Posted inରାଜ୍ୟ

ପଲିଥିନ ଉପରେ ଲାଗିବ କଟକଣା : ବ୍ୟବସାୟୀଙ୍କଠାରୁ ଆଦାୟ ହେବ ୨୫ ହଜାର ଜରିମାନା

ନୟାଗଡ଼ ଅଫିସ,୬ା୬: ଆଗାମୀ ଦିନରେ ନୟାଗଡ଼ ପୌର ପରିଷଦର ସମସ୍ତ କର୍ମଚାରୀ ୧ମାସ ପର୍ଯ୍ୟନ୍ତ କାର୍ଯ୍ୟାଳୟରେ ନ ରହି ପ୍ରତି ୱାର୍ଡ଼ର ଗଳିକନ୍ଦି ବୁଲି ସମସ୍ୟା ଓ ଅବ୍ୟବସ୍ଥା ସମ୍ପର୍କରେ ତୁରନ୍ତ ହ୍ବାଟସ୍‌ଆପ୍‌ ଜରିଆରେ ଫିଲଡ଼ରୁ ରିପୋର୍ଟ ଦେବେ। ବର୍ଜ୍ୟବସ୍ତୁ ପରିଚାଳନାରେ ତ୍ରୁଟି ରହୁଥିବାରୁ ଏହାର ନିରାକରଣ ପାଇଁ ୧୦ ତାରିଖ ସୁଦ୍ଧା ସହରରେ ୧୦୦ଟି ଅଳିଆଗଦା ବା ଖତଗଦା ନିର୍ମାଣ କରାଯିବ। ୮ ତାରିଖରେ ସଫେଇ କର୍ମଚାରୀ, ଟ୍ରାକ୍ଟର ଡ୍ରାଇଭର ଓ ଅନ୍ୟାନ୍ୟ କର୍ମଚାରୀଙ୍କ ଏକ ତାଲିମ ଶିବିର କରାଯିବ। ବୁଧବାର ପୌର ପରିଷଦ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଅନ୍ୟପଟେ ବର୍ଷାଦିନ ପୂର୍ବରୁ ସମସ୍ତ ଡ୍ରେନ୍‌ ସଫା ସହ ମରାମତି କରିବାକୁ ନିଷ୍ପତ୍ତି ହୋଇଛି। ସହରରେ ପଲିଥିନ୍‌ ନିଷିଦ୍ଧ ହୋଇଥିବାବେଳେ କେତେକ ବ୍ୟବସାୟୀ ଆଇନ ହାତକୁ ନେଇ ପଲିଥିନ ବ୍ୟବହାର କରୁଥିବା ଜଣାପଡ଼ିଛି। କିଛିଦିନ ଭିତରେ ସମ୍ପୃକ୍ତ ବ୍ୟବସାୟୀ ପ୍ରତିଷ୍ଠାନ ଗୁଡ଼ିକରେ ଚଢ଼ାଉ କରାଯାଇ ଜଣ ପିଛା ୨୫ ହଜାର ଟଙ୍କା ଲେଖାଏ ଜରିମାନା ଆଦାୟ କରିବାକୁ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶ ଦେଇଛି। ଏଥିପାଇଁ ମାର୍କେଟ ସୁପରଭାଇଜର କୈଳାସ ଚନ୍ଦ୍ର ଜେନାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏକ ୧୦ ଜଣିଆ ଫ୍ଲାଇଂସ୍କ୍ବାଡ୍‌ ଗଠନ କରାଯାଇଛି। ସେହିପରି ଯେଉଁମାନେ ହୋଲ୍‌ଡିଂ ଟ୍ୟାକ୍ସ ଦେଉନାହାନ୍ତି ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପାଇଁ ସହମତି ପ୍ରକାଶ ପାଇଛି। ବର୍ଜ୍ୟବସ୍ତୁ ପରିଚାଳନାରେ ସହଯୋଗ ପାଇଁ ଆଗ୍ରହୀ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟାମାନେ ପୌରପରିଷଦ କାର୍ଯ୍ୟାଳୟରେ ଯୋଗାଯୋଗ କରିବା ପାଇଁ କୁହାଯାଇଛି। ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ପ୍ରତ୍ୟେକ ସ୍କୁଲ ଓ କଲେଜରେ ତାଲିମ ଶିବିରମାନ କରାଯିବାକୁ ନିଷ୍ପତ୍ତି ହୋଇଛି। କର୍ତ୍ତବ୍ୟରେ ଅବହେଳା କଲେ କର୍ମଚାରୀଙ୍କୁ ତତ୍‌କାଳ ନିଲମ୍ବନ କରାଯିବ ବୋଲି ନିର୍ବାହୀ ଅଧିକାରୀ ଜେନା ସତର୍କ କରାଇ ଦେଇଛନ୍ତି। ଅଳିଆ ଆବର୍ଜନା କୌଣସି ସ୍ଥାନରେ ନ ପଡ଼ିବା ପାଇଁ ୧୩ ଜଣ ବରିଷ୍ଠ କର୍ମଚାରୀଙ୍କୁ ନୋଡାଲ ଅଫିସର ଭାବେ ଦାୟିତ୍ୱ ଦିଆଯାଇଛି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ପୌରଯନ୍ତ୍ରୀ ବାଇଧର ରାଉତ, କନିଷ୍ଠଯନ୍ତ୍ରୀ ସନାତନ ଭୋଳ, ପରିମଳ ନିରୀକ୍ଷକ ଲକ୍ଷ୍ମୀଧର ସାହୁ, ଗୋଷ୍ଠୀ ସଙ୍ଗଠିକା ପୁଷ୍ପାଞ୍ଜଳି ମହାନ୍ତି, ମାନସ ରଞ୍ଜନ ଦାସ, ଲକ୍ଷ୍ମୀଧର ମହାପାତ୍ର, ଶରତ ଚନ୍ଦ୍ର ପାଣି, ନଳିନୀକାନ୍ତ ମିଶ୍ରଙ୍କ ସମେତ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ। ଗୁରୁବାରଠାରୁ ସହରରେ ପଲିଥିନ ବିରୋଧରେ ଚଢ଼ାଉ ଆରମ୍ଭ ହେବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri