ପର୍ଯ୍ୟଟନ ପୀଠକୁ ପ୍ଲାଷ୍ଟିକ୍‌ ମୁକ୍ତ ପାଇଁ ପ୍ରୟାସ

ଖଣ୍ଡପଡା,୩୧ା୧୦(ସ୍ବ.ପ୍ର.): ଗୋକୁଳାନନ୍ଦ ଜୀଉ ପର୍ଯ୍ୟଟନ ପୀଠକୁ ପ୍ଲାଷ୍ଟିକ ମୁକ୍ତ କରିବା ପାଇଁ ସିଧାମୂଳା ଗୋକୁଳାନନ୍ଦ ଜୀଉ ସ୍ପୋଟର୍‌ସ ଆସୋସିଏଶନ ପକ୍ଷରୁ ପ୍ରୟାସ ଜାରିରହିଛି । ଅସୋସିଏଶନର ସଦସ୍ୟମାନେ ସ୍ବଚ୍ଛଭାରତ କାର୍ଯ୍ୟକ୍ରମକୁ ଆପଣାଇ ପୀଠ ପରିସରରେ ସଫେଇ କାର୍ଯ୍ୟ କରୁଛନ୍ତି।
ପ୍ରକାଶ ଯେ, କଟକ ଓ ନୟାଗଡ ଜିଲା ସୀମାନ୍ତରେ ଅବସ୍ଥିତ ସିଧାମୂଳା ଗୋକୁଳାନନ୍ଦ ଜୀଉ ପୀଠରେ ବର୍ଷର ପ୍ରାୟ ସବୁ ସମୟରେ ପର୍ଯ୍ୟକମାନଙ୍କର ସମାଗମ ହୋଇଥାଏ। ମହାନଦୀ କୂଳରେ ଅବସ୍ଥିତ ଏହି ପୀଠରେ ଅଧିକାଂଶ ସମୟରେ ପର୍ଯ୍ୟଟକମାନେ ଭୋଜିଭାତ କରିବାକୁ ଆସିଥାନ୍ତି। ସେମାନେ ପଲିଥିନ ଓ ପ୍ଲାଷ୍ଟିକ ବ୍ୟାଗରେ ବିଭିନ୍ନ ସାମଗ୍ରୀ ଆଣି ବ୍ୟବହାର ପରେ ପଲିଥିନ ଏଣେତେଣେ ପକାଇ ଦେଇଥାନ୍ତି। ଏହାଦ୍ୱାରା ପରିବେଶ ପ୍ରତି ବିପଦ ସୃଷ୍ଟି କରିଥାଏ। ଆସନ୍ତା ମଙ୍ଗଳବାର ପବିତ୍ର ଅଁଳା ନବମୀ ତିଥିରେ ପ୍ରତି ବର୍ଷ ପରି ହଜାର ହଜାର ଶ୍ରଦ୍ଧାଳୁ, ହବିଷିଆଳି ଓ ପର୍ଯ୍ୟଟକଙ୍କ ସମାଗମ ହେବାର ସମ୍ଭାବନା ରହିଛି। ଏଥିପାଇଁ ବୁଧବାର ପୂର୍ବାହ୍ନରେ ସ୍ଥାନୀୟ ସ୍ପୋଟର୍‌ସ ଆସୋସିଏଶନର ସଦସ୍ୟମାନେ ପୀଠ ପରିବେଶକୁ ସଫାସୁତୁରା କରିବା ସହ ଏହି ପୀଠକୁ ସମ୍ପୂର୍ଣ୍ଣ ପ୍ଲାଷ୍ଟିକ ମୁକ୍ତ କରିବା ପାଇଁ ସଦସ୍ୟମାନେ ବିଭିନ୍ନ ସ୍ଥାନରେ ପୋଷ୍ଟର, ବ୍ୟାନର ଲଗାଇ ସଚେତନତା ସୃଷ୍ଟି କରୁଥିବା ପରିଲକ୍ଷିତ ହୋଇଛି। ପୀଠ ପରିସରରେ ପଡିଥିବା ସମସ୍ତ ପଲିଥିନ, ଜରି, ଖାଲି ପାଣି ପାଉଚ ସହ ବିଭିନ୍ନ ପ୍ଳାଷ୍ଟିକ ବ୍ୟାଗକୁ ସଫା କରି ନିଆଁରେ ପୋଡି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri