ପରୀକ୍ଷା ଫଳ ପ୍ରକାଶରେ ଅନିୟମିତତା ଅଭିଯୋଗ

ବ୍ରହ୍ମପୁର ଅଫିସ,୨୩ା୭-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ବିଭିନ୍ନ ଡିଗ୍ରୀ ମହାବିଦ୍ୟାଳୟ ଯୁକ୍ତ ୩ ଦ୍ୱିତୀୟ ଓ ତୃତୀୟ ସେମିଷ୍ଟର ବ୍ୟାକ୍‌ ପେପର ପରୀକ୍ଷା ଫଳ ପ୍ରକାଶରେ ବିଳମ୍ବ ହୋଇଥିବା ଅଭିଯୋଗ ହୋଇଛି। ପରୀକ୍ଷାର ବର୍ଷେ ବିତିବା ପରେ ମଧ୍ୟ ଫଳ ପ୍ରକାଶ ପାଇ ନ ଥିବା ଛାତ୍ରୀଛାତ୍ରମାନେ କହିଛନ୍ତି ା ଏନେଇ ସୋମବାର ବିଭିନ୍ନ କଲେଜ ଛାତ୍ରୀଛାତ୍ରମାନେ ବିଶ୍ୱବିଦ୍ୟାଳୟ କୁଳସଚିବଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିଛନ୍ତି। ଛାତ୍ରୀଛାତ୍ରଙ୍କ ଅଭିଯୋଗ ପ୍ରକାରେ, ମାର୍ଚ୍ଚ ୨୦୧୮ରୁ ଯୁକ୍ତ ୩ ଦ୍ୱିତୀୟ ଓ ତୃତୀୟ ସେମିଷ୍ଟର ବ୍ୟାକ ପରୀକ୍ଷା ଶେଷ ହୋଇଛି। ଇତିମଧ୍ୟରେ ବର୍ଷେ ବିତିଯାଇଥିଲେ ମଧ୍ୟ ଏଯାଏ ଫଳ ପ୍ରକାଶ ପାଇ ନାହିଁ ା
ଫଳରେ ସ୍ନାତକୋତ୍ତର ପାଠ୍ୟକ୍ରମ ଓ ଉଚ୍ଚଶିକ୍ଷା ପାଇଁ ନାମ ଲେଖାଇବାରେ ସମସ୍ୟା ସୃଷ୍ଟି ହେଉଥିବା ଛାତ୍ରୀଛାତ୍ରମାନେ ଦାବି ପତ୍ରରେ ଉଲ୍ଲେଖ କରିଛନ୍ତି ା ନିକଟରେ ହୋଇଥିବା ସ୍ନାତକୋତ୍ତରରେ ନାମଲେଖା ପ୍ରବେଶିକା ପରୀକ୍ଷା ଦେଇଥିଲେ ମଧ୍ୟ ଦ୍ୱିତୀୟ ଓ ତୃତୀୟ ସେମିଷ୍ଟର ଫଳ ପ୍ରକାଶ ପାଇ ନ ଥିବାରୁ ଅନ୍‌ଲାଇନ୍‌ରେ ମାର୍କଲିଷ୍ଟ ଅପଲୋଡ କରିପାରୁ ନ ଥିବା ସେମାନେ କହିଛନ୍ତି ା ତୁରନ୍ତ ଫଳ ପ୍ରକାଶ ଦିଗରେ ପଦକ୍ଷେପ ନେବା ସହ ବିଶ୍ୱବିଦ୍ୟାଳୟ ପିଜି ନାମଲେଖା ପାଇଁ ଅନ୍‌ଲାଇନ୍‌ ଡିଗ୍ରୀ ମାର୍କସିଟଗୁଡିକର ଅପଲୋଡିଂ ସମୟସୀମା ବୃଦ୍ଧି କରିବାକୁ ଛାତ୍ରୀଛାତ୍ରମାନେ ନିବେଦନ କରିଛନ୍ତି। ଦାବିପତ୍ର ପ୍ରଦାନ ବେଳେ ପପୁ ପ୍ରଧାନ, ସୁଧୀର କୁମାର ପ୍ରଧାନଙ୍କ ସମେତ ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ବିଭିନ୍ନ ମହାବିଦ୍ୟାଳୟର ଛାତ୍ରମାନେ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri