‘ପଲ୍ଲିଶ୍ରୀ ମେଳା ଓ ଏକ୍ସପୋ ଓଡ଼ିଶା’ ଉଦ୍‌ଘାଟିତ

ବାଲେଶ୍ୱର ଅଫିସ,୨୫ା୧୨:ବାଲେଶ୍ୱର ଆଇଟିଆଇ ପଡ଼ିଆରେ ଜାତୀୟସ୍ତରୀୟ ଶିଳ୍ପ ଏବଂ ବାଣିଜ୍ୟ ମେଳା ‘ପଲ୍ଲିଶ୍ରୀ ମେଳା ଓ ଏକ୍ସପୋ ଓଡ଼ିଶା’ ମଙ୍ଗଳବାର ସନ୍ଧ୍ୟାରେ କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗ, ମତ୍ସ୍ୟ, ପ୍ରାଣୀବିକାଶ ଏବଂ ଗୋପାଳନ ରାଷ୍ଟ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି। ଏଭଳି ମିଳିତ ବାଣିଜ୍ୟ ମହାକୁମ୍ଭ ଆୟୋଜନ ଦ୍ୱାରା ଶିଳ୍ପ, କୁଟୀରଶିଳ୍ପ, ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକ ସମୃଦ୍ଧ ହୋଇପାରିବେ ବୋଲି ମନ୍ତ୍ରୀ କହିଛନ୍ତି।
ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ବାଲେଶ୍ୱର ଶିଳ୍ପ ଓ ବାଣିଜ୍ୟ ସଂଘର ସଭାପତି ହିମାଂଶୁ ଦାସ ସ୍ବାଗତ ଭାଷଣ ଦେଇଥିଲେ। କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମଉଦ୍ୟୋଗର ଅତିରିକ୍ତ ନିର୍ଦ୍ଦେଶକ ଡ. ଏସ୍‌.କେ. ସାହୁ ଅତିଥି ପରିଚୟ ପ୍ରଦାନ କରି ମେଳାର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ସଦର ବିଧାୟକ ମଦନ ମୋହନ ଦତ୍ତ ଓ ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକ ଅତିଥି ଭାବେ ଯୋଗଦେଇ ଉକ୍ତ ବାଣିଜ୍ୟ ମେଳା ରାଜ୍ୟର ପ୍ରମୁଖ ମେଳା ମଧ୍ୟରେ ଅନ୍ୟତମ ବୋଲି ମତ ରଖିବା ସହ କ୍ଷୁଦ୍ର ଏବଂ ମଧ୍ୟମ ଶିଳ୍ପ ପାଇଁ ଲୋକମାନଙ୍କ ଆଗ୍ରହ ସୃଷ୍ଟିରେ ସହାୟକ ହେବ ବୋଲି କହିଥିଲେ। ଜିଲା କ୍ଷୁଦ୍ର ଶିଳ୍ପ ସଂଘର ସଭାପତି ବିବେକରାଜ ବାଜପେୟୀ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ। ରାଜ୍ୟ ଓ କେନ୍ଦ୍ର ସରକାରଙ୍କ କେନ୍ଦ୍ର ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଶିଳ୍ପ ବିଭାଗ, ଜିଲା ପ୍ରଶାସନ, ପଞ୍ଚାୟତିରାଜ ବିଭାଗ ଓ ପାନୀୟ ଜଳ ବିଭାଗ (ଓରମାସ), ବାଲେଶ୍ୱର ଶିଳ୍ପ ଓ ବାଣିଜ୍ୟ ସଂଘ, ଜିଲା କ୍ଷୁଦ୍ର ଶିଳ୍ପ ସଂଘ ମିଳିତ ସହଯୋଗରେ ଆରମ୍ଭ ହୋଇଥିବା ଏହି ମେଳା ଆସନ୍ତା ୨୯ ତାରିଖରେ ଉଦ୍‌ଯାପିତ ହେବ। ମେଳାରେ କୁଟୀରଶିଳ୍ପଠାରୁ ଆରମ୍ଭ କରି ବଡ଼ଶିଳ୍ପଗୁଡ଼ିକ ସେମାନଙ୍କର ଷ୍ଟଲ୍‌ ଲଗାଇଛନ୍ତି। ଗୋଟିଏ ସ୍ଥାନରେ ପ୍ରାୟ ସବୁପ୍ରକାର ଦ୍ରବ୍ୟ ମିଳୁଥିବାରୁ ଭିଡ ପରିଲକ୍ଷିତ ହେଉଛି। ଓରମାସର ୧୪୦ଷ୍ଟଲ୍‌ ସ୍ଥାନ ପାଇଛି। ଦେଶର ବିଭିନ୍ନ ବିଭାଗରୁ ୪୦୩ଟି ଅନ୍ୟାନ୍ୟ ବିଭାଗର ଷ୍ଟଲ୍‌ ରହିଛି। ଏହି ଅବସରରେ ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ବଲିଉଡ୍‌ ଓ ଓଲିଉଡ୍‌ର ତାରକାଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନଜାତିଙ୍କ ନିଆରା ପରମ୍ପରା: ରଥାରୂଢ଼ ହେଲେ ତିନି ଠାକୁର, ଏମ୍‌ପିଙ୍କ ଛେରାପହଁରା ପରେ ଗଡ଼ିଲା ରଥ

ଦାରିଙ୍ଗବାଡ଼ି,୧୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତର ଦୁର୍ଗମ ଗବାଟବାଡ଼ି ଗ୍ରାମରେ ଗୁରୁବାର ରଥଯାତ୍ରା ବହୁ ଆଡ଼ମ୍ବର ତଥା ଜନଜାତିଙ୍କ ସଂସ୍କୃତି ପରମ୍ପରାରେ ପାଳିତ…

ପ୍ରବଳ ବର୍ଷା ସତ୍ତ୍ୱେ କେଏସୟୁବି କଲେଜରେ ଚାରାରୋପଣ: ସହଯୋଗ କଲେ…

ଭଞ୍ଜନଗର,୧୬।୭(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଗୁରୁବାର ପ୍ରବଳ ବର୍ଷା ସତ୍ତ୍ୱେ ଚାରାରୋପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷ ଡ. ଗଗନ ବିହାରୀ…

ନିଜ ଦରମାରୁ ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ଦେଲେ ସମିତି ସଭ୍ୟ ଧ୍ରୁବ, ବୁଦ୍ଧିଜୀବୀ ମହଲରେ ଉଚ୍ଚ ପ୍ରଶଂସା

ଗଞ୍ଜାମ,୧୬।୭ (ବିଦ୍ୟାଧର ସାହୁ ): ଝିଅ ବିବାହ ଏବଂ ମୃତ ବ୍ୟକ୍ତିଙ୍କ ପରିବାରକୁ ଆର୍ଥିକ ସହାୟତା କରି ଚର୍ଚ୍ଚାରେ ସମିତି ସଭ୍ୟ ଧ୍ରୁବ ଚରଣ ପଲାଇ। ଗଞ୍ଜାମ…

ଜାରି ରହିଛି ଲଗାଣ ବର୍ଷା: କୁଲାଡ ରଥଯାତ୍ରା ବର୍ଷା ପାଇଁ ନାହିଁ ଶ୍ରଦ୍ଧାଳୁଙ୍କ ଭିଡ଼

ଭଞ୍ଜନଗର,୧୬।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବୁଧବାର ରାତିରୁ ଗୁରୁବାର ଖବର ଲେଖା ହେବା ପର୍ଯ୍ୟନ୍ତ ଲଗାଣ ବର୍ଷା ଲାଗି ରହିଛି। ଏହାଦ୍ୱାରା ଜନଜୀବନ ଅସ୍ତବ୍ୟସ୍ତ…

ବିଦ୍ୟୁତ ବୋର୍ଡ ମରାମତି କରୁଥିବା ବେଳେ ମାରିଲା କରେଣ୍ଟ, ତାପରେ….

ପାଟଣା,୧୬ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ବଡ଼ବିଲ ପଞ୍ଚାୟତ ଅନ୍ତର୍ଗତ ବାର ତୁଣିଆ ଗ୍ରାମରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ବିପଦପୂର୍ଣ୍ଣ ଅବସ୍ଥାରେ ବୃଦ୍ଧାଙ୍କ ଘର: ସହାୟତାର ହାତ ବଢ଼ାଇଲେ ସମାଜସେବୀ

କର୍ଲାମୁଣ୍ଡା:୧୬।୭(ପ୍ରଦୀପ କୁମାର ସାହୁ)କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରା ଗ୍ରାମ ପଞ୍ଚାୟତ କୁଶୁର୍ଲା ହଜାରିପଡ଼ାର ଜଣେ ଅସହାୟ ବୃଦ୍ଧା ଫୁଲତୁଲା ସାହୁ( ୭୫)ଙ୍କ ଘର ଲଗାତାର ବର୍ଷା…

ରଣ୍ଢାରେ ବଡ଼ ସଡ଼କ ଦୁର୍ଘଟଣା; ଔଷଧ କିଣିବାକୁ ଯାଉଥିବା ବେଳେ କାର-ଟ୍ରକ ଧକ୍କାରେ ଦମ୍ପତି ମୃତ, କ୍ଷତିପୂରଣ ଦାବିରେ ୧୬ ନଂ ଜାତୀୟ ରାଜପଥ ଅବରୋଧ

ଗୋପାଳପୁର,୧୬ା୭(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନଂ ଜାତୀୟ ରାଜପଥ ଗୋଳନ୍ଥରା ଅଧିନସ୍ଥ ରଣ୍ଢାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଗୁରୁବାର ଦିନ ରାସ୍ତା…

ବର୍ଷା ସତ୍ତ୍ୱେ ଜନଜାତି ଗାଁରେ ନିଆରା ଢଙ୍ଗରେ ପାଳନ ହେଉଛି ରଥଯାତ୍ରା: ଦେଖିବାକୁ ଶ୍ରଦ୍ଧାଳୁଙ୍କ ଭିଡ଼

ଦାରିଙ୍ଗବାଡି, ୧୬।୭ (ଅରୁଣ ସାହୁ):ଲଘୁଚାପ ପ୍ରଭାବରେ ବୁଧବାର ବିଳମ୍ବିତ ରାତ୍ର ଠାରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଲଗାଣ ବର୍ଷା ଜାରି ରହିଛି । ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri