ପଲିଥିନ ବଣ୍ଟନରେ ଅନିୟମିତତା ଅଭିଯୋଗ: ତହସିଲଦାରଙ୍କୁ ନ ପାଇ ବିଡିଓଙ୍କୁ ଘେରିଲେ ଗ୍ରାମବାସୀ

କଣ୍ଟାପଡା,୧୫।୫(ଡି.ଏନ୍‌.ଏ.): ସାମୁଦ୍ରିକ ବାତ୍ୟା ଫନୀରେ କ୍ଷତିଗ୍ରସ୍ତ କଣ୍ଟାପଡା ବ୍ଲକ ଅନ୍ତର୍ଗତ ପାଟସୁନ୍ଦରପୁର ପଞ୍ଚାୟତରେ ବାତ୍ୟା ବିପନ୍ନଙ୍କୁ ପଲିଥିନ ବଣ୍ଟନରେ ଅନିୟମିତତା ହୋଇଥିବା ପାଟସୁନ୍ଦରପୁର ଗ୍ରାମବାସୀଙ୍କ ପକ୍ଷରୁ ବୁଧବାର କଣ୍ଟାପଡା ତହସିଲଦାରଙ୍କ ନିକଟରେ ଅଭିଯୋଗ ହୋଇଛି। ତେବେ ଅଭିଯୋଗ କରିବାକୁ ଆସିଥିବା ଗ୍ରାମବାସୀମାନେ ତହସିଲ କାର୍ଯ୍ୟାଳୟରେ ତହସିଲଦାରଙ୍କୁ ନ ପାଇ ସେଠାରେ ଉପସ୍ଥିତ କଣ୍ଟାପଡା ବିଡିଓଙ୍କୁ ଘେରାଉ କରିଥିଲେ।
ସୂଚନାଯୋଗ୍ୟ, ବାତ୍ୟା ପ୍ରଭାବିତ ପାଟସୁନ୍ଦରପୁର ଗ୍ରାମରେ ବହୁ ଗରିବଙ୍କ ଘର ଭାଙ୍ଗିଥିଲେ ମଧ୍ୟ ପ୍ରକୃତ ହିତାଧିକାରୀଙ୍କ ପରିବର୍ତ୍ତେ କୋଠାଘର ଥିବା କେତେକ ଲୋକଙ୍କୁ ପଲିଥିନ ଦିଆଯାଉଛି। ଅଥଚ ପ୍ରକୃତ ଘର ଭାଙ୍ଗିଥିବା ପରିବାର ଏଥିରୁ ବଞ୍ଚିତ ହେଉଛନ୍ତି ବୋଲି ଅଭିଯୋଗ ହୋଇଛି। ଘରଭଙ୍ଗା ତଦନ୍ତରେ ଥିବା କର୍ମଚାରୀ ଦଳୀୟ ଭିତ୍ତିରେ ପ୍ରଭାବିତ ହୋଇ ଏପରି କରିଥିବା ଗ୍ରାମବାସୀମାନେ ଅଭିଯୋଗ କରିଛନ୍ତି।
ଅପରପକ୍ଷେ ତହସିଲଦାର ଅଫିସକୁ ଆସିଲେ ତାଙ୍କ ସହ ଏ ସମ୍ପର୍କରେ ଆଲୋଚନା କରିବେ ବୋଲି ବିଡିଓ କେ. ଅଶୋକ କୁମାର କହିବା ପରେ ଗ୍ରାମବାସୀମାନେ ଫେରିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri