଡ୍ର ମାଧ୍ୟମରେ ଉଠାଣ ହୋଇଥିଲା। ଏଥିରେ ସାଇଦତ୍ତ ଚୟନ ହୋଇଛନ୍ତି। ବିଦ୍ୟାଳୟରୁ ମୋଟ ୭୫ ଛାତ୍ରୀଛାତ୍ର ଅଂଶଗ୍ରହଣ କରିଥିବା କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ସାଇଦତ୍ତଙ୍କ ବାପା ବିଜୟ କେତନ ନାଏକ ଜଣେ ଆଇନଜୀବୀ। ମା’ ମଧୁସ୍ମିତା ଜେନା ଏଲ୍‌ଆଇସି ଏଜେଣ୍ଟ ଭାବେ କାର୍ଯ୍ୟରତ ଅଛନ୍ତି। ପୁଅର ଏଭଳି ସଫଳତା ପରେ ଉଭୟ ଖୁସିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri