ପଲିଥିନ୍‌ ବ୍ୟବହାର ରୋକିବାକୁ ବ୍ୟବସାୟୀଙ୍କ ଉପରେ ଚଢ଼ାଉ

ଉଦଳା, ୨୨।୯ (ଡି.ଏନ.ଏ.) – ପଲିଥିନ ବ୍ୟବହାର ରୋକିବା ଲାଗି ଆସନ୍ତା ଅକ୍ଟୋବର ୨ ତାରିଖ ଠାରୁ ପ୍ରଶାସନ ତରଫରୁ ଗ୍ରହଣ କରାଯିବ କଡ଼ା କାର୍ଯ୍ୟାନୁଷ୍ଠାନ ା ତେବେ ମୟୂରଭଞ୍ଜ ଜିଲା ଉଦଳା ଏନଏସି ଇଲାକାରେ ଶନିବାର ପ୍ରଶାସନ ତରଫରୁ ବ୍ୟବସାୟୀଙ୍କ ଉପରେ ଚଢାଉ କରାଯାଇଥିଲା। ଉଦଳା ଏନଏସି ପକ୍ଷରୁ ଗଠିତ ସ୍ବତନ୍ତ୍ର ଟିମ୍‌ ପ୍ରାୟ ୨୦ ରୁ ଅଧିକ ଛୋଟ ବଡ ବ୍ୟବସାୟିକ ଅନୁଷ୍ଠାନ, ହୋଟେଲ, ଜଳଖିଆ ଦୋକାନ ଉପରେ ଚଢାଉ କରି ୮ ହଜାର ଟଙ୍କା ଜରିମାନା ଆଦାୟ କରିଥିଲା। ପୋଲିସ୍‌ ଓ ପ୍ରଶାସନର ଏହି ମିଳିତ ଚଢାଉରେ ପଲିଥିନ୍‌, ଥର୍ମୋକୁଲ୍‌ ପ୍ଲେଟ, ଦନା ଜବତ କରାଯିବା ସହିତ ସଚେତନତାମୂଳକ ନାମକୁ ମାତ୍ର ଜରିମାନା ଆଦାୟ କରାଯାଇଥିଲା ବୋଲି ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ରତନ କୁମାର ପଟ୍ଟନାୟକ ସୂଚନା ଦେଇଛନ୍ତି ା ଏଭଳିି ଚଢାଉ ଜାରି ରହିବ ଏବଂ ଆସନ୍ତା ୨ ତାରିଖଠାରୁ ଏହାକୁ ଅଧିକ କଡ଼ାକଡ଼ି କରାଯିବ ା ଶନିବାର ଚଢାଉ ବେଳେ ଏନଏସି ଅଧିକାରୀ ରତନ କୁମାର ପଟ୍ଟନାୟକ, ଉଦଳା ଥାନା ସବଇନ୍ସପେକ୍ଟର ଅମ୍ବିକା ଦାସ, ଅତିରିକ୍ତ ତହସିଲଦାର ମହେନ୍ଦ୍ର ବେହେରା ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦର କର୍ମଚାରୀମାନେ ସହଯୋଗ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ପ୍ରାର୍ଥୀ ଚୟନକୁ ନେଇ ଛିଡୁନି ଅଙ୍କ

ବାଙ୍ଗିରିପୋଷି,୧୭ା୪(ସଞ୍ଜୟ କୁମାର ଅଗ୍ରୱାଲା):ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀ ପାଇଁ କଂଗ୍ରେସ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହୋଇସାରିଛି। କଂଗ୍ରେସର ବିଭିନ୍ନ ପଦ ପଦବୀରେ ରହି ୩୦...

କେନ୍ଦ୍ରମନ୍ତ୍ରୀଙ୍କୁ ଟିକେଟ୍‌ ଦେଲାନି ଭାଜପା: ପଛରେ ରହିଛି ଏଭଳି କାରଣ

ବାରିପଦା,୧୭ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ):ବିବାଦୀୟ ମନ୍ତବ୍ୟ, ଅଶୋଭନୀୟ ଆଚରଣ ସମେତ କାର୍ଯ୍ୟଦକ୍ଷତାର ମାପକାଠିକୁ ଆଧାରକରି ଭାଜପା ଚଳିତ ନିର୍ବାଚନରେ କେତେଜଣ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରାର୍ଥୀ ତାଲିକାରୁ...

ପ୍ରଭାସଙ୍କ ଉପରେ ପୁଣି ଆସ୍ଥାପ୍ରକଟ କଲା କଂଗ୍ରେସ: କର୍ମୀଙ୍କ ମଧ୍ୟରେ ଖୁସିର ମାହୋଲ

ମୋରଡା,୧୫।୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲାର ଏକ ମାତ୍ର ଅଣସଂରକ୍ଷିତ ମୋରଡା ନିର୍ବାଚନମଣ୍ଡଳୀ ଆଗାମୀ ସାଧାରଣ ନିର୍ବାଚନକୁ ନେଇ ଚଳଚଞ୍ଚଳ ହୋଇଉଠିଛି l ପୂର୍ବରୁ ବିଜୁ ଜନତା...

ପଣା ସଂକ୍ରାନ୍ତିରେ ଜଗତେଶ୍ୱର-ମା’ ପାର୍ବତୀଙ୍କ ବିବାହ

ମୋରଡା,୧୪।୪(ସ୍ମାରକ ମାଜୀ)- ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ କୋହି ଗ୍ରାମରେ ବାବା ଜଗତେଶ୍ୱରଙ୍କ ପ୍ରସିଦ୍ଧ ଝାମୁ ଯାତ୍ରା...

ଯାହାଙ୍କ ନାଁରେ ଅଭିଯୋଗ ତାଙ୍କୁ ତଦନ୍ତ ଦାୟିତ୍ୱ

ବାରିପଦା,୧୪ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନ ବାରିପଦା ଉପ ନିବନ୍ଧ ଡିଭିଜନର ଲ୍ୟାମ୍ପ୍‌ସରେ କାର୍ଯ୍ୟରତ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ(ଏମ୍‌ଡି)ମାନଙ୍କ ପଦୋନ୍ନତିରେ ବ୍ୟାପକ...

ହାତୀ ଉପରେ ନଜର ରଖୁନି ବନ ବିଭାଗ: ଛୁଆହାତୀର ମୃତ୍ୟୁ

ମୋରଡ଼ା,୧୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜରେ ବର୍ଷ ତମାମ ହାତୀ ଉପଦ୍ରବ ଜାରି ରହିଥିବା ବେଳେ ବନ ବିଭାଗ ମଧ୍ୟ ହାତୀ ଉପରେ ସଠିକ୍‌...

ସୁଯୋଗ ଅପେକ୍ଷାରେ କଂଗ୍ରେସ

ବାରିପଦା,୧୧ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)୨୦୨୪ ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ରାଜନୀତି ସେତେ ସରଗରମ ହେବାରେ ଲାଗିଛି। ଦୁଇ ପ୍ରମୁଖ ରାଜନୈତିକ ଦଳ...

ଜେଏମ୍‌ଏମ୍‌ରେ ସାମିଲ ହେଲେ କୃଷ୍ଣଚନ୍ଦ୍ର

ମୋରଡ଼ା,୧୦ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀର ବରିଷ୍ଠ ନେତା କୃଷ୍ଣଚନ୍ଦ୍ର ବୁଧବାର ବିଧିବଦ୍ଧ ଭାବେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାରେ ମିଶିଛନ୍ତି l ଆଜି ରାଇରଙ୍ଗପୁରସ୍ଥିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri