‘ପଲ୍ଲିଶ୍ରୀ ମେଳା ଓ ଏକ୍ସପୋ ଓଡ଼ିଶା’ ଉଦ୍‌ଘାଟିତ

ବାଲେଶ୍ୱର ଅଫିସ, ୨୫।୧୨-ବାଲେଶ୍ୱର ଆଇଟିଆଇ ପଡ଼ିଆରେ ଜାତୀୟସ୍ତରୀୟ ଶିଳ୍ପ ଏବଂ ବାଣିଜ୍ୟ ମେଳା ‘ପଲ୍ଲିଶ୍ରୀ ମେଳା ଓ ଏକ୍ସପୋ ଓଡ଼ିଶା’ ମଙ୍ଗଳବାର ସନ୍ଧ୍ୟାରେ କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି। ଏହି ମିଳିତ ବାଣିଜ୍ୟ ମହାକୁମ୍ଭରେ ଶିଳ୍ପ, କୁଟୀରଶିଳ୍ପ, ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକ ସମୃଦ୍ଧ ହୋଇପାରିବେ ବୋଲି ମନ୍ତ୍ରୀ କହିଛନ୍ତି।
ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ସଭାପତିତ୍ୱ କରିଥିବା ବେଳେ ବାଲେଶ୍ୱର ଶିଳ୍ପ ଓ ବାଣିଜ୍ୟ ସଂଘର ସଭାପତି ହିମାଂଶୁ ଦାସ ସ୍ବାଗତ ଭାଷଣ ରଖିଥିଲେ। କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗର ଅତିରିକ୍ତ ନିର୍ଦ୍ଦେଶକ ଡ. ଏସ୍‌.କେ. ସାହୁ ଅତିଥି ପରିଚୟ ପ୍ରଦାନ କରି ମେଳାର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ସଦର ବିଧାୟକ ମଦନ ମୋହନ ଦତ୍ତ ଓ ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକ ଅତିଥି ଭାବେ ଯୋଗଦେଇ ଉକ୍ତ ବାଣିଜ୍ୟ ମେଳା ରାଜ୍ୟର ପ୍ରମୁଖ ମେଳା ମଧ୍ୟରେ ଅନ୍ୟତମ ବୋଲି ମତ ରଖିବା ସହ କ୍ଷୁଦ୍ର ଏବଂ ମଧ୍ୟମ ଶିଳ୍ପ ପାଇଁ ଲୋକମାନଙ୍କ ଆଗ୍ରହ ସୃଷ୍ଟିରେ ସହାୟକ ହେବ ବୋଲି ବକ୍ତବ୍ୟ ରଖିଥିଲେ। ଜିଲା କ୍ଷୁଦ୍ର ଶିଳ୍ପ ସଂଘର ସଭାପତି ବିବେକରାଜ ବାଜପେୟୀ ଧନ୍ୟବାଦ ଦେଇଥିଲେ। ରାଜ୍ୟ ଓ କେନ୍ଦ୍ର ସରକାରଙ୍କ କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଶିଳ୍ପ ବିଭାଗ, ଜିଲା ପ୍ରଶାସନ, ପଞ୍ଚାୟତିରାଜ ବିଭାଗ ଓ ପାନୀୟ ଜଳ ବିଭାଗ (ଓରମାସ), ବାଲେଶ୍ୱର ଶିଳ୍ପ ଓ ବାଣିଜ୍ୟ ସଂଘ, ଜିଲା କ୍ଷୁଦ୍ର ଶିଳ୍ପ ସଂଘ ମିଳିତ ସହଯୋଗରେ ଆରମ୍ଭ ହୋଇଥିବା ଏହି ମେଳା ଆସନ୍ତା ୨୯ ତାରିଖରେ ଉଦ୍‌ଯାପିତ ହେବ। ଏହି ମେଳାରେ କୁଟୀରଶିଳ୍ପଠାରୁ ଆରମ୍ଭ କରି ବଡ଼ଶିଳ୍ପଗୁଡ଼ିକ ସେମାନଙ୍କର ଷ୍ଟଲ୍‌ ଲଗାଇଛନ୍ତି। ଗୋଟିଏ ସ୍ଥାନରେ ପ୍ରାୟ ସବୁପ୍ରକାର ଦ୍ରବ୍ୟ ମିଳୁଥିବାରୁ ଏହି ମେଳାରେ ଭିଡ ହେଉଥିବା ଦେଖିବାକୁ ମିଳିଛି। ଏଥିରେ ଓରମାସର ୧୪୦ଷ୍ଟଲ୍‌ ଥିବାବେଳେ ରାଜ୍ୟ ତଥା ଦେଶର ବିଭିନ୍ନ ବିଭାଗରୁ ୪୦୩ଟି ଅନ୍ୟାନ୍ୟ ବିଭାଗର ଷ୍ଟଲ୍‌ ରହିଛି। ଏହି ଅବସରରେ ଦେଶର ବିଭିନ୍ନ ପ୍ରାନ୍ତରୁ ବଛାବଛା ବଲିଉଡ୍‌ ଓ ଓଲିଉଡ୍‌ର ତାରକାଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଭଉଣୀ ଘରକୁ ଆସି ଗାଁକୁ ଫେରୁଥିଲେ, ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଛିଟିକି ପଡ଼ିଲା ବାଇକ୍, ଦୁଇ ଜଣ…

ଥୁଆମୂଳ ରାମପୁର,୨୯।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା-କଲେଜ ଛକ ମଧ୍ୟବର୍ତ୍ତୀ ଡୁମେର ଗଛ ବୁଲାଣି ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୬:୧୦…

କେସିଙ୍ଗାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୨୧ ଦୋକାନରୁ ୧୩ ହଜାର ଜରିମାନା, ୩୮ କେଜି ବାସି ଖାଦ୍ୟ ନଷ୍ଟ

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟ ଓ ମିଠା ଦୋକାନଗୁଡ଼ିକରେ ଶନିବାର କଳାହାଣ୍ଡି ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଆକସ୍ମିକ ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri