ପର୍ଯ୍ୟଟନସ୍ଥଳୀର ସ୍ଥିତି ଉପରେ ସମୀକ୍ଷା: ଶୌଚାଳୟ, ପାନୀୟଜଳ ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୨୭।୧୦-ବାଲେଶ୍ୱର ସ୍ଥାନୀୟ ସଦ୍‌ଭାବନା ସଭାଗୃହରେ ଶନିବାର ରାଜ୍ୟ ସରକାରଙ୍କ ପର୍ଯ୍ୟଟନମନ୍ତ୍ରୀ ତଥା ସିମୁଳିଆ ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଜିଲାର ଥିବା ସମସ୍ତ ପର୍ଯ୍ୟଟନସ୍ଥଳୀଗୁଡ଼ିକର ସ୍ଥିତି ଉପରେ ସମୀକ୍ଷା କରି ଶୌଚାଳୟ ଓ ପାନୀୟଜଳ ଉପରେ ଗୁରୁତ୍ୱ ଦେବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲାରେ ଥିବା ପ୍ରତ୍ୟେକ ନିର୍ବାଚନମଣ୍ଡଳୀର ପର୍ଯ୍ୟଟନସ୍ଥଳୀଗୁଡ଼ିର ଉନ୍ନତି ଏବଂ ପୁନରୁଦ୍ଧାର ପାଇଁ ୫୦ଲକ୍ଷ ଟଙ୍କାର ବ୍ୟୟ ଅଟକଳ କରାଯିବାକୁ ସେ ଘୋଷଣା କରିଛନ୍ତି।
ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ଜିଲା ପର୍ଯ୍ୟଟନ ଅଧିକାରୀ ଗଗନ ସାହୁ, ଜିଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ରାମଚନ୍ଦ୍ର ଜେନା, ଅତିରିକ୍ତ ଜିଲା ଆରକ୍ଷୀ ଅଧୀକ୍ଷକ ତପନ କୁମାର ପଟ୍ଟନାୟକ ଏବଂ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ଉପସ୍ଥିତିରେ ଜଳେଶ୍ୱର ବିଧାୟକ ଅଶ୍ୱିନୀ ପାତ୍ର, ନୀଳଗିରି ବିଧାୟକ ଇଂ. ସୁକାନ୍ତ ନାୟକ, ସଦର ବିଧାୟକ ମଦନମୋହନ ଦତ୍ତ, ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ା, ଜିଲାରେ ଥିବା ସମସ୍ତ ପର୍ଯଟନସ୍ଥଳର ଗମନାଗମନ ଓ ପାନୀୟଜଳ ସୁବିଧା, ପାର୍କିଂ ବ୍ୟବସ୍ଥା, ଯାତ୍ରୀମାନଙ୍କ ରାତ୍ରରହଣି ପାଇଁ ପାନ୍ଥନିବାସ, ସୌନ୍ଦର୍ଯ୍ୟକରଣ ଉପରେ ଆଲୋଚନା କରିଥିଲେ। ପର୍ଯ୍ୟଟନସ୍ଥଳୀଗୁଡ଼ିକ ପ୍ରତି ପର୍ଯ୍ୟଟକଙ୍କ ଆକର୍ଷଣ କରିବା ପାଇଁ ନୂତନ ଜ୍ଞାନକୌଶଳରେ ସୁବିଧା ସୁଯୋଗ ଯୋଗାଇଦେବା ସହ ଇକୋ ଟୁରିଜିମ୍‌ ବ୍ୟବସ୍ଥାକୁ ତ୍ୱରାନ୍ବିତ କରିବା ପାଇଁ ଆଲୋଚନା କରାଯାଇଥିଲା। ସୁରକ୍ଷା ଦୃଷ୍ଟିରୁ ପୋଲିସ ପାଟ୍ରୋଲିଂ କଡ଼ାକଡ଼ି କରିବା ପାଇଁ ଜିଲା ପୋଲିସ ପ୍ରଶାସନକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ତାଳସାରି, କଷାଫଳ ଏବଂ ପଞ୍ଚୁଲିଙ୍ଗେଶ୍ୱର ଭଳି ପର୍ଯ୍ୟଟନସ୍ଥଳୀର ମାନ୍ୟତା ବୃଦ୍ଧି କରିବା ପାଇଁ ବିହୀତ ପଦକ୍ଷେପ ନେବା ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ସମୀକ୍ଷା ବୈଠକରେ ନିଷ୍ପତ୍ତି ହୋଇଛି। ଚାନ୍ଦିପୁର ବେଳାଭୂମିକୁ ରାସ୍ତା ସମସ୍ୟା, ସିମୁଳିଆ ତପସିଗଡ଼ିଆର ଶିବମନ୍ଦିର, ତୁଡ଼ିଗଡ଼ିଆ ଶହୀଦ ସ୍ତମ୍ଭ ଉନ୍ନତି ସହ କୁପାରୀ ଏବଂ ଅଯୋଧ୍ୟାକୁ ବୁଦ୍ଧିଷ୍ଟ ଟୁରିଜିମ୍‌ ସର୍କିଟ୍‌ରେ ପରିଣତ କରିବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଜିଲାରେ ଥିବା ସମସ୍ତ ପୁରୁଣା ଓ ସାଂସ୍କୃତିକ ମନ୍ଦିର ପୁନରୁଦ୍ଧାର ସହ ବାରବାଟୀ ସ୍କୁଲ ମଧ୍ୟରେ ଥିବା ଶହୀଦମାନଙ୍କର ସ୍ମୃତିକୁ ଉଦ୍ଧାର କରାଯାଇ ସାଂସ୍କୃତିକ ବିଭାଗକୁ ହସ୍ତାନ୍ତର କରାଯିବାର ମନ୍ତ୍ରୀ ଓ ଉପସ୍ଥିତ ବିଧାୟକ ବୈଠକରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri