ପରୀକ୍ଷା ଫି’ ବୃଦ୍ଧିକୁ ନେଇ ବୈସିଙ୍ଗା ମହାତ୍ମା ଗାନ୍ଧୀ ମହାବିଦ୍ୟାଳୟରେ ଛାତ୍ର ଅଶାନ୍ତି: ମୁଖ୍ୟ ଫାଟକରେ ତାଲା ପକାଇ ଧାରଣା

ବୈସିଙ୍ଗା, ୧୮।୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବୈସିଙ୍ଗା ମହାତ୍ମା ଗାନ୍ଧୀ ମହାବିଦ୍ୟାଳୟରେ ଯୁକ୍ତ ୩ କଳା ଓ ବିଜ୍ଞାନ ପାଠ୍ୟକ୍ରମ ଶେଷ ବର୍ଷ ବା ଷଷ୍ଠ ସେମିଷ୍ଟର ପରୀକ୍ଷା ନିମନ୍ତେ ୨୧ ତାରିଖ ଫର୍ମପୂରଣର ଶେଷଦିନ ରହିଛି। ହେଲେ ପରୀକ୍ଷା ଫି’ ଅଧିକ ବୃଦ୍ଧି କରାଯାଇଥିବା ଛାତ୍ରୀଛାତ୍ରମାନେ ଅଭିଯୋଗ କରିଛନ୍ତି। ଏପରି କି ସେମାନେ ଫର୍ମ ପୂରଣ ବର୍ଜନ କରିବା ସଙ୍ଗେସଙ୍ଗେ ମୁଖ୍ୟ ଫାଟକ ସମ୍ମୁଖରେ ଧାରଣା ଦେଇଥିବା ଜଣାପଡ଼ିଛି।

ସୂଚନାନୁଯାୟୀ, ଛାତ୍ରନେତାଙ୍କର ଏକ ଦଳ ଅସନ୍ତୋଷ ନେଇ ଉତ୍ତର ଓଡ଼ିଶା ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଥିଲେ। ପରେ ଦୁଇଶହ ଟଙ୍କା ରିହାତି ଦେବା ନିମନ୍ତେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ସ୍ଥିର କରିଥିଲେ। ମାତ୍ର ଏହା ଛାତ୍ର ଅଶାନ୍ତି ରୋକିବା ଦିଗରେ ସହାୟକ ହୋଇନାହିଁ। ସମସ୍ତ ଛାତ୍ରୀଛାତ୍ର ମୁଖ୍ୟଫାଟକରେ ତାଲା ପକାଇ ଧାରଣା ଜାରି ରଖିଛନ୍ତି। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଧାରଣା ଦିଆଯିବ ବୋଲି ରାଜେଶ ବେହେରା, ଭବାନୀ ଶଙ୍କର ଦତ୍ତ, ପଦ୍ମଲୋଚନ ଜେନା, କମଳ ଲୋଚନ ନାୟକ ପ୍ରମୁଖ ଛାତ୍ର ଜଣାଇଛନ୍ତି।

ତେବେ ଏ ସମ୍ପର୍କରେ ମହାବିଦ୍ୟାଳୟ ପରୀକ୍ଷା ବିଭାଗ ମୁଖ୍ୟ ବଳଭଦ୍ର ନାଏକ ଓ ଅଧ୍ୟକ୍ଷ ଦାୟିତ୍ୱରେ ଥିବା ଅଧ୍ୟାପକ ଗୌରାଙ୍ଗ ଚରଣ ପାତ୍ର ପ୍ରତିକ୍ରୟାରେ କହିଛନ୍ତି, ପୂର୍ବରୁ ଫର୍ମ ପୂରଣ ପାଇଁ ୯୬୦ ଟଙ୍କା ନିଆ ଯାଉଥିଲା। ମାତ୍ର ଚଳିତ ବର୍ଷ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଚଳିତ ୧୪ ତାରିଖରେ ଚିଠି ନଂ. ୪୫୯ ମାଧ୍ୟମରେ ବର୍ଦ୍ଧିତ ଫି’ ବାବଦରେ ଜଣାଇଛନ୍ତି। ତେଣୁ କଲେଜ କର୍ତ୍ତୃପକ୍ଷ ଏ ସଂକ୍ରାନ୍ତରେ କୌଣସି ପଦକ୍ଷେପ ନେବା ସମ୍ଭବ ନୁହେଁ ବୋଲି କହିଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରୁ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ:ମାଡ଼ିବସିଲା ପୋଲିସ

ଧର୍ମଶାଳା,୩୦।୫(ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ସାରୋଇ ନିକଟରେ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ କରୁଥିବାବେଳେ ଲୋକଙ୍କ ସହଯୋଗରେ ଲୁଟେରାକୁ…

ଲୋପ ପାଇବାରେ ଲାଗିଛି ତାଳଗଛ: ବଢ଼ି ଚାଲିଛି ପ୍ରାକୃତିକ ବିପର୍ଯ୍ୟୟ

ପଦ୍ମପୁର,୩୦ା୫(ପ୍ରଦୀପ୍ତ ଦାଶ):କାହିଁ କେଉଁ କାଳରୁ ପ୍ରାକୃତିକ ବିପର୍ଯ୍ୟୟ ରୋକିବାରେ ତାଳଗଛର ଗୁରୁତ୍ୱ ଭୂମିକା ବହନ କରିଆସୁଛି। ବାତ୍ୟା ସମୟରେ ତାଳଗଛ ଭୟଙ୍କର ପବନ ଓ ବଜ୍ରପାତକୁ ବହୁ…

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…

ପୋଲିସ ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଆହତ, ସହଯୋଗୀ ଫେରାର

ଝାରସୁଗୁଡ଼ା, ୩୦।୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅଞ୍ଚଳରେ ଝାରସୁଗୁଡା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ରେଙ୍ଗାଲି ଥାନା ଅନ୍ତର୍ଗତ କଦମଘାଟ ମା’ ଘଣ୍ଟେଶ୍ୱରୀ ମନ୍ଦିର ନିକଟରେ…

ବୁର୍ଡାରେ ପାଳିକରି ଜଳଯୋଗାଣ: ବଢୁଛି ଅସନ୍ତୋଷ

ଲୋଇସିଂହା,୩୦।୫(ସୁଶାନ୍ତ ବାରିକ):ନବଗଠିତ ଲୋଇସିଂହା ଏନଏସି ଅଧୀନ ବୁର୍ଡା ଗ୍ରାମରେ ଜଳଯୋଗାଣ କ୍ଷେତ୍ରରେ ଅନିୟମିତତା ଅଭିଯୋଗ ହୋଇଛି ା ତେବ ଗ୍ରାମର ବିଭିନ୍ନ ପଡ଼ାକୁ ପାଳି କରି ପାଇପ…

ଖୋଲୁଛି ପୂର୍ତ୍ତ ବିଭାଗର ଦୁର୍ନୀତି ପୋଲ: ପି.ସି କାରବାର କଥା ଉଠାଇଲେ ଏମ୍‌ପି

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ଏବେ ସହର ଉଠୁଛି ଓ ପଡୁଛି। ଘଟଣାକୁ ଶୁକ୍ରବାର ୪ଦିନ ବିତିଯାଇଛି। ହେଲେ…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ବିଏମ୍‌ସିର ଅବମାନନା: ବର୍ଷକ ପରେ ବି ଉଚ୍ଛେଦ ହୋଇପାରୁନି…

ଭୁବନେଶ୍ୱର,୩୦ା୫(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ତ୍ୱରାନ୍ବିତ କରିବାପାଇଁ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା ହାତକୁ ନିଆଯାଇଛି। ଏଥିମଧ୍ୟରେ ୮,୧୦୬ କୋଟି ଟଙ୍କାର ରିଙ୍ଗ୍‌ ରୋଡ୍‌ ପ୍ରସ୍ତାବ ସହିତ ରାଜଧାନୀକୁ…

ଆଜି ସାରା ରାଜ୍ୟରେ ବର୍ଷିବ: ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୩୦ା୫(ବନ୍ଦନା ସେଠୀ):କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ଏବେ ତାପମାତ୍ରା ସାମାନ୍ୟ କମ୍‌ ରହିଛି। ଆସନ୍ତା ୬ଦିନ ଅର୍ଥାତ୍‌ ଜୁନ୍‌ ୪ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ସେହିପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri