ପଲିଥିନ ଖୋଜି ପାଉନି ପୌରପାଳିକା: ଚଢ଼ାଉରୁ ମିଳିଲା ମାତ୍ର ୨ କିଲୋ

ଅନୁଗୋଳ ଅଫିସ, ୨୧।୯ – ଅନୁଗୋଳ ସହରରେ ପଲିଥିନ ନିଷେଧ କରାଯାଇଥିଲେ ବି ଏଯାଏ ଲକ୍ଷ୍ୟ ପୂରଣ ହୋଇନାହିଁ। ଏବେ ବି ସହରରେ ଖୋଲାଖୋଲି ଚାଲିଛି ପଲିଥିନ କାରବାର। ଦୋକାନୀମାନେ ବିଭିନ୍ନ ସାମଗ୍ରୀ ଗ୍ରାହକଙ୍କୁ ପଲିଥିନରେ ଦେଉଥିବା ବେଳେ ଉପକଣ୍ଠରେ ଥିବା ଗୋଦାମ ଗୁଡ଼ିକରେ ଟନ ଟନ ପଲିଥିନ ମହଜୁଦ ରଖାଯାଇଥିବା ଚର୍ଚ୍ଚା ହେଉଛି। ହେଲେ ପଲିଥିନ ଖୋଜି ପାଉନି ପୌରସଂସ୍ଥା। ଏପରି କି ଶୁକ୍ରବାର କିଛି ସ୍ଥାନରେ ଚଢ଼ାଉ କରାଯାଇ ମାତ୍ର ୨ କିଲୋଗ୍ରାମ ପଲିଥିନ ସହ ୧୩ଶହ ଟଙ୍କା ଜରିମାନା ଆଦାୟ କରାଯାଇଥିବାରୁ ପୌରପାଳିକାଳର ଆଭିମୁଖ୍ୟ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ସହରବାସୀଙ୍କ କହିବା ଅନୁଯାୟୀ, ଅନୁଗୋଳ ସହରରେ ଥିବା ବିଭିନ୍ନ ଗୋଦାମକୁ ଭୋର ସମୟରେ ପଲିଥିନ ଆସୁଛି। ଏପରି କି ପଲିଥିନ ବନ୍ଦ କରିବା ପାଇଁ ପୌରପାଳିକା ପକ୍ଷରୁ ବିଭିନ୍ନ ସମୟରେ ପଦକ୍ଷେପ ନିଆଯାଉଥିଲେ ମଧ୍ୟ ତାହା ଯଥେଷ୍ଟ ହେଉନାହିଁ। ପଲିଥିନ ବ୍ୟାନ ଥିବାବେଳେ ରାତି ପାହିଲେ ବିଭିନ୍ନ ରାସ୍ତା ଘାଟରେ ପୁଳା ପୁଳା ପଲିଥିନ ପରିଲକ୍ଷିତ ହେଉଛି। ଏ ନେଇ ପୌରନିର୍ବାହୀ ଅଧିକାରୀ ଅତିରିକ୍ତ ଦାୟିତ୍ୱରେ ଥିବା ସୁବ୍ରତ କୁମାର ବେହେରା କହିଛନ୍ତି, ବିଭିନ୍ନ ସ୍ଥାନ ଉପରେ ନଜର ରଖାଯାଇଛି। ତେବେ କେଉଁଠାରୁ ଏହା ଆସୁଛି ତାହା ଜାଣିବା ପାଇଁ ଉଦ୍ୟମ ଜାରି ରହିି। ବ୍ୟବସାୟୀମାନେ ଧରାପଡ଼ିଲେ ନିୟମ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri