ପଲିଥିନ୍‌ ତଳେ ତିନି ଭାଇଭଉଣୀ

ସଜନାଗଡ଼, ୧୪।୧୨(ଡି.ଏନ.ଏ.)-ଆଦିବାସୀଙ୍କ ଉନ୍ନତି ପାଇଁ କେନ୍ଦ୍ର ସରକାର ବିଭିନ୍ନ ଯୋଜନା ପ୍ରଣୟନ କରି କୋଟି କୋଟି ଟଙ୍କା ବ୍ୟୟ କରୁଛନ୍ତି। ହେଲେ ତୃଣମୂଳସ୍ତରରେ ଏହାର ସଫଳ ରୂପାୟନ ହୋଇପାରୁ ନ ଥିବା ନଜରକୁ ଆସିଛି। ଏହାର ଉଦାହରଣ ଦେଖିବାକୁ ମିଳିଛି ନୀଳଗିରି ବ୍ଲକ ଜାମୁଡ଼ିହା ପଞ୍ଚାୟତ ବେଡ଼ାସାହି ଗ୍ରାମର ୬ନଂ. ୱାର୍ଡ଼ରେ।
ଜାମୁଡ଼ିହା ଗ୍ରାମର ଗୋଚର ଜମିରେ ବହୁ ବର୍ଷ ଧରି ୬୯ଟି ପରିବାର ବାସ କରିଆସୁଥିଲେ। ଜଣେ ବ୍ୟକ୍ତିଙ୍କ ଅଭିଯୋଗକ୍ରମେ ୨୦୧୬ ଅଗଷ୍ଟ ୧୬ତାରିଖରେ ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ତତ୍କାଳୀନ ତହସିଲଦାର ନୋଟିସ୍‌ କରି ସମସ୍ତ ପରିବାରକୁ ୨୦୧୮ ଫେବୃୟାରୀରେ ଉଚ୍ଛେଦ କରିଥିଲେ। ସେହିଦିନଠାରୁ କେତେକ ପରିବାର ମୁକ୍ତ ଆକାଶ ତଳେ ରହୁଥିବା ବେଳେ ପରବର୍ତ୍ତୀ ସମୟରେ ବିକଳ୍ପ କରି ଥଇଥାନ ହୋଇଯାଇଛନ୍ତି। ହେଲେ ମା’ବାପାଙ୍କ ମୃତ୍ୟୁ ପରେ ପଦ୍ମଲୋଚନ ଓ ତାଙ୍କର ଦୁଇ ଭଉଣୀ ଦେଢ଼ବର୍ଷରୁ ଉର୍ଦ୍ଧ୍ୱ ହେବ ଗଛମୂଳରେ ପଲିଥିନ୍‌ ଟାଣି ରହିଆସୁଛନ୍ତି। ପଦ୍ମଲୋଚନଙ୍କ ଜଣେ ଭଉଣୀ ଦିବ୍ୟାଙ୍ଗ। ସରକାରଙ୍କ ପକ୍ଷରୁ କେବଳ ପ୍ରତିଶ୍ରୁତି ମିଳୁଛି, ହେଲେ ଫଳ ଶୂନ। ଭାଗ୍ୟକୁ ଆଦରି ପଦ୍ମଲୋଚନ ଅନ୍ୟ ଘରେ କାମ କରି ଦୁଇଭଉଣୀଙ୍କୁ ଆହାର ଯୋଗାଇ ଚାଲିଛନ୍ତି। ଅର୍ଥ ଅଭାବରୁ ସାନଭଉଣୀ ୧୦ମ ଶ୍ରେଣୀରୁ ପାଠପଢାରେ ଡୋରି ବାନ୍ଧିଛନ୍ତି। ତାଙ୍କର ନିଜସ୍ବ ଜମି ନ ଥିବାରୁ ଆବାସ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇପାରୁନାହଁି। ସରକାରଙ୍କ ପକ୍ଷରୁ ମିଳୁଥିବା ୩୫କେଜି ଚାଉଳ ଓ କିରୋସିନି ହଁି ଏକମାତ୍ର ସାହାରା।
ଏ ସମ୍ପର୍କରେ ନୀଳଗିରି ବିଡ଼ିଓ ରାମଦାସ ଟୁଡୁଙ୍କୁ ପଚରାଯିବାରୁ ସେ କହିଛନ୍ତି ଯେ, ଏ ସମ୍ପର୍କରେ ଭିଏଲ୍‌ଡବ୍ଲ୍ୟୁଙ୍କଠାରୁ ଖବର ପାଇଛନ୍ତି। ଦେଢ଼ବର୍ଷରୁ ଊର୍ଦ୍ଧ୍ୱ ହେବ ସେମାନେ ପଲିଥିନ ତଳେ ରହୁଛନ୍ତି। ଏ ବିଷୟରେ ତହସିଲଦାରଙ୍କ ସହ ଆଲୋଚନା କରି ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri