ପର୍ଯ୍ୟଟନ ମନ୍ତ୍ରୀଙ୍କୁ କ୍ଲିନ୍‌ଚିଟ୍‌ ମିଳିବା ପ୍ରସଙ୍ଗରେ ବର୍ଷିଲା ଭାଜପା: ପ୍ରମାଣ ଥିବା ସତ୍ତ୍ୱେ ଚ୍ୟାଲେଞ୍ଜ କରିବାକୁ ଦିଆଗଲା ନାହିଁ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଦୁଇଜଣ ମହିଳାଙ୍କୁ ସରକାରୀ ଅର୍ଥରେ ସାଙ୍ଗରେ ନେଇଥିବା ଅଭିଯୋଗ ହୋଇଥିଲା। ହେଲେ ଗୁରୁବାର ବିଧାନସଭାରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ବିବୃତି ରଖି ତାଙ୍କୁ କ୍ଲିନ୍‌ଚିଟ୍‌ ଦେଇଥିଲେ। ଏହାକୁ ନେଇ ସରକାରଙ୍କ ଉପରେ ବର୍ଷିଛି ଭାଜପା। ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ କହିଛନ୍ତି, ପ୍ରମାଣ ସତ୍ତ୍ୱେ ମନ୍ତ୍ରୀଙ୍କୁ ସରକାର କ୍ଲିନ୍‌ଚିଟ୍‌ ଦେଇଦେଲେ। ଗୃହରେ ଏନେଇ ଆମକୁ ଚ୍ୟାଲେଞ୍ଜ କରିବାକୁ ସୁଯୋଗ ମଧ୍ୟ ଦିଆଗଲାନାହିଁ। ତେବେ ମନ୍ତ୍ରୀ ପଦରୁ ପାଣିଗ୍ରାହୀଙ୍କୁ ତୁରନ୍ତ ବହିଷ୍କାର କରାଯାଉ ବୋଲି ସେ ଦାବି କରିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟ ସରକାରଙ୍କ ଦ୍ୱାରା ଆୟୋଜିତ ରୋଡ୍‌ ଶୋ’ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ମନ୍ତ୍ରୀ ଦୁଇଜଣ ମହିଳାଙ୍କୁ ନେଇଯାଇଥିବା ପ୍ରଥମେ କଂଗ୍ରେସ ଅଭିଯୋଗ କରିଥିଲା। ଏହାପରେ ବିଧାନସଭାରେ ଏହି ପ୍ରସଙ୍ଗ ଉଠାଇଥିଲେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ। ଉଭୟଙ୍କ ବାବଦରେ ସରକାରୀ ଅର୍ଥ ଖର୍ଚ୍ଚ ହୋଇଛି। ଏନେଇ ସରକାର ଗୃହରେ ସ୍ପଷ୍ଟୀକରଣ ଦିଅନ୍ତୁ ବୋଲି ସେ ଦାବି କରିଥିଲେ। ପରେ ଅପରାହ୍ନରେ ଗୃହରେ ମନ୍ତ୍ରୀ ଆରୁଖ ବିବୃତି ରଖି କହିଥିଲେ, ପର୍ଯ୍ୟଟନ ମନ୍ତ୍ରୀ ରୋଡ୍‌ ଶୋ’ ପାଇଁ ହାଇଦ୍ରାବାଦ ଯାଇଥିଲେ। ହେଲେ ମନ୍ତ୍ରୀଙ୍କ ବ୍ୟତିତ ଅନ୍ୟମାନଙ୍କ ପାଇଁ ସରକାରଙ୍କ ପକ୍ଷରୁ କୌଣସି ଅର୍ଥ ଖର୍ଚ୍ଚ କରାଯାଇନାହିଁ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri