ପରୀକ୍ଷା ସ୍ଥଗିତ, ଶିକ୍ଷକଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୧୬।୩(ବ୍ୟୁରୋ): ମହାମାରୀ କରୋନା ନେଇ ସାରା ବିଶ୍ୱରେ ଭୟର ବାତାବାରଣ ସୃଷ୍ଟି ହୋଇଛି। ଏ ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୋମବାର କଡ଼ା ପଦକ୍ଷେପ ନିଆଯାଇଛି। ପୂର୍ବରୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସ୍କୁଲଗୁଡିକୁ ଛୁଟି ଘୋଷଣା କରାଯାଇଥିବା ବେଳେ ଏବେ ସମସ୍ତ ପରୀକ୍ଷା ଘୁଞ୍ଚାଇବାକୁ ତଥା ଶିକ୍ଷକମାନଙ୍କୁ ସ୍କୁଲ ଆସିବାକୁ ମନା କରାଯାଇଛି।
ବିଭାଗ ପକ୍ଷରୁ ଦିଆଯାଇଥିବା ନିର୍ଦ୍ଦେଶ ଅନୁସାରେ, ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରହିବ। ପ୍ରଥମରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଶିକ୍ଷକମାନେ ମଧ୍ୟ ସ୍କୁଲ ଆସିବେ ନାହିଁ। ତେବେ ସ୍କୁଲ ନ ଆସିଲେ ମଧ୍ୟ ଶିକ୍ଷକମାନଙ୍କୁ ସର୍ବଦା ଫୋନରେ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।
ସେହିପରି, ଦ୍ୱାଦଶ ଶ୍ରେଣୀ ପାଇଁ ଚାଲୁ ରହିଥିବା ପରୀକ୍ଷା ଜାରି ରହିବ। ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଖାତାଦେଖା ଯଥାରୀତିରେ ଚାଲିବ। ସମସ୍ତ କୋଚିଂ ସେଣ୍ଟର, ଟ୍ୟୁସନ ମଧ୍ୟ ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌କୁ ଧକ୍କା ଦେଇ ଓଲଟିଲା ଟାୟାର ବୋଝେଇ ଟ୍ରକ୍‌, ଡ୍ରାଇଭରଙ୍କ ସମେତ…

ମୋହନା,୨୭ା୬(ମନ୍ମଥ ମିଶ୍ର): କାର୍‌କୁ ଧକ୍କା ଦେଇ ଓଲଟି ପଡ଼ିଛି ଟାୟାର ବୋଝେଇ ଟ୍ରକ୍‌। ଡ୍ରାଇଭରଙ୍କ ସମେତ ୫ ଆହତ ହୋଇଛନ୍ତି। ଗଜପତି ଜିଲା ଅଡ଼ବା ଥାନା ନାଳାଘାଟ…

ବିରାଟ କୋହଲି ହଠାତ ଟେଷ୍ଟ କ୍ରିକେଟରୁ କାହିଁକି ନେଇଥିଲେ ସନ୍ନ୍ୟାସ? ହେଲା ବଡ଼ ଖୁଲାସା…

ନୂଆଦିଲ୍ଲୀ,୨୭।୬: ଭାରତୀୟ କ୍ରିକେଟର ‘ରନ ମେଶିନ’ ବିରାଟ କୋହଲି ଟେଷ୍ଟ କ୍ରିକେଟରୁ ଅବସର ନେବାକୁ ପ୍ରାୟ ବର୍ଷେରୁ ଅଧିକ ସମୟ ବିତିଗଲାଣି। ହେଲେ ଆଜି ବି ପ୍ରଶଂସକଙ୍କ…

ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ, ଯୁବତୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ

ରାଉରକେଲା,୨୭।୬: ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ ସନ୍ତୋଷପୁର ପଞ୍ଚାୟତ ଜାରାଟୋଲା ଗାଁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଯୁବତୀ ଜଣକ ଘରେ ଶୋଇଥିଲା ବେଳେ କେତେଜଣ…

ସିଙ୍ଗିପୁରରେ ବେଆଇନ ଦେଶୀ ମଦ ଭାଟି: ପୋଲିସର ଚଢ଼ାଉ

ଗଜପତି,୨୮।୬ (ଗିରିଧାରୀ ପରିଛା): ଗୁଇନ୍ଦା ସୂଚନା ଆଧାରରେ ପାରଳାଖେମୁଣ୍ଡି ପୋଲିସ ଶନିବାର ଭୋର ସମୟରେ ସିଙ୍ଗିପୁର ଗ୍ରାମରେ ଚଢ଼ାଉ କରି ଏକ ବେଆଇନ ଦେଶୀ ମଦ ପ୍ରସ୍ତୁତି…

ଆସିଲେ ନାହିଁ ଭାଜପା ଅତିଥି, ଏନ୍‌ଏସି ଅଧ୍ୟକ୍ଷ କଲେ ଗୋଷ୍ଠୀକେନ୍ଦ୍ର ଉଦ୍‌ଘାଟନ, ପୂରା ଘଟଣା ଜାଣିଲେ…

କେସିଙ୍ଗା,୨୭ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ବଗାଡ଼ ଓ୍ବାର୍ଡ ନଂ ୨ରେ ନବନିର୍ମିତ ଗୋଷ୍ଠୀ କେନ୍ଦ୍ରକୁ ନଗରପାଳ ନୃପରାଜ ଯାଦବଙ୍କ କରକମଳରେ ଶନିବାର ଉଦ୍‌ଘାଟିତ ହୋଇଛି।…

ଦେଶରେ ହାଇ ଆଲର୍ଟ: ମାଡ଼ିଆସୁଛି ୨ଟି ଭୟଙ୍କର ବାତ୍ୟା; ୩ ଦେଶକୁ କରିବ ଛାରଖାର!

ନୂଆଦିଲ୍ଲୀ,୨୭।୬: ପ୍ରଶାନ୍ତ ମହାସାଗରର ଉତ୍ତର-ପଶ୍ଚିମ ଭାଗରେ ସୃଷ୍ଟି ହୋଇଥିବା ଶକ୍ତିଶାଳୀ କ୍ରାନ୍ତୀୟ ବାତ୍ୟା (ଟାଇଫୁନ୍) ‘ମେଖଲା’ ଜାପାନ ଏବଂ ଏହାର ଆଖପାଖ ଦ୍ୱୀପପୁଞ୍ଜ ଆଡ଼କୁ ମାଡ଼ି ଚାଲିଛି।…

ବିଷ ବୋତଲ ଧରି ଧାରଣାରେ ଚାଷୀ, ଟୋକନ ନ ମିଳିଲେ ପିଇବାକୁ ଦେଲେ ଧମକ

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ହେଲେ ଜିଲାର ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଧାନବିକ୍ରି ଟୋକନ ମିଳିନାହିଁ। ଏହାକୁ…

ପୁଣି ଧକ୍କା ଦେଲା ଆମବସ୍‌, ରଙ୍ଗ୍‌ରୁଟ୍‌ରେ ଆସି ବାପ-ଝିଅଙ୍କୁ…

ଭୁବନେଶ୍ୱର,୨୭ା୬: ପୁଣି ଧକ୍କା ଦେଇଛି ଆମବସ୍‌। ପ୍ରତିଦିନ ଆମବସ୍‌ କେଉଁଠି ନା କେଉଁଠି ଦୁର୍ଘଟଣା ଘଟାଉଥିବା ଖବର ଆସୁଛି। ଶନିବାର ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ୱର ଅଞ୍ଚଳରେ ବାପ-ଝିଅଙ୍କୁ ଧକ୍କାଦେଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri